ହମାସ ଶିବିର ଉପରେ ସାରା ରାତି ଆକ୍ରମଣ କଲେ ଇସ୍ରାଏଲ ସେନା

ଜେରୁଜେଲମ,୨୧।୧୦: ଗାଜାରେ ରାତାରାତି ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଅତି କମରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି। ଜବାଲିଆର ଅଲ-ମୋତୱକ ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ୨୪ ଜଣଙ୍କର ମୃତ୍ୟୁ ଘଟିଛି। ଏହା ବ୍ୟତୀତ ଏୟାର ଷ୍ଟ୍ରାଇକରେ ଅନ୍ୟ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ୪ ପିଲା ଏବଂ ଜଣେ ମହିଳାଙ୍କ ସମେତ ଖାଦର ପରିବାରର ପାଞ୍ଚ ଜଣଙ୍କର ମତ୍ୟୁ ଘଟିଛି। କେନ୍ଦ୍ରୀୟ ଡିଆର ଅଲ-ବାଲାହ ଏବଂ ଇସ୍ରାଏଲର କେନ୍ଦ୍ରୀୟ ଗାଜାରେ ଥିବା ଅଲ-ବ୍ୟୁରିଜ ଶରଣାର୍ଥୀ ଶିବିରରେ ଅନ୍ୟ ୭ଜଣଙ୍କର ମୃତ୍ୟୁ ଘଟିଛି।

ବର୍ତ୍ତମାନ, ଇସ୍ରାଏଲ ଏବଂ ହମାସ ଦୁଇଟି ନାମ ଯାହା ଉପରେ ସାରା ବିଶ୍ୱର ଆଖି ସ୍ଥିର ହୋଇଛି। ଏହାର କାରଣ ହେଉଛି ଗତ ୧୪ଦିନ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ପ୍ରବଳ ଯୁଦ୍ଧ ଲାଗି ରହିଛି। ଅକ୍ଟୋବର ୭ରେ ଏହି ଯୁଦ୍ଧ ଆରମ୍ଭ ହୋଇଥିଲା, କିନ୍ତୁ ସେତେବେଳେ କେହି ଭାବି ନଥିଲେ ଯେ ଏହା ଏପରି ସ୍ଥିତିରେ ପହଞ୍ଚିବ ଯେଉଁଠାରେ ଦୁନିଆର ଶକ୍ତିଶାଳୀ ଦେଶ ମଧ୍ୟରେ ପ୍ରବେଶ କରିବାକୁ ପଡିବ। ଯୁଦ୍ଧ ଆରମ୍ଭରୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଠାରୁ ଆରମ୍ଭ କରି ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ପର୍ଯ୍ୟନ୍ତ ସମସ୍ତଙ୍କୁ ଇସ୍ରାଏଲ ଗସ୍ତ କରିବାକୁ ପଡୁଥିଲା। ଏହି ସମୟ ମଧ୍ୟରେ ସେ ଯୁଦ୍ଧରେ ଜଡିତ ଉଭୟ ପକ୍ଷ ତଥା ଯୁଦ୍ଧ କ୍ଷେତ୍ର ନିକଟରେ ଉପସ୍ଥିତ ଆରବ ଦେଶର ମୁଖ୍ୟମାନଙ୍କ ସହ କଥା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଆମେରିକାକୁ କଡ଼ା ଚେତାବନୀ ଦେଲା ଇରାନ, ତେଲ ଅଭିଭର…

ତେହରାନ୍‌,୧।୭: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ସର୍ବୋଚ୍ଚ ନେତାଙ୍କ ସମ୍ପର୍କରେ ଇସ୍ରାଏଲର ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛନ୍ତି । ଆମେରିକାକୁ “ତେଲ ଅଭିଭରେ ପାଳିତ ପଶୁ”…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri