ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ

ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ ସେ ସର୍ବଭାରତୀୟ ସ୍ତରରେ ୪ର୍ଥ ସ୍ଥାନ ଅଧିକାର କରି ନୀଳଗିରି ତଥା ବାଲେଶ୍ୱର ଜିଲା ପାଇଁ ଗୌରବ ଆଣି ଦେଇଛନ୍ତି। ଏହି ସଫଳତା ପାଇଁ ବୁଧବାର କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗୋପୀନାଥପୁରସ୍ଥିତ ତାଙ୍କ ବାସଭବନକୁ ଡକାଇ ଅଭିଷେକଙ୍କୁ ସମ୍ବର୍ଦ୍ଧିତ କରିବା ସହ ତାଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି  ।
ନୀଳଗିରିରେ ଜନ୍ମିତ ଅଭିଷେକ କୁପାରୀ କଲେଜ ପ୍ରିନ୍ସିପାଲ ଡ. ଗଜେନ୍ଦ୍ର ପ୍ରସାଦ ପରିଡ଼ା ଓ ଶିକ୍ଷୟିତ୍ରୀ ମା’ ମିନାକ୍ଷୀ ନଳିନୀ ରାଉତଙ୍କ ବଡ଼ ପୁଅ। ସେ ଗାଁ ସ୍କୁଲରେ ୧ମରୁ ୮ମ ଯାଏ ପଢ଼ିବା ପରେ ୯ମ ଓ ୧୦ମ ବାଲେଶ୍ୱରରେ ପଢ଼ିଥିଲେ। ବାଲେଶ୍ୱର ଏଫ୍‌ଏମ୍‌ କଲେଜରେ ଯୁକ୍ତ ୨ ଶିକ୍ଷା ଶେଷ କରି ବ୍ରହ୍ମପୁରସ୍ଥିତ ପାରଳା ମହାରାଜା ସରକାରୀ କଲେଜରୁ ସଫଳତାର ସହ ବି.ଟେକ୍‌ ଡିଗ୍ରୀ ହାସଲ କରିଥିଲେ। ଏହାପରେ ଭୁବନେଶ୍ୱର ଆଇଆଇଟି (ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି)ରୁ ଏମ.ଟେକ୍‌ରେ ଟପ୍ପର ହେବାର ସୌଭାଗ୍ୟ ଅର୍ଜନ କରିଥିଲେ। ଚେନ୍ନାଇସ୍ଥିତ ଏକ ବହୁରାଷ୍ଟ୍ରୀୟ କମ୍ପାନୀରେ ଇଞ୍ଜିନିୟର ଭାବେ ନିଯୁକ୍ତି ପାଇଥିଲେ। ତେବେ ମହାକାଶବିଜ୍ଞାନୀ ହେବାକୁ ତାଙ୍କ ମନରେ ସ୍ବପ୍ନ ଉଙ୍କି ମାରିଥିଲା। ସ୍ବପ୍ନକୁ ସାକାର କରିବା ଲାଗି ସେ ଚଳାଇଥିଲେ ଉଦ୍ୟମ। ତାହା ଏବେ ବାସ୍ତବ ରୂପ ନେଇଛି। ସଫଳତାର ଶ୍ରେୟ ମାତାପିତା, ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଦେଇଛନ୍ତି ୨୬ବର୍ଷୀୟ ଅଭିଷେକ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri