Posted inଜାତୀୟ

ସବୁଠୁ ଓଜନ ସାଟେଲାଇଟ୍‌ ଲଞ୍ଚ୍‌ କରିବ ଇସ୍ରୋ

ଶ୍ରୀହରିକୋଟା,୧ା୧୧: ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ରବିବାର ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ୍‌ ମହକାଶ କେନ୍ଦ୍ରରୁ ସିଏମ୍‌ଏସ୍‌-୦୩ ଯୋଗାଯୋଗ ଉପଗ୍ରହକୁ କକ୍ଷପଥକୁ ଛଡ଼ାଯିବ।

ଏହି ସାଟେଲାଇଟ୍‌ର ଓଜନ ୪,୪୧୦ କିଲୋଗ୍ରାମ ଯାହାକି ଭାରତ ମାଟିରୁ ଉତ୍‌କ୍ଷେପଣ ହୋଇ ଏକ ଭୂ-ସମକାଳିକ ସ୍ଥାନାନ୍ତର କକ୍ଷ(ଜିଟିଓ)ରେ ଅବସ୍ଥାପିତ ହେବାରେ ସବୁଠୁ ଓଜନଦାର ଉପଗ୍ରହ ହେବ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି। ସବୁଠୁ ଶକ୍ତିଶାଳୀ ଏଲ୍‌ଭିଏମ୍‌୩-ଏମ୍‌୫ ରକେଟରେ ଏହି ସାଟେଲାଇଟ୍‌କୁ ଉତ୍‌କ୍ଷେପଣ କରାଯିବ। ୪୩.୫ ମଟର ଉଚ୍ଚର ଉକ୍ତ ବାହୁବଳୀ ରକେଟକୁ ସମ୍ପୂର୍ଣ୍ଣ ଆସେବ୍ଲି କରାଯବା ସହ ଏୟାରକ୍ରାଫ୍ଟରେ ସଂଯୋଗ କରାଯାଇଛି। ଲଞ୍ଚ୍‌ ପୂର୍ବରୁ ଏହାକୁ ଦ୍ୱିତୀୟ ଲଞ୍ଚ୍‌ ପ୍ୟାଡ୍‌କୁ ନିଆଯିବ ବୋଲି ବେଙ୍ଗାଲୁରୁସ୍ଥିତ ସ୍ପେସ୍‌ ଏଜେନ୍ସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri