ଇରାନ ପ୍ରତିରକ୍ଷା ମୁଖ୍ୟାଳୟରେ ଇସ୍ରାଏଲର ଆକ୍ରମଣ

ଦୁବାଇ,୧୬ା୬: ଇରାନର ଘାତକ ଆକ୍ରମଣ ପରେ ଇସ୍ରାଏଲ୍‌ ରବିବାର କ୍ରମାଗତ ତୃତୀୟ ଦିନ ପାଇଁ ତେହରାନ ଉପରେ ଜୋର୍‌ଦାର ଆକ୍ରମଣ କରିଛି। ଇରାନର ଶକ୍ତି ଶିଳ୍ପ ଏବଂ ତେହରାନରେ ଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ମୁଖ୍ୟାଳୟକୁ ଟାର୍ଗେଟ କରି ଇସ୍ରାଏଲୀ ସେନା ଆକ୍ରମଣ କରିଥିବାବେଳେ ତେହରାନ୍‌ର ବିଭିନ୍ନ ସ୍ଥାନରେ ବିସ୍ଫୋରଣ ଶବ୍ଦ ଶୁଣାଯାଇଛି। ରବିବାର ସୁଦ୍ଧା ଇସ୍ରାଏଲ୍‌ ଆକ୍ରମଣରେ ଇରାନରେ ଅନୂ୍ୟନ ୪୦୬ ଜଣଙ୍କ ମୃତ୍ୟୁ ଘଟିଥିଲାବେଳେ ୬୫୪ ଜଣ ଆହତ ହୋଇଥିବା ଏକ ମାନବାଧିକାର ସଂଗଠନ କହିଛି। ଇସ୍ରାଏଲ୍‌ର ସାଧାରଣ ନାଗରିକଙ୍କୁ ଟାର୍ଗେଟ କଲେ ଇରାନକୁ ବହୁମୂଲ୍ୟ ଦେବାକୁ ପଡ଼ିବ ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ରବିବାର ଚେତାବନୀ ଦେଇଛନ୍ତି। ଦୁଇ ଦେଶ ମଧ୍ୟରେ ଆକ୍ରମଣ ଜାରି ରହିଥିବାରୁ ଆମେରିକା ସହ ଇରାନର ଆଣବିକ ଆଲୋଚନା ବାତିଲ ହୋଇଛି। ଗତ ମାସରେ ବାଣିଜ୍ୟ ଥୋପ କରି ଭାରତ ଓ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି କରାଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଥିଲାବେଳେ ଇରାନ ଓ ଇସ୍ରାଏଲ ମଧ୍ୟରେ ଅନୁରୂପ ଡିଲ୍‌ କରିପାରିବେ ବୋଲି ରବିବାର ଦାବି କରିଛନ୍ତି।
ଇସ୍ରାଏଲ୍‌ ‘ଅପରେଶନ ରାଇଜିଂ ଲାୟନ’ ନାମରେ ଶୁକ୍ରବାର ଅଚାନକ ଇରାନର ଆଣବିକ ସ୍ଥଳ ଓ ସାମରିକ ଘାଟିଗୁଡ଼ିକୁ ଟାର୍ଗେଟ କରି ଜୋର୍‌ଦାର ଆକ୍ରମଣ କରିବାରୁ ଏହାର ସେନାମୁଖ୍ୟଙ୍କ ସମେତ କେତେଜଣ ଶୀର୍ଷ ଜେନେରାଲ ଏବଂ ଆଣବିକ ବୈଜ୍ଞାନିକଙ୍କ ମୃତ୍ୟୁ ଘଟିଥିଲା। ଏହାର ଜବାବରେ ଇରାନ ଇସ୍ରାଏଲ୍‌ ଉପରେ ଶତାଧିକ ଡ୍ରୋନ୍‌ ଏବଂ ମିଶାଇଲ ମାଡ଼ କରିଥିଲା। ପରେ ଇସ୍ରାଏଲ୍‌ ଇରାନର ୨ଟି ତୈଳ ବିଶୋଧନାଗାର ଉପରେ ଆକ୍ରମଣ କରିଛି। ଇରାନର ବୁଶେର ପ୍ରଦେଶର ସାଉଥ୍‌ ପାର୍ସରେ ରହିଥିବା ବିଶ୍ୱର ସର୍ବବୃହତ୍‌ ଗ୍ୟାସ୍‌ ଫିଲ୍ଡରେ ଶନିବାର ଇସ୍ରାଏଲ୍‌ ଡ୍ରୋନ୍‌ ଆକ୍ରମଣ କରିବାରୁ ଏକ ପ୍ରୋସେସିଂ ୟୁନିଟ୍‌ରେ ନିଆଁ ଲାଗିଯାଇଛି। ଫଳରେ ସେଠାରୁ ଉତ୍ପାଦନ ଆଂଶିକ ବନ୍ଦ ରହିଛି।
ଇସ୍ରାଏଲ୍‌ ଇସ୍‌ଲାମିକ ରିପବ୍ଲିକ୍‌ ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ କଲେ ଆମେ ଆକ୍ରମଣ କରିବୁ ନାହିଁ ବୋଲି ରବିବାର ତେହରାନ କହିଛି। ଶନିବାର ରାତିରୁ ଇସ୍ରାଏଲ୍‌ ଉପରେ ଇରାନ ଶତାଧିକ ମିଶାଇଲ ମାଡ଼ କରିଥିଲା। ଏଥିରେ ଅନୂ୍ୟନ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦୦ ଜଣ ଆାହତ ହୋଇଥିବା ଇସ୍ରାଏଲ୍‌ ଜରୁରୀ ସେବା ବିଭାଗ କହିଛି। ଅନ୍ୟପକ୍ଷରେ ଇସ୍ରାଏଲ୍‌ କହିଛି, ଇରାନ ଅଣୁଅସ୍ତ୍ର ବିକାଶ ବନ୍ଦ କରିବା ଆମେ ଚାହୁଁ। ଆମେରିକା ରାଷ୍ଟ୍ରପତି ଇସ୍ରାଏଲ୍‌ର ସାମରିକ କାର୍ଯ୍ୟାନୁଷ୍ଠାନକୁ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି। ଇରାନ ଯଦି ଆଣବିକ ଚୁକ୍ତିନାମା ପାଇଁ ରାଜି ହୁଏ, ତେବେ ଆଉ ଧ୍ୱଂସଲୀଳା ହେବ ନାହିଁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri