ନାଗରିକଙ୍କୁ ଚେତାବନୀ ଦେଲା ଇସ୍ରାଏଲ: ୩ ଘଣ୍ଟାରେ ଖାଲି କର ଗାଜା

ଜେରୁଜେଲମ,୧୫।୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ନଅ ଦିନ ବିତିଗଲାଣି। ଏହି ସମୟରେ ଇସ୍ରାଏଲ ଗାଜାକୁ ବାୟୁ, ସ୍ଥଳ ଏବଂ ସମୁଦ୍ରରୁ ଆକ୍ରମଣ କରିବାକୁ ଯୋଜନା ପ୍ରସ୍ତୁତ କରିଛି। ରବିବାର ଉତ୍ତର ଗାଜାରୁ ବାହାରୁଥିବା ନାଗରିକମାନଙ୍କୁ ଇସ୍ରାଏଲ ସେନା ତିନି ଘଣ୍ଟା ସମୟ ଦେଇଛି। ସେନା କହିଛି ଯେ, ଏହି ମାର୍ଗରେ ସ୍ଥାନୀୟ ସମୟ ସକାଳ ୧୦ଟାରୁ ଦିନ ୧ଟା ପର୍ଯ୍ୟନ୍ତ କୌଣସି ଅପରେଶନ କରାଯିବ ନାହିଁ। ଏହା ଏକ ସମ୍ପୂର୍ଣ୍ଣ ସୁରକ୍ଷିତ ମାଗର୍ର୍। ଉତ୍ତର ଗାଜା ଠାରୁ ଦକ୍ଷିଣ ଗାଜାକୁ ଯିବା ପାଇଁ ଏହି ୩ ଘଣ୍ଟା ବ୍ୟବହାର କରନ୍ତୁ। ତୁମର ଏବଂ ତୁମର ପରିବାରର ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ। ମିଳିତ ଜାତିସଂଘ ଇସ୍ରାଏଲର ବୋମା ବିସ୍ଫୋରଣକୁ ନେଇ ଉଦ୍‌ବେଗ ପ୍ରକାଶ କରି କହିଛି ଯେ, ଗାଜା ଷ୍ଟ୍ରିପକୁ ଆହୁରି ଗଭୀରତମ ସ୍ଥାନକୁ ଠେଲି ଦିଆଯାଉଛି।
ହମାସ ଆକ୍ରମଣ ଏବଂ ଇସ୍ରାଏଲର ଗାଜା ଷ୍ଟ୍ରିପ ଉପରେ ପରବର୍ତ୍ତୀ ଆକ୍ରମଣ ରେ ୩,୬୦୦ ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଇସ୍ରାଏଲରେ ଏପର୍ଯ୍ୟନ୍ତ ୧୩୦୦ ରୁ ଅଧିକ ମୃତ୍ୟୁ ନିଶ୍ଚିତ ହୋଇଥିବାବେଳେ ଗାଜା ଅଞ୍ଚଳରେ ୨୩୦୦ରୁ ଅଧିକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri