ଲେବାନନ୍‌ ଉପରେ ଇସ୍ରାଏଲ୍‌ର ସବୁଠୁ ବଡ଼ ଆକ୍ରମଣ

ବେରୁଟ୍‌,୧୭ା୮: ଲେବାନନ୍‌ର ଦକ୍ଷିଣ ଭାଗରେ ଇସ୍ରାଏଲ୍‌ ସେନା ଆକ୍ରମଣ କରିବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ତାଙ୍କର ୨ ଶିଶୁ ରହିଛନ୍ତି। ଏହି ଏୟାରଷ୍ଟ୍ରାଇକ୍‌ରେ ଅନ୍ୟ ୫ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣ ମହିଳା ଗୁରୁତର ଥିବା ଜଣାପଡ଼ିଛି। ଲେବାନନ୍‌ର ନାବାଟିହ ସହରର ଏକ ଆବାସିକ ବିଲ୍ଡିଂ ଉପରେ ଇସ୍ରାଏଲ୍‌ ବିମାନରୁ ବୋମାମାଡ଼ କରିଥିଲା। ମୃତକମାନେ ସିରିଆ ନାଗରିକ। ଡିଏନ୍‌ଏ ପରୀକ୍ଷା ପରେ ସେମାନଙ୍କ ପରିଚୟ ଜଣାପଡ଼ିବ ବୋଲି ଏକ ନ୍ୟୁଜ୍‌ ଏଜେନ୍ସି ରିପୋର୍ଟରେ କୁହାଯାଇଛି।

ହେଜବୋଲ୍ଲା ଆତଙ୍କବାଦୀମାନେ ବ୍ୟବହାର କରୁଥିବା ଅସ୍ତ୍ର ଡିପୋକୁ ଟାର୍ଗେଟ କରି ଏହି ଏୟାରଷ୍ଟ୍ରାଇକ୍‌ କରାଯାଇଥିଲା। ଦୋହାରେ ପାଲେଷ୍ଟିନୀୟ ଇସ୍‌ଲାମିଷ୍ଟ ଗୋଷ୍ଠୀ ହମାସ୍‌ ଏବଂ ଇସ୍ରାଏଲ୍‌ ମଧ୍ୟରେ ଯୁଦ୍ଧବିରତି ନେଇ ଚାଲିଥିବା ଆଲୋଚନା ଶୁକ୍ରବାର ସ୍ଥଗିତ ରହିବା ପରେ ଇସ୍ରାଏଲ୍‌ ସେନା ଲେବାନନ୍‌ ଉପରେ ଆକ୍ରମଣ କରିଛି।

ହମାସ୍‌ ଏବଂ ଇସ୍ରାଏଲ୍‌ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରେ ଲେବାନନ୍‌ ଉପରେ ଏହା ଇସ୍ରାଏଲ୍‌ର ସବୁଠୁ ବଡ଼ ମରଣାନ୍ତକ ଆକ୍ରମଣ। ଗାଜା ଷ୍ଟ୍ରିପ୍‌ରେ ଯୁଦ୍ଧବିରତି ପରେ ହେଜବୋଲ୍ଲା ଆକ୍ରମଣ ବନ୍ଦ ରଖିବ ବୋଲି କହିଛି। ନାବାଟିହ ଆକ୍ରମଣର ଜବାବରେ ହେଜବୋଲ୍ଲା ଉତ୍ତର ଇସ୍ରାଏଲ୍‌ର ଆୟେଲେଟ୍‌ ହାଶାହର କିବୁଜ୍‌ରେ ରକେଟ ଆକ୍ରମଣ କରିଥିଲା। ଏଥିରେ ୨ ଜଣ ସୈନ୍ୟ ଆହତ ହୋଇଛନ୍ତି। ଲେବାନନ୍‌ରୁ ଇସ୍ରାଏଲ୍‌କୁ ଟାର୍ଗେଟ କରି ଆତଙ୍କବାଦୀମାନେ ମୋଟ ୫୫ ଥର ରକେଟ ମାଡ଼ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri