ଅନ୍ୟ ଦେଶ ସହ ଗୁପ୍ତ ବୈଠକ କରୁଛନ୍ତି ଲିବିଆର ମହିଳା ମନ୍ତ୍ରୀ ନଜଲା, ବୈଠକକୁ ନେଇ ଲିବିଆରେ ହିଂସା

ଜେରୁଜେଲମ,୩୦।୮: ଲିବିଆର ବୈଦେଶିକ ମହିଳା ମନ୍ତ୍ରୀଙ୍କୁ ନେଇ ଇସ୍ରାଏଲରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି। ଲିବିଆର ବୈଦେଶିକ ମନ୍ତ୍ରୀ ନଜଲା ମଙ୍ଗୋଶ ଇସ୍ରାଏଲର ବୈଦେଶିକ ମନ୍ତ୍ରୀଙ୍କ ସହ ଗୁପ୍ତ ବୈଠକ କରିଥିଲେ। ଏନେଇ ଦେଶରେ ଆଲୋଡ଼ନ ସୃଷ୍ଟି ହୋଇଛି। ଏହି ବୈଠକ ପରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନ ଠାରୁ କୌଣସି ଗୁପ୍ତ ବୈଠକ ହେବ ନାହିଁ। ସମସ୍ତ କୂଟନୈତିକ ବୈଠକର ବିବରଣୀ ଆଗରୁ ସ୍ଥିର କରାଯିବ ବୋଲି ସେ ଘୋଷଣା କରିଛନ୍ତି।

ଅନ୍ୟପକ୍ଷରେ, ଇସ୍ରାଏଲର ବୈଦେଶିକ ମନ୍ତ୍ରୀ ଏଲି କୋହେନଙ୍କ ସହ ଗୁପ୍ତ ବୈଠକ ପରେ ଲିବିଆ ବୈଦେଶିକ ମନ୍ତ୍ରୀ ନଜଲା ମଙ୍ଗୋଶଙ୍କୁ ସାମୟିକ ଭାବେ ନିଲମ୍ବିତ କରାଯାଇଛି। ଏନେଇ ଲିବିଆରେ ପ୍ରଦର୍ଶନ ଚାଲିଛି। ନଜଲାଙ୍କ ବିରୋଧରେ ଜନସାଧାରଣ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସୂଚନାନୁସାରେ ବିରୋଧ ହିଂସାତ୍ମକ ରୂପ ନେବାରେ ଲାଗିଛି। ଗତ ସପ୍ତାହରେ ରୋମରେ ଇସ୍ରାଏଲର ବୈଦେଶିକ ମନ୍ତ୍ରୀଙ୍କ ସହ ତାଙ୍କର ଏକ ଗୁପ୍ତ ସାକ୍ଷାତ ହୋଇଥିବା ନଜଲା ନିଜେ ସ୍ବୀକାର କରିଥିଲେ।

ଗୁପ୍ତ ବୈଠକର ଖବର ଲିକ୍‌ ହେବା ପରେ ଦୁଇ ଦେଶ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ରାଜଧାନୀ ତ୍ରିପୋଲିରେ ହିଂସାତ୍ମକ ପ୍ରଦର୍ଶନ ଚାଲିଛି। ପ୍ରଧାନମନ୍ତ୍ରୀ ଅବଦୁଲ ହମିଦ ଡାବିବେଙ୍କ ବିରୋଧରେ ଲୋକମାନେ ସ୍ଲୋଗାନ ଦେଉଛନ୍ତି। ଲୋକମାନେ କହିଛନ୍ତି ଯେ ନଜଲା ଦେଶ ପ୍ରତି ବିଶ୍ୱାସଘାତକତା କରିଛନ୍ତି। ବିରୋଧ ପ୍ରଦର୍ଶନ ଯୋଗୁ ପ୍ରଧାନମନ୍ତ୍ରୀ ନଜଲାଙ୍କୁ ନିଲମ୍ବନ କରିଛନ୍ତି। ଅନେକ ସହରରେ ନଜଲାଙ୍କ ପୋଷ୍ଟର ପୋଡି ଦିଆଯାଇଛି।

ବିରୋଧ ପ୍ରଦର୍ଶନ ଏପରି ହିଂସାତ୍ମକ ରୂପ ନେଇଛି ଯେ, ଲିବିଆରେ ଅନେକ ସ୍ଥାନରେ ଅଗ୍ନିକାଣ୍ଡ ହୋଇଛି। ପ୍ରଧାନମନ୍ତ୍ରୀ ଅବଦୁଲ ହମିଦ ନଜଲାଙ୍କ ବିରୋଧରେ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଏହି ଗୁପ୍ତ ବୈଠକ ପରେ ଇସ୍ରାଏଲ ମଧ୍ୟ କଠୋର ହୋଇଛି। ସମସ୍ତ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେବାବେଳେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କୌଣସି ଗୁପ୍ତ କୂଟନୈତିକ ବୈଠକ କରିବା ପୂର୍ବରୁ ସେମାନଙ୍କ କାର୍ଯ୍ୟାଳୟରୁ ଅନୁମତି ନିଅନ୍ତୁ। ନିଲମ୍ବନ ପରେ ନଜଲା ମଙ୍ଗୋଶ ଦେଶ ଛାଡି ତୁର୍କୀକୁ ପଳାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri