ହମାସ କବଳରୁ ୪ ବନ୍ଧକଙ୍କୁ ଉଦ୍ଧାର କଲା ଇସ୍ରାଏଲୀ ସେନା

ଜେରୁଜେଲମ୍‌, ୯।୬: ଗାଜାରେ ଇସ୍ରାଏଲୀ ସେନା ହମାସ କବଜାରେ ଥିବା ୪ ଜଣ ବନ୍ଧକଙ୍କୁ ଉଦ୍ଧାର କରିଛି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ(ଆଇଡିଏଫ୍‌), ଇସ୍ରାଏଲ ସିକ୍ୟୁରିଟି ଅଥୋରିଟି(ଆଇଏସ୍‌ଏ) ଏବଂ ପୋଲିସ ପକ୍ଷରୁ ମିଳିତ ଅପରେଶନ କରାଯାଇ ମଧ୍ୟଗାଜାସ୍ଥିତ ନୁସିରାତ ଅଞ୍ଚଳର ୨ଟି ପୃଥକ୍‌ ସ୍ଥାନରୁ ଏହି ୪ ବନ୍ଧକଙ୍କୁ ଦୀର୍ଘ ୮ ମାସ ପରେ ଉଦ୍ଧାର କରାଯାଇଥିବା ଶନିବାର ଇସ୍ରାଏଲ ପକ୍ଷରୁ ସୂଚନା ଦିଆଯାଇଛି। ଉଦ୍ଧାର ହୋଇଥିବା ୪ ବନ୍ଧକ ହେଲେ ନୋଆ ଅରଗ୍‌ମାନି(୨୫), ଅଲମୋଗ ମୀର୍‌ ଜାନ୍‌ (୨୧), ଏଣ୍ଡ୍ରି କୋଜ୍‌ଲବ୍‌(୨୭) ଏବଂ ଶ୍ଲୋମି ଜିବ୍‌ (୪୦)। ଗତବର୍ଷ ଅକ୍ଟୋବର ୭ରେ ହମାସ ଆତଙ୍କବାଦୀମାନେ ଇସ୍ରାଏଲରେ ଅଚାନକ ଆକ୍ରମଣ କରି ନୋଭା ସଂଗୀତ ମହୋତ୍ସବରୁ ଏହି ୪ ଜଣଙ୍କୁ ଅପହରଣ କରି ଗାଜା ନେଇଯାଇଥିଲେ। ସେମାନଙ୍କୁ ଉଦ୍ଧାର ପାଇଁ ଇସ୍ରାଏଲ୍‌ର ଅପରେଶନ ବେଳେ ୨୧୦ ଜଣ ପାଲେଷ୍ଟିନୀୟ ନିହତ ହୋଇଥିବା ହମାସ୍‌ କହିଛି। ଅନ୍ୟ ବନ୍ଧକଙ୍କୁ ଖୁବ୍‌ଶୀଘ୍ର ଉଦ୍ଧାର କରାଯିବା ନେଇ ଆଇଡିଏଫ୍‌ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଭାଙ୍ଗିଲା ସବୁ ରେକର୍ଡ: ସବୁଠୁ ଉତ୍ତପ୍ତ ମାସ ସାଜିଲା ଅଗଷ୍ଟ ୨୦୨୬

ନୂଆଦିଲ୍ଲୀ,୧୧।୯(ପି.ଟି.): ‘ଅଗଷ୍ଟ ୨୦୨୬’ ବିଶ୍ୱ ଇତିହାସରେ ସବୁଠାରୁ ଉତ୍ତପ୍ତ ମାସ ଭାବେ ରେକର୍ଡ କରିଛି। ବିଶ୍ୱର ହାରାହାରି ଭୂପୃଷ୍ଠ ବାୟୁ ତାପମାତ୍ରା ୧୬.୯୬ ଡିଗ୍ରୀ ସେଲ୍‌ସିୟସ ରହିବା…

ଆମେରିକୀୟ ବାୟୁସେନା ଘାଟିରେ କ୍ଷେପଣାସ୍ତ୍ର ମାଡ଼

ତେହେରାନ,୧୦।୯: ଜୋର୍ଡାନସ୍ଥିତ ଏକ ଆମେରିକୀୟ ବାୟୁସେନା ଘାଟି ଉପରେ ଇରାନର ସାମରିକ ଆକ୍ରମଣରେ ଆମେରିକାର ଏକାଧିକ ଯୁଦ୍ଧ ବିମାନ କ୍ଷତିଗ୍ରସ୍ତ ହୋଇଛି। ସିବିଏସ୍‌ ରିପୋର୍ଟ ଅନୁଯାୟୀ ଆକ୍ରମଣରେ…

ଏହି ଦିନ ଇରାନ ସହ ଯୁଦ୍ଧ ବନ୍ଦ କରିବ ଆମେରିକା, ଟ୍ରମ୍ପ କଲେ ବଡ଼ ଦାବି

ଓ୍ବାଶିଂଟନ,୧୦।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଆରମ୍ଭ ହେବାର ଛଅ ମାସରୁ ଅଧିକ ସମୟ ବିତିଗଲାଣି। ଫେବୃଆରୀ ୨୮ ରେ ଆମେରିକା ଏବଂ ଇସ୍ରାଏଲ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?