Posted inଜାତୀୟ

ଇସ୍ରୋର ଏୟାର ଡ୍ରପ୍‌ ଟେଷ୍ଟ ସଫଳ

ଶ୍ରୀହରିକୋଟା, ୨୫ା୮: ଭାରତର ପ୍ରଥମ ମାନବ ମହାକାଶ ମିଶନ ଗଗନୟାନର ପ୍ରସ୍ତୁତି ଦିଗରେ ରବିବାର ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ)କୁ ବଡ଼ ସଫଳତା ମିଳିଛି। ଇସ୍ରୋ ପକ୍ଷରୁ ପ୍ରଥମ ଇଣ୍ଟିଗ୍ରେଟେଡ୍‌ ଏୟାର ଡ୍ରପ୍‌ ଟେଷ୍ଟ (ଆଇଏଡିଟି ୦୧) ସଫଳ ହୋଇଛି। ଗଗନୟାନ ମିଶନ ପାଇଁ ପାରାଚ୍ୟୁଟ୍‌ ସିଷ୍ଟମକୁ ଯାଞ୍ଚ୍‌ କରିବା ଉଦ୍ଦେଶ୍ୟରେ ଏହି ପରୀକ୍ଷଣ କରାଯାଇଛି। ମହାକାଶରୁ ଫେରିବା ସମୟରେ ପାରାଚ୍ୟୁଟ ଦ୍ୱାରା ମହାକାଶ ଯାନର ଗତି ହ୍ରାସ ପାଇଥାଏ। ଇସ୍ରୋ ସହ ଭାରତୀୟ ନୌସେନା, ଭାରତୀୟ ବାୟୁସେନା, ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ), ଭାରତୀୟ ତଟରକ୍ଷୀ ବାହିନୀର ସଂଯୁକ୍ତ ପ୍ରୟାସରେ ଏହି ପରୀକ୍ଷଣ କରାଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ହୋଇଥିବା ଏହି ପରୀକ୍ଷଣରେ ଏକ ମକ୍‌ ମଡ୍ୟୁଲକୁ ବିମାନରୁ ଛଡ଼ାଯାଇଥିଲା, ଯାହା ନୂତନ ଭାବରେ ବିକଶିତ ପାରାଚ୍ୟୁଟର ବ୍ୟବହାର କରି ସୁରକ୍ଷିତ ଭାବେ ଅବତରଣ କରିଥିଲା। ଅବତରଣ ସମୟରେ ପାରାଚ୍ୟୁଟ ସିଷ୍ଟମ ଠିକ୍‌ ଭାବେ କାର୍ଯ୍ୟ କରିଥିଲା ଏବଂ ପାରାଚ୍ୟୁଟର ଗତି ଉଚିତ୍‌ ଅନୁପାତରେ ହ୍ରାସ ପାଇଥିବା ନେଇ ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ ଯେ, ଗଗନୟାନ ମିଶନ ଅନ୍ତର୍ଗତ ଭାରତର ମାନବବିହୀନ ମିଶନ ଆସନ୍ତା ଡିସେମ୍ବରରେ ଲଞ୍ଚ୍‌ ହେବାକୁ ଥିବାବେଳେ ୨୦୨୮ରେ ମାନବଯୁକ୍ତ ମିଶନ ଲଞ୍ଚ୍‌ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri