Posted inଜାତୀୟ

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଗଗନୟାନ ମିଶନ୍‌ର କ୍ରିଉ ମଡ୍ୟୁଲ୍‌ ଡିସେଲେରେଶନ ସିଷ୍ଟମ୍‌ ପାଇଁ ଡ୍ରଗ୍ୟୁ ପାରାଚୁର୍ଟ ପରୀକ୍ଷା ସଫଳତାର ସହ ସମ୍ପୂର୍ଣ୍ଣ କରିଛି।

୨୦୨୬ରେ ମାନବବିହୀନ ଗଗନୟାନ ମିଶନ ଲଞ୍ଚ୍‌ ପାଇଁ ଇସ୍ରୋ ଜୋର୍‌ଦାର ଉଦ୍ୟମ ଚଳାଇଛି। ୧୮ ଓ ୧୯ରେ ଡିଆର୍‌ଡିଓର ଚଣ୍ଡିଗଡ଼ସ୍ଥିତ ଟର୍ମିନାଲ ବାଲିଷ୍ଟିକ୍ସ ରିସର୍ଚ୍ଚ ଲାବରେଟୋରିରେ ଥିବା ରେଲ୍‌ ଟ୍ରାକ୍‌ ରକେଟ୍‌ ସ୍ଲେଡ୍‌ରେ ଏହି ପରୀକ୍ଷା କରାଯାଇଛି।

ଗଗନୟାନର କ୍ରିଉ ମଡ୍ୟୁଲ୍‌ ଡିସେଲେରେଶନ ସିଷ୍ଟମରେ ୪ ପ୍ରକାରର ୧୦ଟି ପାରାଚ୍ୟୁଟ୍‌ ବ୍ୟବହାର କରାଯିବ। ଗଗନୟାନ ପୃଥିବୀ ବାୟୁମଣ୍ଡଳ ଦେଇ ଫେରିବା ସମୟରେ ଏହାକୁ ମନ୍ଥର ଓ ସ୍ଥିର କରିବା ନିମନ୍ତେ ପାରାଚ୍ୟୁଟ୍‌ଗୁଡ଼ିକୁ ବ୍ୟବହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ…

କେନ୍ଦୁପତ୍ର ବୋଝେଇ ପିକଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ରିଆମାଳ, ୧୪୫(ବଦ୍ରିନାରାୟଣ ଅଗ୍ରୱାଲା):ଦେବଗଡ଼ ଜିଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଜିରୋ ପଏଣ୍ଟଠାରେ ଏକ କେନ୍ଦୁପତ୍ର ବୋଝେଇ ପିକଅପ ଜବତ ହେବା ସହ ଦୁଇ ଜଣକୁ…

ମାସେ ହେଲା ଅଚଳ ଜଳ ଯୋଗାଣ ପ୍ରକଳ୍ପ: ଚୁବୁକାଦାଦର ଗାଁରେ ପାନୀୟ ଜଳ ସମସ୍ୟା

ଅମରପାଲି,୧୪ା୫(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଚୁବୁକାଦାଦର ଗଁାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri