ଗାଜା ଉପରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌: ୨୩ ମୃତ

ଗାଜାଷ୍ଟ୍ରିପ୍‌,୧୭।୪:ଗାଜା ଉପରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ ଯୋଗୁ ଗୋଟିଏ ପରିବାରର ୧୦ ଜଣଙ୍କ ସମେତ ୨୩ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ରାତିରୁ ଏହି ଆକ୍ରମଣ ଜାରି ରହିଥିଲା। ଗାଜାକୁ ୬ ସପ୍ତାହ ପର୍ଯ୍ୟନ୍ତ ଖାଦ୍ୟ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ଯୋଗାଣ ଅବରୋଧ କରିବାକୁ ଇସ୍ରାଏଲ୍‌ର ଘୋଷଣା ପରେ ଜାତିସଂଘ ଏହାର ପରିଣାମକୁ ନେଇ ଉଦ୍‌ବେଗ ପ୍ରକାଶ କରିଛି।
ଜାନୁଆରୀ ୧୯ରୁ ଇସ୍ରାଏଲ୍‌ ଏବଂ ହମାସ୍‌ ମଧ୍ୟରେ ଅସ୍ତ୍ରବିରତି ଆରମ୍ଭ ହୋଇଥିବାବେଳେ ଗତ ମାସରେ ଜେରୁଜେଲମ୍‌ ଏଥିରୁ ଓହରିଯାଇଥିଲା। ଅସ୍ତ୍ରବିରତି ଚୁକ୍ତିନାମାରେ ପରିବର୍ତ୍ତନକୁ ହମାସ୍‌ ଆତଙ୍କବାଦୀ ମାନିନେବା ନିମନ୍ତେ ଚାପ ପକାଇବା ପାଇଁ ଇସ୍ରାଏଲୀ ସୈନ୍ୟମାନେ ଗାଜା ଉପରେ ଆକ୍ରମଣ ଜାରି ରଖିଛନ୍ତି। ଦକ୍ଷିଣ ଭାଗରେ ଥିବା ଖାନ୍‌ ୟୁନିସ୍‌ ସହରରେ ଇସ୍ରାଏଲ୍‌ର ବୋମାମାଡ଼ ଯୋଗୁ ଗୋଟିଏ ପରିବାରର ୫ ଶିଶୁ, ୪ ମହିଳା ଓ ଜଣେ ପୁରୁଷଙ୍କ ମୃତ୍ୟୁ ଘଟିଛି। ଏହା ବ୍ୟତୀତ ଉତ୍ତର ଗାଜାରେ ହୋଇଥିବା ଏୟାରଷ୍ଟ୍ରାଇକ୍‌ରେ ୯ ଛୋଟ ପିଲାଙ୍କ ସମେତ ୧୩ ଜଣ ପ୍ରାଣ ହରାଇଥିବା ହସ୍ପିଟାଲ ସୂତ୍ରରୁ ଜଣାପଡ଼ିଛି। ଗାଜାର ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଖାଦ୍ୟ ପାଇଁ ସଂଘର୍ଷ କରୁଥିବାବେଳେ ଦାତବ୍ୟ ସଂସ୍ଥାଗୁଡ଼ିକରେ ଦୈନିକ ୧୦ ନିୟୁତଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ ହେଉଛି। ଯୋଗାଣ ବନ୍ଦ ଯୋଗୁ ଅନ୍ୟାନ୍ୟ ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମ ବନ୍ଦ ହୋଇଯାଇଛି। ଜାତିସଂଘ ଓ ଅନ୍ୟ ସଂଗଠନଗୁଡ଼ିକ ସେମାନଙ୍କ ଗଚ୍ଛିତ ସାମଗ୍ରୀକୁ ଦାତବ୍ୟ ରୋଷଶାଳାକୁ ପଠାଇଦେଇଛନ୍ତି। ଖାଦ୍ୟ ସଂଗ୍ରହର ଏକମାତ୍ର ଅନ୍ୟ ଉପାୟ ହେଉଛି ବଜାରରୁ କ୍ରୟ କରିବା। ଯୋଗାଣ ଅଭାବ ଯୋଗୁ ଏହିସବୁ ସାମଗ୍ରୀ ଏତେ ମହଙ୍ଗା ହୋଇଛି ଯେ, ଲୋକେ କିଣିବା ଅବସ୍ଥାରେ ନ ଥିବା ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri