Posted inଖେଳ

ଆଇଏସ୍‌ଏସ୍‌ଏଫ୍‌ ଓ୍ବାଲର୍‌ଡ କପ୍‌: ଭାରତକୁ ତୃତୀୟ ସ୍ଥାନ

ଲିମା (ପେରୁ), ୨୨ା୪: ପୃଥ୍ବୀରାଜ ଟୋଣ୍ଡାଇମାନ ଓ ପ୍ରଗତି ଦୁବେ ଟ୍ରାପ୍‌ ମିକ୍ସଡ ଟିମ୍‌ ଇଭେଣ୍ଟର ମେଡାଲ ରାଉଣ୍ଡକୁ ଉନ୍ନୀତ ହେବାରେ ବିଫଳ ହେବାରୁ ଭାରତୀୟ ଶୁଟରମାନେ ଏଠାରେ ଅନୁଷ୍ଠିତ ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପ୍‌ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।

ସୋମବାର ମହିଳା ୨୫ ମିଟର ପିସ୍ତଲ ଇଭେଣ୍ଟରେ ଶିମରନପ୍ରୀତ୍‌ କୌର ଭାରତ ପାଇଁ ଶେଷ ପଦକ ଜିତିଥିଲେ। ଏହାଦ୍ୱାରା ଭାରତର ପଦକ ସଂଖ୍ୟା ଦୁଇ ସ୍ବର୍ଣ୍ଣ, ୪ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ସହ ୭ରେ ପହଞ୍ଚତ୍ଛି। ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ) ମଧ୍ୟ ୭ ପଦକ ଲାଭ କରିଛି। ମାତ୍ର ଅଧିକ ସ୍ବର୍ଣ୍ଣ ପଦକ ହାସଲ କରିଥିବା ଦୃଷ୍ଟିରୁ ଭାରତକୁ ଅତିକ୍ରମ କରି ଏହି ଦେଶ ଦ୍ୱିତୀୟ ସ୍ଥାନ ଅଧିକାର କରିନେଇଛି। ଚାଇନାର ୪ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୬ ବ୍ରୋଞ୍ଜ ପଦକ ସହ ଷ୍ଟାଣ୍ଡିଂରେ ଶୀର୍ଷ ସ୍ଥାନ ଅଧିକାର କରିଛି। ଭାରତ ତରଫରୁ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ୧୮ ବର୍ଷୀୟ ସୁରୁଚି ଇନ୍ଦର ସିଂ ଦେଶ ପାଇଁ ଉଭୟ ସ୍ବର୍ଣ୍ଣ ପଦକ ଆଣି ଦେଇଛନ୍ତି। ସେ ପ୍ୟାରିସ ଅଲିମ୍ପିକ୍ସ ଡବଲ ପଦକ ବିଜେତା ମନୁ ଭାକରଙ୍କୁ ପଛରେ ପକାଇ ୧୦ ମିଟର ଏୟାର ପିସ୍ତଲ ଟାଇଟଲ ହାସଲ କରିଥିଲେ। ଏହାଛଡ଼ା ସେ ସୌରଭ ଚୌଧାରୀଙ୍କୁ ସାଥୀ କରି ମିକ୍ସଡ ଟିମ୍‌ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସାଧାରଣ ସମ୍ପାଦକ କେ. ସୁଲ୍‌ତାନ ସିଂ ଯୁବ ଭାରତୀୟ ଶୁଟରଙ୍କ ପ୍ରଦର୍ଶନ ନେଇ ଆନନ୍ଦ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?