ଜେରୁଜେଲମର ଏକ ପୂଜା ସ୍ଥଳରେ ଗୁଳିକାଣ୍ଡ, ୮ ମୃତ. ୧୦ ଆହତ, ପୋଲିସ କହିଲା ଆତଙ୍କବାଦୀ ଆକ୍ରମଣ

ଜେରୁଜେଲମ,୨୮ ।୧: ଇସ୍ରାଏଲର ରାଜଧାନୀ ଜେରୁଜେଲମର ବାହାରେ ଥିବା ନେଭେ ୟାକୋଭ ଷ୍ଟ୍ରିଟରେ ଏକ ପୂଜା ସ୍ଥଳରେ ଶୁକ୍ରବାର ଗୁଳିକାଣ୍ଡ ହୋଇଛି । ଇସ୍ରାଏଲ ଉଦ୍ଧାର କାରୀ ସେବା ପକ୍ଷରୁ ଜେରୁଜେଲମ ପୂଜା ସ୍ଥଳରେ ଗୁଳି ଫୁଟିଥିବା କୁହାଯାଇଛି । ଏହି ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି । ଇସ୍ରାଏଲ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆହତଙ୍କ ମଧ୍ୟରୁ କେତେଜଣ ଗୁରୁତର ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଅଧିକାରୀଙ୍କ ସୂଚନା ଅନୁଯାୟୀ, ଏହି ଘଟଣା ଶୁକ୍ରବାର ରାତି ପ୍ରାୟ ୮ଟା ୧୫ରେ(ସ୍ଥାନୀୟ ସମୟ) ହୋଇଛି ।

ଏହି ଆକ୍ରମଣ ପାଲେଷ୍ଟାଇନର ୱେଷ୍ଟ ବ୍ୟାଙ୍କରେ ଇସ୍ରାଏଲ ସେନାଙ୍କ ଦ୍ୱାରା ୧୦ ଜଣଙ୍କ ମୃତ୍ୟୁର ଗୋଟିଏ ଦିନ ପରେ ଘଟିଛି । ପୋଲିସ କହିଛି, ଏହି ଗୁଳିକାଣ୍ଡ ଏକ ‘ଆତଙ୍କବାଦୀ ଆକ୍ରମଣ’ । ପୋଲିସ କହିଛି ଏହି ଗୁଳିକାଣ୍ଡ ଶୁକ୍ରବାର ସନ୍ଧ୍ୟାରେ ପୂର୍ବ ଜେରୁଜେଲମର ଉତ୍ତର ଭାଗରେ ହୋଇଛି । ତେବେ ଆକ୍ରମଣକାରୀ ପୋଲିସ ଗୁଳିରେ ନିହତ ହେବା ସହ ତାଙ୍କ ନିକଟରୁ ବନ୍ଧୁକ ଜବତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଆମେରିକା-ଇରାନ ମଧ୍ୟରେ କିପରି ଯୁଦ୍ଧବିରତି କରାଇଲା ଚାଇନା, ସାମ୍ନାକୁ ଆସିଲା ସେହି ୨୬ ଫୋନ କଲ୍‌ର ରହସ୍ୟ

ବେଜିଂ,୯।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଯୁଦ୍ଧବିରତି ପାଇଁ ମଧ୍ୟସ୍ଥତା କରିବା ପାଇଁ ନିଜକୁ ପିଠି ଥାପୁଡ଼ାଉଛି, କିନ୍ତୁ ଏହାକୁ ହାସଲ କରିବାରେ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri