ୟେମେନ୍‌ ରାଜଧାନୀରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

କାଇରୋ,୨୫ା୮: ଇରାନ ସମର୍ଥତ୍ତ ୟେମେନ୍‌ର ହୁଟି ଆତଙ୍କବାଦୀଙ୍କ ମିଶାଇଲ୍‌ ଆକ୍ରମଣ ଜବାବରେ ଇସ୍ରାଏଲୀ ସେନା ରବିବାର ଅପରାହ୍ନରେ ୟେମେନ୍‌ ରାଜଧାନୀ ସାନା ଉପରେ ଜୋର୍‌ଦାର ବୋମାମାଡ଼ କରିଛି। ଗତ ୧୭ ତାରିଖର ଆକ୍ରମଣ ପରେ ରବିବାର ହୁଟିଙ୍କ ଅକ୍ତିଆରରେ ଥିବା ସାନା ଉପରେ ଆକ୍ରମଣ ହୋଇଥିବା ସ୍ଥାନୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ବିଦ୍ରୋହୀଙ୍କ ଦ୍ୱାରା ବ୍ୟବହୃତ ଶକ୍ତି ଭିତ୍ତିଭୂମିକୁ ଟାର୍ଗେଟ କରାଯାଇଛି। ୟେମେନ୍‌ର ମିଶାଇଲ୍‌ ବେସ୍‌, ରାଷ୍ଟ୍ରପତି ଭବନ ନିକଟବର୍ତ୍ତୀ ଅଞ୍ଚଳରେ ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ୟେମେନ୍‌ ସୁରକ୍ଷା ବଳ ସୂତ୍ରରୁ ଆକ୍ରମଣ ସୂଚନା ଦିଆଯାଇଥିବାବେଳେ ସ୍ଥାନୀୟ ଲୋକେ ମଧ୍ୟ ରଏଟର୍ସକୁ ଏହି ଖବର ଦେଇଛନ୍ତି। ଆକ୍ରମଣରେ କେନ୍ଦ୍ରୀୟ ସାନାରେ ଥିବା ଏକ ମ୍ୟୁନିସିପାଲିଟି ବିଲ୍ଡିଂ କ୍ଷତିଗ୍ରସ୍ତ ହେବା ସହ ସେଠାରେ କେତେଜଣ ମୃତାହତ ହୋଇଛନ୍ତି। ସେହିପରି ହୋଡେଇଡା ବନ୍ଦର ସହରରେ ମଧ୍ୟ ଆକ୍ରମଣ ହୋଇଥିବା ଏକ ଇସ୍ରାଏଲୀ ଗଣମାଧ୍ୟମ ରିପୋର୍ଟ କରିଛି। ତେବେ ଇସ୍ରାଏଲ ପକ୍ଷରୁ ଆକ୍ରମଣ ସମ୍ପର୍କରେ ସ୍ପଷ୍ଟ କରାଯାଇ ନାହିଁ।
ଗତ ଶୁକ୍ରବାର ହୁଟି ପକ୍ଷରୁ ଇସ୍ରାଏଲୀ ଅଞ୍ଚଳକୁ ଟାର୍ଗେଟ କରି ମିଶାଇଲ୍‌ ମାଡ଼ କରାଯାଇଥିଲା। ଇସ୍ରାଏଲ୍‌ ବିରୋଧରେ ପ୍ରଥମ ଥର ପାଇଁ ଏଭଳି କ୍ଲଷ୍ଟର ଓ୍ବାର୍‌ହେଡ୍‌ ବ୍ୟବହାର କରିଥିଲା। ୨୦୨୩ ଅକ୍ଟୋବର ୭ରୁ ଇସ୍ରାଏଲ୍‌ ଏବଂ ହମାସ୍‌ ବିରୋଧରେ ଯୁଦ୍ଧ ଜାରି ରହିଥିବାବେଳେ ହୁଟି ଆତଙ୍କବାଦୀମାନେ ବିଭିନ୍ନ ସମୟରେ ଇସ୍ରାଏଲ୍‌କୁ ଟାର୍ଗେଟ କରି ମିଶାଇଲ୍‌ ଓ ଡ୍ରୋନ୍‌ ଆକ୍ରମଣ କରୁଛନ୍ତି। ହୁଟି ଆକ୍ରମଣ ଯୋଗୁ ଗତ ୨ ବର୍ଷ ମଧ୍ୟରେ ଲୋହିତ ସାଗରରେ ଜାହାଜ ଚଳାଚଳ ବାଧାପ୍ରାପ୍ତ ହୋଇଛି। ୨୦୨୩ ନଭେମ୍ବରରୁ ୨୦୨୪ ଡିସେମ୍ବର ମଧ୍ୟରେ ହୁଟି ଗ୍ରୁପ୍‌ ଶତାଧିକ ଜାହାଜକୁ ଟାର୍ଗେଟ କରି ମିଶାଇଲ୍‌ ଓ ଡ୍ରୋନ୍‌ ଆକ୍ରମଣ କରିଥିଲେ। ଯୁଦ୍ଧବିରତି ବେଳେ ଏହି ଆକ୍ରମଣ ସାମୟିକ ଭାବେ ବନ୍ଦ ରହିଥିବାବେଳେ ପୁନର୍ବାର ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri