ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଇସ୍ରାଏଲର ଏୟାର ଷ୍ଟ୍ରାଇକ୍‌ରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ ଅମୀର ନସୀରଜାଦେହ ଏବଂ ରିଭୋଲ୍ୟୁସନାରୀ ଗାର୍ଡସ କମାଣ୍ଡର ମହମ୍ମଦ ପକପୁରଙ୍କ ମୃତ୍ୟୁ ଘଟିଛି।
ରିପୋର୍ଟ ଅନୁଯାୟୀ, ଇସ୍ରାଏଲ ଆକ୍ରମଣରେ ଇରାନର ଏହି ଦୁଇ ଶୀର୍ଷ ସାମରିକ ଅଧିକାରୀ ପ୍ରାଣ ହରାଇଛନ୍ତି। ତେବେ ଇରାନ ପକ୍ଷରୁ ଏଯାଏ କୌଣସି ଆଧିକାରିକ ପୁଷ୍ଟି କରାଯାଇ ନାହିଁ। ଇରାନ ବୈଦେଶିକ ମନ୍ତ୍ରୀ ଅବ୍ବାସ ଆରାଗଚି କହିଛନ୍ତି ଯେ, ଏହି ଆକ୍ରମଣରେ ଜଣେ କିମ୍ବା ଦୁଇଜଣ କମାଣ୍ଡର ମୃତ୍ୟୁବରଣ କରିଥାଇପାରନ୍ତି, କିନ୍ତୁ ଏହା ଦେଶ ପାଇଁ କୌଣସି ବଡ଼ କ୍ଷତି ନୁହେଁ। ସେହିଭଳି ଇସ୍ରାଏଲ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆମେରିକା ଓ ଇସ୍ରାଏଲ ମିଳିତ ଭାବେ ଇରାନର ଆତଙ୍କବାଦୀ ଶାସନ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି। ସେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନେତୃତ୍ୱକୁ ଧନ୍ୟବାଦ ଜଣାଇଛନ୍ତି।
ଆମେରିକା ଏହି ଯୁଦ୍ଧ ଉପରେ କଡ଼ା ନଜର ରଖିଛି। ସୂଚନା ଅନୁସାରେ, ପେଣ୍ଟାଗନ ମୁଖ୍ୟ ପିଟ ହେଗସେଥ ଏବଂ ଜଏଣ୍ଟ ଚିଫ୍ସ ଅଫ ଷ୍ଟାଫ ଚେୟାରମ୍ୟାନ ଜେନେରାଲ ଡ୍ୟାନ କେନଫ୍ଲୋରିଡାସ୍ଥିତ ମାର୍‌-ଏ-ଲାଗୋ ରିସୋର୍ଟରୁ ଏହି ପୂରା ଅଭିଯାନର ତଦାରଖ କରୁଛନ୍ତି, ଯେଉଁଠାରେ ରାଷ୍ଟ୍ରପତି ଟ୍ରମ୍ପ ମଧ୍ୟ ଉପସ୍ଥିତ ଅଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri