Posted inଜାତୀୟ

‘ସବୁଠୁ ଓଜନିଆ’ ଉପଗ୍ରହ CMS-03ର ସଫଳ ଉତକ୍ଷେପଣ କଲା ISRO

ଶ୍ରୀହରିକୋଟା,୨।୧୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ISRO) ରବିବାର ଶ୍ରୀହରିକୋଟା ସ୍ଥିତ ମହାକାଶ କେନ୍ଦ୍ରରୁ ଦେଶର ସବୁଠୁ ଓଜନିଆ ଯୋଗାଯୋଗ ଉପଗ୍ରହ CMS-03କୁ ସଫଳତାର ସହ ଉତକ୍ଷେପଣ କରିଛି। ଏହି ଉପଗ୍ରହକୁ ଭାରତୀୟ ମାଟିରୁ ଜିଓସିଙ୍କ୍ରୋନସ୍ ଟ୍ରାନ୍ସଫର କକ୍ଷପଥ (GTO)କୁ ନିଆଯାଉଥିବା ସବୁଠୁ ଭାରୀ ଉପଗ୍ରହ ବୋଲି କୁହାଯାଉଛି।

୨୪ ଘଣ୍ଟିଆ କାଉଣ୍ଟଡାଉନ୍ ଶେଷ ହେବା ପରେ ଅପରାହ୍ନ ୫.୨୬ ମିନିଟରେ ୪୩.୫ ମିଟର ଉଚ୍ଚତା ବିଶିଷ୍ଟ ରକେଟ୍ ଶ୍ରୀହରିକୋଟାର ଦ୍ୱିତୀୟ ଲଞ୍ଚ୍ ପ୍ୟାଡରୁ ମହାକାଶକୁ ଉଡ଼ାଣ ଭରିଥିଲା। CMS-03 ଉପଗ୍ରହଟି LVM3-M5 ରକେଟ୍ ମାଧ୍ୟମରେ ଉତକ୍ଷେପଣ କରାଯାଇଛି।

ଇସ୍ରୋର ସୂଚନା ଅନୁଯାୟୀ, ପ୍ରାୟ ୧୬-୨୦ ମିନିଟ୍ ଉଡ଼ାଣ ପରେ ଉପଗ୍ରହଟି ପୃଥିବୀଠାରୁ ପ୍ରାୟ ୧୮୦ କିଲୋମିଟର ଉଚ୍ଚତାରେ ରକେଟ୍ ଠାରୁ ଅଲଗା ହୋଇଥିଲା। CMS-03 ହେଉଛି ଏକ ମଲ୍ଟି-ବ୍ୟାଣ୍ଡ ଯୋଗାଯୋଗ ଉପଗ୍ରହ, ଯାହା ଭାରତୀୟ ସ୍ଥଳଭାଗ ସମେତ ବିସ୍ତୃତ ସାମୁଦ୍ରିକ ଅଞ୍ଚଳରେ ଯୋଗାଯୋଗ ସେବା ଯୋଗାଇବ।

ଏହା ପୂର୍ବରୁ ଇସ୍ରୋ ଭାରୀ ଉପଗ୍ରହ ଉତକ୍ଷେପଣ ପାଇଁ ଫ୍ରେଞ୍ଚ ଗୁଇନାର କୌରୁ ଲଞ୍ଚ୍ ବେସ୍ ବ୍ୟବହାର କରୁଥିଲା। ୨୦୧୮ ଡିସେମ୍ବରରେ ଇସ୍ରୋ ସେଠାରୁ ପ୍ରାୟ ୫,୮୫୪ କିଲୋଗ୍ରାମ ଓଜନର GSAT-11 ଯୋଗାଯୋଗ ଉପଗ୍ରହ ଉତକ୍ଷେପଣ କରିଥିଲା। ତେବେ, CMS-03 ହେଉଛି ଭାରତୀୟ ମାଟିରୁ GTOକୁ ଯାଇଥିବା ସବୁଠୁ ଭାରୀ ଉପଗ୍ରହ।


Enter your email to get our daily news in your inbox.

All Right Reserved By Dharitri.Com

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

ରାଜନୀତିକୁ ଏଣ୍ଟ୍ରି କରିବେ ଅଭିଜିତ ଦୀପକେ! କଲେ ଆଶ୍ଚର୍ଯ୍ୟଜନକ ଘୋଷଣା, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri