ଲେବାନନ ଉପରେ ଇସ୍ରାଏଲର ରକେଟ୍‌ ମାଡ଼: ୨୨ ମୃତ, ଶତାଧିକ ଆହତ

ଜେରୁଜେଲମ୍‌,୧୧ା୧୦: ଥମୁନି ଇସ୍ରାଏଲ-ଇରାନ ଯୁଦ୍ଧ। ଲେବାନନ ଉପରେ ଇସ୍ରାଏଲ ଘନଘନ ରକେଟ୍‌ ମାଡ଼ କରିଛି। ବେରୁଟର ଏକ ଜନବସତି କୋଠା ଉପରେ ରକେଟ ମାଡ଼ କରିବାରୁ ୨୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶତାଧିକ ଆହତ ହୋଇଥିବା ସୂଚନାରୁ ଜଣାପଡ଼ିଛି। ବିନା ସତର୍କ ସୂଚନା ଦେଇ ୨ଟି କୋଠା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ହେଜବୋଲ୍ଲା ଆତଙ୍କବାଦୀ ଲୁଚିଥିବା ଆଶଙ୍କାରେ ଇସ୍ରାଏଲ ରକେଟ୍‌ ମାଡ଼ କରିଛି।

Flames and smoke rise at the scene of destroyed buildings hit by an Israeli airstrike in central Beirut, Lebanon, Thursday, Oct. 10

ଲେବାନନର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଗୁରୁବାର ରାତିରେ ଲେବାନାନର ରାଜଧାନୀ ଉପରେ ଇସ୍ରାଏଲର ଆକ୍ରମଣରେ ଅତି କମରେ ୨୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧୭ ଜଣ ଆହତ ହୋଇଛନ୍ତି।

ଏହି ଆକ୍ରମଣ ସହରର ଦକ୍ଷିଣ ଉପକଣ୍ଠରେ ହେଜବୋଲ୍ଲାର ଗଡ଼ଠାରୁ ବହୁ ଦୂରରେ କେନ୍ଦ୍ରୀୟ ବେରୁଟର କିଛି ଅଂଶକୁ ଟାର୍ଗେଟ କରିଛି। ଲେବାନନ୍‌ ସୁରକ୍ଷା ସୂତ୍ର ଅନୁଯାୟୀ, ଉପର ବସ୍ତା ପଡ଼ିଆରେ ବାସିନ୍ଦା ଏବଂ ସମ୍ପ୍ରତି ବିସ୍ଥାପିତ ଲୋକ ଏକାଠି ହୋଇଥିବାବେଳେ ଏକ ବହୁ ମହଲା କୋଠାକୁ ଧକ୍କା ଦେଇଥିଲା। ଦୁଇ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି, ସେମାନେ କୋଠାଟି ଧକ୍କା ହେବା ପରେ ଭୁଶୁଡ଼ି ପଡ଼ିଥିବାର ଦେଖିଛନ୍ତି। ବୋମାମାଡ ହୋଇଛି। ଏବଂ ପୂରା କୋଠାଟି ଖସିପଡିଥିଲା ବୋଲି ହାସନ ନାମକ ଜଣେ ପ୍ରତ୍ୟକ୍ଷଦର୍ଶୀୟ କହିଛନ୍ତି। ବିଲ୍ଡିଂରେ ବହୁତ ଲୋକ ଥିଲେ।

ଇସ୍ରାଏଲ ଉପରେ ହେଜବୋଲ୍ଲା ୧୩୦ଟି ରକେଟ୍‌ ମାଡ଼ କରିଥିବାବେଳେ ଇସ୍ରାଏଲ ଏହାର କଡ଼ା ଜବାବ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?