Posted inଜାତୀୟ

ସୂର୍ଯ୍ୟ ମିଶନ ଆଦିତ୍ୟ-ଏଲ୍‌୧କୁ ନେଇ ବଡ଼ ଘୋଷଣା କଲା ଇସ୍ରୋ

ନୂଆଦିଲ୍ଲୀ,୨୮।୮: ଚନ୍ଦ୍ରୟାନ-୩ ସଫଳ ହେବା ପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ସୂର୍ଯ୍ୟ ଅଭିଯାନ ଆରମ୍ଭ ଲାଗି ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ କରିଦେଇଛି। ସୋମବାର ଇସ୍ରୋ ପକ୍ଷରୁ ଟୁଇଟ୍‌ ଯୋଗେ କୁହାଯାଇଛି ଯେ, ସୂର୍ଯ୍ୟଙ୍କ ଉପରେ ଅଧ୍ୟୟନ ପାଇଁ ଆଦିତ୍ୟ-ଏଲ୍‌୧ ସେପ୍ଟେମ୍ବର ୨ରେ ଲଞ୍ଚ୍‌ ହେବ। ସକାଳ ୧୧.୫୦ରେ ଲଞ୍ଚ୍‌ ସମୟ ସ୍ଥିର କରାଯାଇଛି। ଏହା ଶ୍ରୀହରିକୋଟାଠାରୁ ଆରମ୍ଭ ହେବ।
ସୂର୍ଯ୍ୟଙ୍କ ଉପରେ ଅନୁଧ୍ୟାନ କରିବାରେ ଏହା ଭାରତର ପ୍ରଥମ ସ୍ପେସ୍‌ ମିଶନ ହେବ। ଏଲ୍‌୧ ଚତୁଃପାର୍ଶ୍ୱରେ ଥିବା କକ୍ଷରୁ ଆଦିତ୍ୟ-ଏଲ୍‌୧ ସୂର୍ଯ୍ୟଙ୍କ ଉପରେ ଅଧ୍ୟୟନ ଚଳାଇବ। ସୂର୍ଯ୍ୟଙ୍କ ଫଟୋସ୍ପିୟର, କ୍ରୋମୋସ୍ପିୟର ଅନୁଧ୍ୟାନ ଲାଗି ଉକ୍ତ ମହାକାଶ ଯାନରେ ବିଭିନ୍ନ ଓ୍ବେଭ୍‌ ବ୍ରାଣ୍ଡ୍‌ର ୭ଟି ପ୍ଲେଲୋଡ୍‌ ରହିବ। ଆଦିତ୍ୟ-ଏଲ୍‌୧ ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ହୋଇଛି। ଏହାର ଭିଜିବଲ୍‌ ଏମିଶନ ଲାଇନ କରୋନାଗ୍ରାଫ୍‌ ପ୍ଲେଲୋଡ୍‌ ପ୍ରସ୍ତୁତ କରିବାରେ ବେଙ୍ଗାଲୁରୁର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଆଷ୍ଟ୍ରୋଫିଜିକ୍ସ(ଆଇଆଇଏ) ମୁଖ୍ୟ ଅନୁଷ୍ଠାନ। ସେହିପରି ପୁଣେର ଇଣ୍ଟରୟୁନିଭର୍ସିଟି ସେଣ୍ଟର ଫର୍‌ ଆଷ୍ଟ୍ରୋନୋମି ଆଣ୍ଡ ଆଷ୍ଟ୍ରୋଫିଜିକ୍ସ ମିଶନ ପାଇଁ ସୋଲାର ଅଲ୍‌ଟ୍ରାଭାଓଲେଟ୍‌ ଇମେଜର ପ୍ଲେଲୋଡ୍‌ ବିକଶିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri