ନୂଆବର୍ଷରେ ଇସ୍ରାଏଲର ବଡ଼ ନିଷ୍ପତ୍ତି: ଗାଜାରେ ଲଢୁଥିବା ୫ ବ୍ରିଗେଡଙ୍କୁ ଫେରାଇ ଆଣିବ…

ଜେରୁଜେଲମ,୧।୧ : ଗତ ତିନି ମାସ ଧରି ଇସ୍ରାଏଲ ଏବଂ ପାଲେଷ୍ଟାଇନର ଆତଙ୍କବାଦୀ ସଂଗଠନ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଉଭୟ ଦେଶ ପରସ୍ପର ଆଗରେ ମୁଣ୍ଡ ନୁଆଁଇବାକୁ ପ୍ରସ୍ତୁତ ନୁହଁନ୍ତି। ବହୁ ଲୋକ ବାସ କରୁଥିବା ଗାଜାକୁ ହମାସ ନିଜର ସାମରିକ ବେସ୍‌ କରିଛି। ଇସ୍ରାଏଲ ସୈନ୍ୟବାହିନୀ ମଧ୍ୟ ଗାଜାରେ ପ୍ରବେଶ କରିଛନ୍ତି ଏବଂ ହମାସ ଆତଙ୍କବାଦୀଙ୍କୁ ଖୋଜି ଖୋଜି ହତ୍ୟା କରୁଛନ୍ତି। ନୂଆ ବର୍ଷରେ ଇସ୍ରାଏଲ ଗାଜାରୁ ୫ ବ୍ରିଗେଡ ପ୍ରତ୍ୟାହାର କରି ହମାସକୁ ଧ୍ୱଂସ କରିବା ପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିଛି।

ଇସ୍ରାଏଲ ଆର୍ମି (ଆଇଡିଏଫ) ମଧ୍ୟଯୁଦ୍ଧରୁ ଏହାର ୫ଟି ଯୁଦ୍ଧ ବ୍ରିଗେଡ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି। ଏହି ବ୍ରିଗେଡ ଗାଜାରେ ପ୍ରବେଶ କରି ହମାସ ସହିତ ଯୁଦ୍ଧ କରୁଛନ୍ତି। ସୈନିକମାନଙ୍କୁ ପ୍ରତ୍ୟାହାର କରିବାର ଉଦ୍ଦେଶ୍ୟ ହେଉଛି ସେମାନଙ୍କୁ କିଛି ଦିନ ବିଶ୍ରାମ ଦେବା। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆଇଡିଏଫ ମୁଖପାତ୍ର ଡାନିଏଲ ହାଗରୀ କହିଛନ୍ତି ନୂଆ ବର୍ଷରେ କିଛି ସୈନିକ ନିଜ ପରିବାରକୁ ଫେରିବେ, ଯାହା ଦ୍ୱାରା ସେମାନେ ଆଗକୁ ଲଢ଼େଇ ଜାରି ରଖି ପାରିବେ। କିଛି ଦିନ ବିଶ୍ରାମ ନେବା ପରେ, ଏହି ସୈନିକମାନେ ପୁନର୍ବାର ଯୁଦ୍ଧ କରିବେ।

ଇସ୍ରାଏଲ ଏବଂ ହାମାସ ମଧ୍ୟରେ ହୋଇଥିବା ଯୁଦ୍ଧରେ ଏପର୍ଯ୍ୟନ୍ତ ହଜାର ହଜାର ଲୋକଙ୍କ ଜୀବନ ଯାଇଛି। ଏହି ଯୁଦ୍ଧରେ ଉଭୟ ଦେଶର ଲୋକଙ୍କୁ ହତ୍ୟା କରାଯାଉଛି। ବର୍ତ୍ତମାନ ଇସ୍ରାଏଲ ସୈନ୍ୟବାହିନୀ ଗାଜାରେ ପ୍ରବେଶ କରି ହତ୍ୟାକାଣ୍ଡ ଘଟାଇଥିବାବେଳେ ହମାସ ଆତଙ୍କବାଦୀମାନେ ଲୋକଙ୍କ ମଧ୍ୟରେ ଲୁଚି ନିଜ ଜୀବନ ରକ୍ଷା କରୁଛନ୍ତି। ଗାଜାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏକ ଆକଳନ ଜାରି କରି କହିଛି ଯେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୦ ପାଲେଷ୍ଟାଇନୀୟଙ୍କ ମୃତ୍ୟୁ ହୋଇଥିବାବେଳେ ୨୮୬ ଜଣ ଗୁରୁତର ଆହତ ହୋଇଛନ୍ତି ଏବଂ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ହମାସ ବିରୋଧରେ ଯୁଦ୍ଧ ଜାରି ରଖିବାକୁ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେପର୍ଯ୍ୟନ୍ତ ହମାସ ଆମ ଲୋକଙ୍କୁ ବନ୍ଧକ ରଖିଛି ସେ ପର୍ଯ୍ୟନ୍ତ ଯୁଦ୍ଧ ଏହିପରି ଜାରି ରହିବ। ଇସ୍ରାଏଲ ସୈନ୍ୟବାହିନୀ ଗାଜା ରେ ପ୍ରବେଶ କରି ହମାସ ଏବଂ ଏହାର ଆତଙ୍କବାଦୀଙ୍କ ଟନେଲକୁ ନଷ୍ଟ କରୁଥିବାବେଳେ ହମାସ ମଧ୍ୟ ଇସ୍ରାଏଲ ଉପରେ ଆକ୍ରମଣ କରୁଛି। କିନ୍ତୁ ଏହି ଯୁଦ୍ଧରେ ସାଧାରଣ ନାଗରିକମାନଙ୍କର ମଧ୍ୟ ଜୀବନ ଯାଉଥିବାରୁ ଜାତିସଂଘ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri