ଲେବାନନ ଉପରେ ଇସ୍ରାଏଲର ରକେଟ୍‌ ମାଡ଼: ୨୨ ମୃତ, ଶତାଧିକ ଆହତ

ଜେରୁଜେଲମ୍‌,୧୧ା୧୦: ଥମୁନି ଇସ୍ରାଏଲ-ଇରାନ ଯୁଦ୍ଧ। ଲେବାନନ ଉପରେ ଇସ୍ରାଏଲ ଘନଘନ ରକେଟ୍‌ ମାଡ଼ କରିଛି। ବେରୁଟର ଏକ ଜନବସତି କୋଠା ଉପରେ ରକେଟ ମାଡ଼ କରିବାରୁ ୨୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶତାଧିକ ଆହତ ହୋଇଥିବା ସୂଚନାରୁ ଜଣାପଡ଼ିଛି। ବିନା ସତର୍କ ସୂଚନା ଦେଇ ୨ଟି କୋଠା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ହେଜବୋଲ୍ଲା ଆତଙ୍କବାଦୀ ଲୁଚିଥିବା ଆଶଙ୍କାରେ ଇସ୍ରାଏଲ ରକେଟ୍‌ ମାଡ଼ କରିଛି।

Flames and smoke rise at the scene of destroyed buildings hit by an Israeli airstrike in central Beirut, Lebanon, Thursday, Oct. 10

ଲେବାନନର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଗୁରୁବାର ରାତିରେ ଲେବାନାନର ରାଜଧାନୀ ଉପରେ ଇସ୍ରାଏଲର ଆକ୍ରମଣରେ ଅତି କମରେ ୨୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧୭ ଜଣ ଆହତ ହୋଇଛନ୍ତି।

ଏହି ଆକ୍ରମଣ ସହରର ଦକ୍ଷିଣ ଉପକଣ୍ଠରେ ହେଜବୋଲ୍ଲାର ଗଡ଼ଠାରୁ ବହୁ ଦୂରରେ କେନ୍ଦ୍ରୀୟ ବେରୁଟର କିଛି ଅଂଶକୁ ଟାର୍ଗେଟ କରିଛି। ଲେବାନନ୍‌ ସୁରକ୍ଷା ସୂତ୍ର ଅନୁଯାୟୀ, ଉପର ବସ୍ତା ପଡ଼ିଆରେ ବାସିନ୍ଦା ଏବଂ ସମ୍ପ୍ରତି ବିସ୍ଥାପିତ ଲୋକ ଏକାଠି ହୋଇଥିବାବେଳେ ଏକ ବହୁ ମହଲା କୋଠାକୁ ଧକ୍କା ଦେଇଥିଲା। ଦୁଇ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି, ସେମାନେ କୋଠାଟି ଧକ୍କା ହେବା ପରେ ଭୁଶୁଡ଼ି ପଡ଼ିଥିବାର ଦେଖିଛନ୍ତି। ବୋମାମାଡ ହୋଇଛି। ଏବଂ ପୂରା କୋଠାଟି ଖସିପଡିଥିଲା ବୋଲି ହାସନ ନାମକ ଜଣେ ପ୍ରତ୍ୟକ୍ଷଦର୍ଶୀୟ କହିଛନ୍ତି। ବିଲ୍ଡିଂରେ ବହୁତ ଲୋକ ଥିଲେ।

ଇସ୍ରାଏଲ ଉପରେ ହେଜବୋଲ୍ଲା ୧୩୦ଟି ରକେଟ୍‌ ମାଡ଼ କରିଥିବାବେଳେ ଇସ୍ରାଏଲ ଏହାର କଡ଼ା ଜବାବ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri