ଡାମାସ୍‌କସ୍‌ରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍‌

ଡାମାସ୍‌କସ୍‌/ଜେରୁଜେଲମ,୧୭ା୭: ଇସ୍ରାଏଲୀ ସେନା ବୁଧବାର ସିରିଆର ରାଜଧାନୀ ଡାମାସ୍‌କସ୍‌ରେ ଏୟାର ଷ୍ଟ୍ରାଇକ୍‌ କରିଛି। ଦକ୍ଷିଣ ସିରିଆର ସୁଓ୍ବେଦା ସହରରେ ସ୍ଥାନୀୟ ସୁରକ୍ଷା ବାହିନୀ ଏବଂ ଡ୍ରୁଜ୍‌ ସମୁଦାୟର ବିଦ୍ରୋହୀଙ୍କ ମଧ୍ୟରେ ସଂଘର୍ଷ ଘଟଣାର ଠିକ୍‌ ପରେ ଇସ୍ରାଏଲ ପକ୍ଷରୁ ଏହି ଆକ୍ରମଣ କରାଯାଇଛି। ଡାମାସ୍‌କସ୍‌ରେ ଥିବା ସିରିଆ ପ୍ରତିରକ୍ଷା ମନ୍ତ୍ରଣାଳୟର ଏଣ୍ଟ୍ରି ଗେଟ୍‌, ସିରୀୟ ସୈନ୍ୟ ମୁଖ୍ୟାଳୟ ପରିସର ଏବଂ ରାଷ୍ଟ୍ରପତି ଭବନ ନିକଟରେ ଥିବା ସୈନ୍ୟ ଲକ୍ଷ୍ୟସ୍ଥଳକୁ ଟାର୍ଗେଟ କରାଯାଇ ଏୟାର ଷ୍ଟ୍ରାଇକ କରାଯାଇଥିବା ନେଇ ଇସ୍ରାଏଲୀ ସେନା କହିଛି। ସିରିଆରେ ଥିବା ଡ୍ରୁଜ୍‌ ଅଳ୍ପସଂଖ୍ୟକ ସମୁଦାୟକୁ ସ୍ଥାନୀୟ ସୈନିକଙ୍କ ଆକ୍ରମଣରୁ ବଞ୍ଚାଇବା ଉଦ୍ଦେଶ୍ୟରେ ଏହି ଆକ୍ରମଣ କରାଯାଇଛି। ଦକ୍ଷିଣ ସିରିଆରେ ଡ୍ରୁଜ୍‌ ନାଗରିକଙ୍କ ନରସଂହାରକୁ ସବୁବେଳେ ବିରୋଧ କରାଯିବ ବୋଲି ଇସ୍ରାଏଲ କହିଛି। ସ୍ଥାନୀୟ ଗଣମାଧ୍ୟମର ସୂଚନା ମୁତାବକ ସିରୀୟ ପ୍ରତିରକ୍ଷା ମନ୍ତ୍ରଣାଳୟର ଭବନ ଉପରେ ବୁଧବାର ଅତି କମ୍‌ରେ ୨ ଥର ଡ୍ରୋନ୍‌ ଆକ୍ରମଣ ହୋଇଛି, ଫଳରେ ଅଧିକାରୀମାନେ ବେସ୍‌ମେଣ୍ଟରେ ଲୁଚି ରହିଛନ୍ତି। ଏହି ଆକ୍ରମଣରେ ସିରିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ଭବନ କ୍ଷତିଗ୍ରସ୍ତ ହୋଇଛି। ଏୟାର ଷ୍ଟ୍ରାଇକ୍‌ରେ ୧୩ ଜଣ ଆହତ ହୋଇଥିବା ନେଇ ସିରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri