Posted inଜାତୀୟ

ପ୍ରତିଦିନ ଇସ୍ରୋ ଉପରେ ହେଉଛି ୧୦୦ରୁ ଅଧିକ ସାଇବର ଆକ୍ରମଣ: ଏସ୍‌ ସୋମନାଥ

କୋଚି,୮।୧୦: ବର୍ତ୍ତମାନ ସମୟରେ ଇଣ୍ଟରନେଟ୍‌ର ବହୁଳ ବ୍ୟବହାର ସହ ସାଇବର ଅପରାଧ ମଧ୍ୟ ବୃଦ୍ଧି ପାଉଛି। ଏଥିରୁ ବାଦ୍‌ ପଡ଼ିନାହିଁ ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)। ଦେଶର ଏହି ସ୍ପେସ୍‌ ଏଜେନ୍ସିର ସଫ୍ଟୱେୟାର ଉପରେ ପ୍ରତିଦିନ ୧୦୦ ରୁ ଅଧିକ ସାଇବର ଆକ୍ରମଣ ହୋଇଥାଏ। ରକେଟ ଟେକ୍ନୋଲୋଜିରେ ସାଇବର ଆକ୍ରମଣର ସମ୍ଭାବନା ବହୁତ ଅଧିକ । କାରଣ ଏଥିରେ ଉନ୍ନତ ସଫ୍ଟୱେର୍‌ ଏବଂ ଚିପ୍ସ ବ୍ୟବହୃତ ହୁଏ। ଏହି ବିପଦ ଯେତେ ବଡ଼ ହେଉନା କାହିଁକି, ଇସ୍ରୋ ଏଭଳି ଆକ୍ରମଣରୁ ସମ୍ପୂର୍ଣ୍ଣ ସୁରକ୍ଷିତ। ଆମର ସିଷ୍ଟମ ସାଇବର ସୁରକ୍ଷା ନେଟୱାର୍କ ସହିତ ସଜ୍ଜିତ। ଏହାକୁ କେହି ବି ଭେଦ କରିପାରିବେ ନାହିଁ ବୋଲି ଶନିବାର କେରଳର କୋଚିଠାରେ ଆୟୋଜିତ ଦୁଇ ଦିନିଆ ଆନ୍ତର୍ଜାତୀୟ ସାଇବର ସମ୍ମିଳନୀରେ ଯୋଗଦେଇ ଇସ୍ରୋ ମୁଖ୍ୟ ଏସ ସୋମନାଥ ଏହା କହିଛନ୍ତି।

ଇସ୍ରୋ ମୁଖ୍ୟ ଆହୁରି ମଧ୍ୟ କହିଛନ୍ତି ଯେ, ସଫ୍ଟୱେର୍‌ ବ୍ୟତୀତ ଇସ୍ରୋ ରକେଟ ଭିତରେ ଥିବା ହାର୍ଡୱେର୍‌ ଚିପ୍ସର ସୁରକ୍ଷା ଉପରେ ଧ୍ୟାନ ଦେଇ ବିଭିନ୍ନ ପରୀକ୍ଷଣରେ ଆଗକୁ ବଢ଼ୁଛି। ପୂର୍ବରୁ ଏକ ସମୟରେ ଗୋଟିଏ ଉପଗ୍ରହକୁ ନଜର ରଖାଯାଉଥିଲା, ହେଲେ ବର୍ତ୍ତମାନ ଏକ ସମୟରେ ଅନେକ ଉପଗ୍ରହ ଉପରେ ନଜର ରଖାଯାଉଛି। ଏହା ଏହି କ୍ଷେତ୍ରର ଅଭିବୃଦ୍ଧିକୁ ଦର୍ଶାଉଛି। ତେବେ ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନରେ ସାହାଯ୍ୟ କରୁଥିବା ଉପଗ୍ରହ ମଧ୍ୟ ରହିଛି, ଯାହା ସାଇବର ଆକ୍ରମଣର ଶିକାର ହେଉଛି। ଏସବୁ ବିଭିନ୍ନ ପ୍ରକାରର ସଫ୍ଟୱେର୍‌ ଦ୍ୱାରା ନିୟନ୍ତ୍ରିତ। ଏଣୁ ଏସବୁର ସୁରକ୍ଷା ପାଇଁ ସାଇବର ସୁରକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେବେ ଉନ୍ନତ ଜ୍ଞାନକୌଶଳ ବରଦାନ ଏବଂ ବିପଦ ଉଭୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri