ଯୁଦ୍ଧ କ୍ଷେତ୍ରକୁ ଯିବା ପୂର୍ବରୁ ବିବାହ କଲେ ସେନା ଯୋଡି

ତେଲ ଆଭିବ,୧୦।୧୦: ଇସ୍ରାଏଲ ଏବଂ ହମାସ ଆତଙ୍କବାଦୀଙ୍କ ମଧ୍ୟରେ ଚାଲିଥିବା ଯୁଦ୍ଧରେ ୧୧୦୦ ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଯୁଦ୍ଧ ହେତୁ ଇସ୍ରାଏଲ ଏବଂ ପାଲେଷ୍ଟାଇନର ଦୈନନ୍ଦିନ ଜୀବନ ଅସ୍ଥିର ହୋଇପଡିଛି। ଇସ୍ରାଏଲର ସୈନିକମାନେ ହମାସ ଆତଙ୍କବାଦୀଙ୍କ ସହ ଲଢିବା ପାଇଁ ଗାଜାରେ ପହଞ୍ଚିଛନ୍ତି। ଏଥି ସହିତ, ଯୁଦ୍ଧ ସମୟରେ ହଜାର ହଜାର ସୈନିକଙ୍କୁ ଡ୍ୟୁଟି କରିବାକୁ ଡକାଯାଇଛି।

ତେବେ ଡ୍ୟୁଟିରୁ ଫେରିବା ପୂର୍ବରୁ ଦୁଇ ସେନା ଅଧିକାରୀ ବିବାହ ବନ୍ଧନରେ ବାନ୍ଧି ହେବାକୁ ନିଷ୍ପତ୍ତି ନେଇଥିଲେ। ରବିବାର ରାତିରେ ଇସ୍ରାଏଲର ସେନା ଉରି ମିଣ୍ଟଜର ଏବଂ ଏଲିନୋର ୟୋସୋଫିନ ଏକ ବିବାହ ଉତ୍ସବ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଥିଲେ।
ଉଭୟ ଥାଇଲାଣ୍ଡରେ ଯାତ୍ରା କରୁଥିବାବେଳେ ହଠାତ୍‌ ହମାସ ଆତଙ୍କବାଦୀମାନେ ଇସ୍ରାଏଲ ଉପରେ ଆକ୍ରମଣ କରିଥିଲେ। ଏହି ଘଟଣା ପରେ ଉଭୟ ସେନା ଅଧିକାରୀ ଇସ୍ରାଏଲରେ ପହଞ୍ଚିଥିଲେ।
କେନ୍ଦ୍ରୀୟ ଇସ୍ରାଏଲର ଶୋହମ ସହରରେ ଏହି ଦମ୍ପତି ଏକ ପାରମ୍ପାରିକ ବିବାହ କରିଥିଲେ। ବିବାହ ଉତ୍ସବରେ କେବଳ ତାଙ୍କ ମାତାପିତା ଏବଂ କେତେଜଣ ପରିବାର ସଦସ୍ୟ ଯୋଗ ଦେଇଥିଲେ। ଇସ୍ରାଏଲ ପ୍ରତିରକ୍ଷା ବାହିନୀର ମୁଖପାତ୍ର ରିୟର ଆଡମିରାଲ ଡାନିଏଲ ହାଗରୀ ସୋମବାର କହିଛନ୍ତି ଯେ ତିନି ଲକ୍ଷ ରିଜର୍ଭଷ୍ଟ (ସେନା କର୍ମଚାରୀ) ଡ୍ୟୁଟି ପାଇଁ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?