ଇରାନ କବ୍‌ଜାରେ ଇସ୍ରାଏଲ ଜାହାଜ: ଏଥିରେ ଅଛନ୍ତି ୧୭ ଭାରତୀୟ, ବଢୁଛି ଚିନ୍ତା

ଜେରୁଜେଲମ୍‌,୧୩ା୪: ଶନିବାର ଇରାନର ସମୁଦ୍ର ତଟରକ୍ଷୀ ହର୍ମୁଜ୍‌ ଷ୍ଟ୍ରେଟ୍‌ରେ ଇସ୍ରାଏଲ ସହ ଜଡ଼ିତ ଏକ ମାଲ୍‌ ପରିବହନ ଜାହାଜ ଜବତ କରିଛନ୍ତି। ଏହି ଜାହାଜରେ ୧୭ ଜଣ ଭାରତୀୟ ମଧ୍ୟ ଅଛନ୍ତି, ଯାହା ପରେ ନାଗରିକଙ୍କ ନିରାପଦ ପ୍ରତ୍ୟାବର୍ତ୍ତନ ପାଇଁ ଭାରତ ସରକାରଙ୍କ ଚିନ୍ତା ବଢ଼ିଛି।

ଇରାନ କହିଛି, ଏହି କାର୍ଯ୍ୟ ଯୋଗୁ ସେ ଏହି ଗୁରୁତ୍ୱପୂର୍ଣ୍ଣ ପରିବହନ ମାର୍ଗ ବନ୍ଦ କରିପାରେ। ଇରାନ ମଧ୍ୟ ସିରିଆ କନ୍‌ସୁଲେଟ ଉପରେ ଇସ୍ରାଏଲର ଆକ୍ରମଣର ପ୍ରତିଶୋଧ ନେବ ବୋଲି ଚେତାବନୀ ଦେଇଛି।

ଏଥି ସହିତ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ତିକ୍ତତା ମଧ୍ୟରେ ଭାରତ ଇସ୍ରାଏଲ କଣ୍ଟେନର ଜାହାଜରେ ଥିବା ସମସ୍ତ ଭାରତୀୟଙ୍କ ନିରାପଦ ମୁକ୍ତି ପାଇଁ ଇରାନ ସହ ଯୋଗାଯୋଗ କରିଛି।

ସରକାରୀ ସୂତ୍ରରୁ ପ୍ରକାଶ ଯେ, ଭାରତୀୟ ନାଗରିକଙ୍କ ନିରାପଦ ତଥା ଶୀଘ୍ର ମୁକ୍ତ ହେବା ନିଶ୍ଚିତ କରିବାକୁ ଭାରତ ଉଭୟ ତେହେରାନ ଏବଂ ଦିଲ୍ଲୀର କୂଟନୈତିକ ଚ୍ୟାନେଲ ମାଧ୍ୟମରେ ଇରାନ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଅଛି।

ବାସ୍ତବରେ ଇରାନର ଏହି କାର୍ଯ୍ୟ ୧୨ ଦିନ ପୂର୍ବରୁ ସିରିଆରେ ଥିବା ଇରାନ କନସୁଲେଟ୍‌ ଉପରେ ହୋଇଥିବା ଆକ୍ରମଣର ଜବାବରେ ତେହେରାନ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ କରିପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି।

ଭାରତର ଏକ ସରକାରୀ ସୂତ୍ର କହିଛନ୍ତି, ‘ଆମେ ଜାଣୁ ଯେ ମାଲ୍‌ ପରିବହନ ଜାହାଜ ‘MSC Aries’ ଇରାନ କବଳରେ ରହିଛି। ଆମେ ଜାଣିବାକୁ ପାଇଲୁ ଯେ ଜାହାଜରେ ୧୭ ଜଣ ଭାରତୀୟ ନାଗରିକ ରହିଛନ୍ତି।”


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri