ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲ୍‌ର ଆକ୍ରମଣ: ୭୨ ମୃତ

ତେଲ୍‌ ଆଭିଭ୍‌,୧୬।୧: ଯୁଦ୍ଧବିରତି ଚୁକ୍ତିନାମା ଘୋଷଣା ପରେ ମଧ୍ୟ ଇସ୍ରାଏଲ୍‌ ଆକ୍ରମଣ ଜାରି ରଖିଛି। ଗୁରୁବାର ଇସ୍ରାଏଲ୍‌ର ଆକ୍ରମଣରେ ଅନୂ୍ୟନ ୭୨ ଜଣଙ୍କ ମୃତ୍ୟୁ ଘଟିଥିବା ଗାଜା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ଗାଜା ସହରର ୨ଟି ହସ୍ପିଟାଲରେ ପହଞ୍ଚତ୍ଥିବା ମୃତଦେହକୁ ହିସାବ କରି ମୃତ୍ୟୁସଂଖ୍ୟା ୭୨ କୁହାଯାଇଥିବାବେଳେ ପ୍ରକୃତ ମୃତ୍ୟୁସଂଖ୍ୟା ଏହାଠାରୁ ଯଥେଷ୍ଟ ଅଧିକ ହେବ ବୋଲି କୁହାଯାଉଛି। ଅସ୍ତ୍ରବିରତି ଡିଲ୍‌ ପୂର୍ବରୁ ଉଭୟ ପକ୍ଷ ସାମରିକ ସଂଘର୍ଷକୁ ଜୋର୍‌ଦାର କରିଥିଲେ। ବୁଧବାରଠାରୁ ଗୁରୁବାର ଅଧିକ ରକ୍ତପାତ ହୋଇଥିବା ମନ୍ତ୍ରଣାଳୟ କହିଛି।

ବୁଧବାର ଚୁକ୍ତିନାମା ଘୋଷଣା ପରେ ଗାଜାରେ ପଣବନ୍ଦୀ ଥିବା ଇସ୍ରାଏଲୀ ନାଗରିକ ମୁକ୍ତ ହେବେ ଏବଂ ୧୫ ମାସ ଧରି ଚାଲିଥିବା ଯୁଦ୍ଧର ଅବସାନ ଘଟିବ ବୋଲି ଆଶା କରାଯାଉଥିଲା। ତେବେ ହମାସ୍‌ ସହ ଯୁଦ୍ଧବିରତି ଚୁକ୍ତିନାମାର ଶେଷ ମୁହୂର୍ତ୍ତରେ ସଙ୍କଟ ଦେଖାଦେଇଥିଲା, ଯେଉଁଥିପାଇଁ ଦୀର୍ଘପ୍ରତୀକ୍ଷିତ ସିଜ୍‌ଫାୟାରର ଇସ୍ରାଏଲୀ ଅନୁମୋଦନ ସ୍ଥଗିତ ରହିଥିବା ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହକୁ କହିଛନ୍ତି। ଚୁକ୍ତିନାମା ଚୂଡ଼ାନ୍ତ ହୋଇଛି ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ମୁଖ୍ୟ ମଧ୍ୟସ୍ଥ କାତାର ଘୋଷଣା କରିବାର କିଛି ସମୟ ପରେ ଏଥିରେ କେତେକ ସମସ୍ୟା ରହିଥିବା ନେତାନ୍ୟାହୁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri