ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ ମଧ୍ୟ ବିସ୍ଫୋରଣ ଘଟିଛି। ଗତ ରବିବାର ତେହେରାନ୍‌ ଇସ୍ରାଏଲ୍‌ ଉପରେ ଏୟାରଷ୍ଟ୍ରାଇକ୍‌ କରିଥିବାବେଳେ ଏହାର ପ୍ରତିଶୋଧ ନେବ ବୋଲି ଇସ୍ରାଏଲ୍‌ କହିଥିଲା। ଇରାନର ଶତାଧିକ ଡ୍ରୋନ୍‌ ଏବଂ ମିଶାଇଲ୍‌ ଆକ୍ରମଣର ଜବାବ ଇସ୍ରାଏଲ୍‌ ଦେଇଥିବା କୁହାଯାଉଛି। ଅନ୍ୟପକ୍ଷରେ ଇରାନ୍‌ ସୈନ୍ୟ କେନ୍ଦ୍ରୀୟ ଇସ୍‌ଫାହାନ ସହର ନିକଟରେ ଥିବା ବୃହତ୍‌ ଏୟାରବେସ୍‌ ଏବଂ ଆଣବିକ କେନ୍ଦ୍ର ନିକଟରେ ଏୟାର ଡିଫେନ୍ସ ସହାୟତାରେ ଇସ୍ରାଏଲ୍‌ ଡ୍ରୋନ୍‌କୁ ଖସାଇଦେଇଛି। ତେବେ ଇସ୍ରାଏଲ୍‌ର ଆକ୍ରମଣ ସମ୍ଭାବନାକୁ ଇରାନର କୌଣସି ଅଧିକାରୀ ସିଧାସଳଖ ସ୍ବୀକାର କରିନାହାନ୍ତି। ସେହିପରି ଇସ୍ରାଏଲୀ ସେନା ମଧ୍ୟ କୌଣସି ଉତ୍ତର ଦେବାକୁ ମନା କରିଦେଇଛି।
ଇରାନ ଏହାର ଅନେକ ସହରରେ ଏୟାର ଡିଫେନ୍ସ ସିଷ୍ଟମ୍‌କୁ ସକ୍ରିୟ କରିଥିବା ସରକାରୀ ଗଣମାଧ୍ୟମରେ କୁହାଯାଇଛି। ଇରାନର ତୃତୀୟ ବୃହତ୍‌ ସହର ଇସ୍‌ଫାହାନ ନିକଟରେ ବିସ୍ଫୋରଣର ଶବ୍ଦ ଶୁଭିଥିବା ସରକାରୀ ପ୍ରସାରଣ ସଂସ୍ଥା କହିଛି। ଉକ୍ତ ସହରରେ ଅନେକ ଆଣବିକ କେନ୍ଦ୍ର ରହିଛି। ସେଗୁଡ଼ିକ ସମ୍ପୂର୍ଣ୍ଣ ସୁରକ୍ଷିତ ବୋଲି ଇରାନ୍‌ର ତାସ୍‌ନିମ ନ୍ୟୁଜ୍‌ ଏଜେନ୍ସି କହିଛି। ଇରାନ ଉପରେ ମିଶାଇଲ୍‌ ଆକ୍ରମଣ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିବାବେଳେ ତେହେରାନ ଏହାକୁ ଖଣ୍ଡନ କରିଛି। ଇସ୍ରାଏଲ୍‌ର କେତେକ ଡ୍ରୋନ୍‌କୁ ଇରାନ୍‌ ଖସାଇଦେଇଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri