ଇସ୍ରାଏଲ୍‌ ନିର୍ବାଚନ: ନେତାନ୍ୟାହୁଙ୍କ ପାଇଁ କଡ଼ା ପରୀକ୍ଷା

ଜେରୁଜେଲମ୍‌,୨୩।୩: ମଙ୍ଗଳବାର ଇସ୍ରାଏଲ୍‌ରେ ୨ ବର୍ଷ ମଧ୍ୟରେ ଚତୁର୍ଥ ଥର ପାଇଁ ନିର୍ବାଚନ ହେଉଛି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କ ପାଇଁ ଏହା କଡ଼ା ପରୀକ୍ଷା ନେଇ ଆସିଛି। ନିର୍ବାଚନ ପୂର୍ବରୁ ଦେଶର ବିଭିନ୍ନ ଅଞ୍ଚଳରେ ନେତାନ୍ୟାହୁଙ୍କ ବିରୋଧରେ ପ୍ରଦର୍ଶନ କରାଯାଇଛିି। ତେଣୁ ନିର୍ବାଚନରେ ବିଜୟୀ ହେବା ନେତାନ୍ୟାହୁଙ୍କ ପାଇଁ କଷ୍ଟକର ହେବ ବୋଲି ରାଜନୈତିକ ସମୀକ୍ଷକମାନେ ମତପୋଷଣ କରିଛନ୍ତି। ନିର୍ବାଚନ ଫଳାଫଳ ମାର୍ଚ୍ଚ ୩୧ରେ ପ୍ରକାଶ ପାଇବ। ଏହାପରେ ଏପ୍ରିଲ୍‌ ୬ରେ ଦେଶର ୨୪ତମ ସିନେଟ୍‌ ଗଠନ ହେବ। ୨୦୨୦ ମାର୍ଚ୍ଚରେ ଦେଶରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। କୌଣସି ଦଳକୁ ସଂଖ୍ୟା ଗରିଷ୍ଠତା ନ ମିଳିବାରୁ ମେଣ୍ଟ ସରକାର ଗଠନ ହୋଇଥିଲା। ଇସ୍ରାଏଲ୍‌ ସଂସଦର ୧୨୦ ଆସନ ମଧ୍ୟରୁ ନିର୍ବାଚନରେ ନେତାନ୍ୟାହୁଙ୍କ ଲିକୁଡ ପାର୍ଟି ୩୦ ଆସନ ହାସଲ କରିବାର ସମ୍ଭାବନା ରହିଛି। ସେହିପରି ତାଙ୍କ ସହଯୋଗୀ ଦଳଗୁଡ଼ିକ ୫୦ଟି ଆସନ ହାତେଇବାର ଆଶା ରହିଛି। େନେତାନ୍ୟାହୁଙ୍କ ମେଣ୍ଟ ୫୬ରୁ ୬୦ ଆସନରେ ବିଜୟୀ ହେବାର ଅନୁମାନ କରାଯାଉଛି। ଯାହାକି ସରକାର ଗଠନ ପାଇଁ ଆବଶ୍ୟକ ସଂଖ୍ୟା କମ୍‌ ରହିଛି। ସେହିପରି ନେତାନ୍ୟାହୁଙ୍କ ବିରୋଧି ଦଳ ୟେଶ୍‌ ଅତିଦ୍‌ ପାର୍ଟି ୨୦ ଆସନରେ ବିଜୟୀ ହୋଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ଆଜିର ରାଶିଫଳ: ସିଂହ ରାଶିରେ ବୁଧଙ୍କ ଗୋଚର, ଅଚାନକ ଏହି ୫ ରାଶିକୁ ମିଳିବ…

ବୈଦିକ ଜ୍ୟୋତିଷ ଅନୁସାରେ ବୁଧ କେବଳ ଏକ ଅତ୍ୟନ୍ତ ଶୁଭ ଗ୍ରହ ନୁହେଁ, ବରଂ ବୁଦ୍ଧି, ବାଣୀ, ତର୍କ, ବ୍ୟାପାର, ସଂଯୋଗ ଓ କୌଶଳର କାରକ ଏବଂ…

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri