Posted inଜାତୀୟ

ସୂର୍ଯ୍ୟ ମିଶନ ଆଦିତ୍ୟ-ଏଲ୍‌୧କୁ ନେଇ ବଡ଼ ଘୋଷଣା କଲା ଇସ୍ରୋ

ନୂଆଦିଲ୍ଲୀ,୨୮।୮: ଚନ୍ଦ୍ରୟାନ-୩ ସଫଳ ହେବା ପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ସୂର୍ଯ୍ୟ ଅଭିଯାନ ଆରମ୍ଭ ଲାଗି ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ କରିଦେଇଛି। ସୋମବାର ଇସ୍ରୋ ପକ୍ଷରୁ ଟୁଇଟ୍‌ ଯୋଗେ କୁହାଯାଇଛି ଯେ, ସୂର୍ଯ୍ୟଙ୍କ ଉପରେ ଅଧ୍ୟୟନ ପାଇଁ ଆଦିତ୍ୟ-ଏଲ୍‌୧ ସେପ୍ଟେମ୍ବର ୨ରେ ଲଞ୍ଚ୍‌ ହେବ। ସକାଳ ୧୧.୫୦ରେ ଲଞ୍ଚ୍‌ ସମୟ ସ୍ଥିର କରାଯାଇଛି। ଏହା ଶ୍ରୀହରିକୋଟାଠାରୁ ଆରମ୍ଭ ହେବ।
ସୂର୍ଯ୍ୟଙ୍କ ଉପରେ ଅନୁଧ୍ୟାନ କରିବାରେ ଏହା ଭାରତର ପ୍ରଥମ ସ୍ପେସ୍‌ ମିଶନ ହେବ। ଏଲ୍‌୧ ଚତୁଃପାର୍ଶ୍ୱରେ ଥିବା କକ୍ଷରୁ ଆଦିତ୍ୟ-ଏଲ୍‌୧ ସୂର୍ଯ୍ୟଙ୍କ ଉପରେ ଅଧ୍ୟୟନ ଚଳାଇବ। ସୂର୍ଯ୍ୟଙ୍କ ଫଟୋସ୍ପିୟର, କ୍ରୋମୋସ୍ପିୟର ଅନୁଧ୍ୟାନ ଲାଗି ଉକ୍ତ ମହାକାଶ ଯାନରେ ବିଭିନ୍ନ ଓ୍ବେଭ୍‌ ବ୍ରାଣ୍ଡ୍‌ର ୭ଟି ପ୍ଲେଲୋଡ୍‌ ରହିବ। ଆଦିତ୍ୟ-ଏଲ୍‌୧ ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ହୋଇଛି। ଏହାର ଭିଜିବଲ୍‌ ଏମିଶନ ଲାଇନ କରୋନାଗ୍ରାଫ୍‌ ପ୍ଲେଲୋଡ୍‌ ପ୍ରସ୍ତୁତ କରିବାରେ ବେଙ୍ଗାଲୁରୁର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଆଷ୍ଟ୍ରୋଫିଜିକ୍ସ(ଆଇଆଇଏ) ମୁଖ୍ୟ ଅନୁଷ୍ଠାନ। ସେହିପରି ପୁଣେର ଇଣ୍ଟରୟୁନିଭର୍ସିଟି ସେଣ୍ଟର ଫର୍‌ ଆଷ୍ଟ୍ରୋନୋମି ଆଣ୍ଡ ଆଷ୍ଟ୍ରୋଫିଜିକ୍ସ ମିଶନ ପାଇଁ ସୋଲାର ଅଲ୍‌ଟ୍ରାଭାଓଲେଟ୍‌ ଇମେଜର ପ୍ଲେଲୋଡ୍‌ ବିକଶିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

କାହିଁକି ପଛଘୁଞ୍ଚା ଦେଲେ ଟ୍ରମ୍ପ, କହିଦେଲେ ଏହି ବଡ଼ କାରଣ

ଓ୍ବାଶିଂଟନ,୨୭ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଦିନ ପାଇଁ ଯୁଦ୍ଧ ବିରତି ଘୋଷଣା କରିଛନ୍ତି। ତେବେ ଟ୍ରମ୍ପ କାହିଁକି ଏପରି ନିଷ୍ପତ୍ତି ନେଇଛନ୍ତି ସେନେଇ ସୋସିଆଲ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri