ଡାମାସ୍‌କସ୍‌ରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍‌

ଡାମାସ୍‌କସ୍‌/ଜେରୁଜେଲମ,୧୭ା୭: ଇସ୍ରାଏଲୀ ସେନା ବୁଧବାର ସିରିଆର ରାଜଧାନୀ ଡାମାସ୍‌କସ୍‌ରେ ଏୟାର ଷ୍ଟ୍ରାଇକ୍‌ କରିଛି। ଦକ୍ଷିଣ ସିରିଆର ସୁଓ୍ବେଦା ସହରରେ ସ୍ଥାନୀୟ ସୁରକ୍ଷା ବାହିନୀ ଏବଂ ଡ୍ରୁଜ୍‌ ସମୁଦାୟର ବିଦ୍ରୋହୀଙ୍କ ମଧ୍ୟରେ ସଂଘର୍ଷ ଘଟଣାର ଠିକ୍‌ ପରେ ଇସ୍ରାଏଲ ପକ୍ଷରୁ ଏହି ଆକ୍ରମଣ କରାଯାଇଛି। ଡାମାସ୍‌କସ୍‌ରେ ଥିବା ସିରିଆ ପ୍ରତିରକ୍ଷା ମନ୍ତ୍ରଣାଳୟର ଏଣ୍ଟ୍ରି ଗେଟ୍‌, ସିରୀୟ ସୈନ୍ୟ ମୁଖ୍ୟାଳୟ ପରିସର ଏବଂ ରାଷ୍ଟ୍ରପତି ଭବନ ନିକଟରେ ଥିବା ସୈନ୍ୟ ଲକ୍ଷ୍ୟସ୍ଥଳକୁ ଟାର୍ଗେଟ କରାଯାଇ ଏୟାର ଷ୍ଟ୍ରାଇକ କରାଯାଇଥିବା ନେଇ ଇସ୍ରାଏଲୀ ସେନା କହିଛି। ସିରିଆରେ ଥିବା ଡ୍ରୁଜ୍‌ ଅଳ୍ପସଂଖ୍ୟକ ସମୁଦାୟକୁ ସ୍ଥାନୀୟ ସୈନିକଙ୍କ ଆକ୍ରମଣରୁ ବଞ୍ଚାଇବା ଉଦ୍ଦେଶ୍ୟରେ ଏହି ଆକ୍ରମଣ କରାଯାଇଛି। ଦକ୍ଷିଣ ସିରିଆରେ ଡ୍ରୁଜ୍‌ ନାଗରିକଙ୍କ ନରସଂହାରକୁ ସବୁବେଳେ ବିରୋଧ କରାଯିବ ବୋଲି ଇସ୍ରାଏଲ କହିଛି। ସ୍ଥାନୀୟ ଗଣମାଧ୍ୟମର ସୂଚନା ମୁତାବକ ସିରୀୟ ପ୍ରତିରକ୍ଷା ମନ୍ତ୍ରଣାଳୟର ଭବନ ଉପରେ ବୁଧବାର ଅତି କମ୍‌ରେ ୨ ଥର ଡ୍ରୋନ୍‌ ଆକ୍ରମଣ ହୋଇଛି, ଫଳରେ ଅଧିକାରୀମାନେ ବେସ୍‌ମେଣ୍ଟରେ ଲୁଚି ରହିଛନ୍ତି। ଏହି ଆକ୍ରମଣରେ ସିରିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ଭବନ କ୍ଷତିଗ୍ରସ୍ତ ହୋଇଛି। ଏୟାର ଷ୍ଟ୍ରାଇକ୍‌ରେ ୧୩ ଜଣ ଆହତ ହୋଇଥିବା ନେଇ ସିରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri