Posted inଜାତୀୟ

୪ ରାଷ୍ଟ୍ରର ଉପଗ୍ରହ ମହାକାଶକୁ ପଠାଇବ ଇସ୍ରୋ

ନୂଆଦିଲ୍ଲୀ,୧୭ା୧୨: ଭାରତର ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଚାରିଟି ରାଷ୍ଟ୍ରର ଉପଗ୍ରହ ମହାକାଶକୁ ପଠାଇବା ନିମନ୍ତେ ରାଜିନାମା ସ୍ବାକ୍ଷର କରିଛି। ୨୦୨୧-୨୩ରେ ଏହି ଉପଗ୍ରହଗୁଡିକୁ ଇସ୍ରୋ ନିଜ ରକେଟ ସାହାଯ୍ୟରେ ମହାକାଶକୁ ପଠାଇବ। ଇସ୍ରୋର ବ୍ୟବସାୟିକ ଶାଖା ନିୟୁ ସ୍ପେଶ ଇଣ୍ଡିଆ ଲିମିଟେଡ୍‌ ଭାରତର ମୁଖ୍ୟ ରକେଟ ପିଏସ୍‌ଏଲଭି ସହାୟତାରେ ବିଦେଶୀ ଉପଗ୍ରହଗୁଡିକୁ ମହାକାଶକୁ ନେଇ ସେଗୁଡିକର କକ୍ଷ ପଥରେ ଅବସ୍ଥାପିତ କରିବ ବୋଲି କେନ୍ଦ୍ର ମହାକାଶ ବିଭାଗ ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି।

ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ ଶ୍ରୀ ସିଂ ସୂଚନା ଦେଇଛନ୍ତି ଯେ, ବ୍ୟବସାୟିକ ଭିତ୍ତିରେ ଏହି ବିଦେଶୀ ଉପଗ୍ରହ ଉତ୍‌କ୍ଷେପଣ ଦ୍ୱାରା ପ୍ରାୟ ୧୩୨ ନିୟୁତ ୟୁରୋ ରୋଜଗାର ହେବ।

୧୯୯୯ରୁ ଇତିମଧ୍ୟରେ ପିଏସ୍‌ଏଲ୍‌ଭି ସହାୟତାରେ ୩୪ଟି ରାଷ୍ଟ୍ରର ମୋଟ ୩୪୨ଟି ବିଦେଶୀ ଉପଗ୍ରହକୁ ମହାକାଶକୁ ବ୍ୟବସାୟିକ ଭିତ୍ତିରେ ପଠାଯାଇଛି। ଏହି ପ୍ରକ୍ରିୟାରୁ ୨୦୧୯ରୁ ୨୦୨୧ ମଧ୍ୟରେ ଭାରତକୁ ପ୍ରାୟ ୩୫ ନିୟୁତ ଡଲାର ଏବଂ ୧୦ ନିୟୁତ ୟୁରୋ ମିଳିସାରିଛି। ଏହି ଉପଗ୍ରହଗୁଡିକ ମୁଖ୍ୟତଃ ଭୂପୃଷ୍ଠ ନିରୀକ୍ଷଣ, ବୈଜ୍ଞାନିକ ଏବଂ ପ୍ରଯୁକ୍ତି ପ୍ରଦର୍ଶନ ଉଦ୍ଦେଶ୍ୟରେ ପଠାଯାଉଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?