Posted inଜାତୀୟ

ଇସ୍ରୋର ଏୟାର ଡ୍ରପ୍‌ ଟେଷ୍ଟ ସଫଳ

ଶ୍ରୀହରିକୋଟା, ୨୫ା୮: ଭାରତର ପ୍ରଥମ ମାନବ ମହାକାଶ ମିଶନ ଗଗନୟାନର ପ୍ରସ୍ତୁତି ଦିଗରେ ରବିବାର ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ)କୁ ବଡ଼ ସଫଳତା ମିଳିଛି। ଇସ୍ରୋ ପକ୍ଷରୁ ପ୍ରଥମ ଇଣ୍ଟିଗ୍ରେଟେଡ୍‌ ଏୟାର ଡ୍ରପ୍‌ ଟେଷ୍ଟ (ଆଇଏଡିଟି ୦୧) ସଫଳ ହୋଇଛି। ଗଗନୟାନ ମିଶନ ପାଇଁ ପାରାଚ୍ୟୁଟ୍‌ ସିଷ୍ଟମକୁ ଯାଞ୍ଚ୍‌ କରିବା ଉଦ୍ଦେଶ୍ୟରେ ଏହି ପରୀକ୍ଷଣ କରାଯାଇଛି। ମହାକାଶରୁ ଫେରିବା ସମୟରେ ପାରାଚ୍ୟୁଟ ଦ୍ୱାରା ମହାକାଶ ଯାନର ଗତି ହ୍ରାସ ପାଇଥାଏ। ଇସ୍ରୋ ସହ ଭାରତୀୟ ନୌସେନା, ଭାରତୀୟ ବାୟୁସେନା, ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ), ଭାରତୀୟ ତଟରକ୍ଷୀ ବାହିନୀର ସଂଯୁକ୍ତ ପ୍ରୟାସରେ ଏହି ପରୀକ୍ଷଣ କରାଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ହୋଇଥିବା ଏହି ପରୀକ୍ଷଣରେ ଏକ ମକ୍‌ ମଡ୍ୟୁଲକୁ ବିମାନରୁ ଛଡ଼ାଯାଇଥିଲା, ଯାହା ନୂତନ ଭାବରେ ବିକଶିତ ପାରାଚ୍ୟୁଟର ବ୍ୟବହାର କରି ସୁରକ୍ଷିତ ଭାବେ ଅବତରଣ କରିଥିଲା। ଅବତରଣ ସମୟରେ ପାରାଚ୍ୟୁଟ ସିଷ୍ଟମ ଠିକ୍‌ ଭାବେ କାର୍ଯ୍ୟ କରିଥିଲା ଏବଂ ପାରାଚ୍ୟୁଟର ଗତି ଉଚିତ୍‌ ଅନୁପାତରେ ହ୍ରାସ ପାଇଥିବା ନେଇ ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ ଯେ, ଗଗନୟାନ ମିଶନ ଅନ୍ତର୍ଗତ ଭାରତର ମାନବବିହୀନ ମିଶନ ଆସନ୍ତା ଡିସେମ୍ବରରେ ଲଞ୍ଚ୍‌ ହେବାକୁ ଥିବାବେଳେ ୨୦୨୮ରେ ମାନବଯୁକ୍ତ ମିଶନ ଲଞ୍ଚ୍‌ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri