ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କଂଗ୍ରେସର ଦାବିପତ୍ର

ପୁରୁଷୋତ୍ତମପୁର,୧୮।୮(ସୀମାଞ୍ଚଳ ମିଶ୍ର): ବିଭିନ୍ନ ଦାବିନେଇ କଂଗ୍ରେସ ପକ୍ଷରୁ ଶୁକ୍ରବାର ପୁରଷୋତ୍ତମପୁର ବ୍ଲକ କାର୍ଯାଳୟକୁ ଘେରାଉ କରାଯାଇଥିଲା। ପୁରୁଷୋତ୍ତମପୁର କାଳୀ ମନ୍ଦିର ଛକରୁ ନଗର କଂଗ୍ରେସ ସଭାପତି ମନୋରଞ୍ଜନ ଦାଶଙ୍କ ନେତୃତ୍ୱରେ କର୍ମୀମାନେ ଶୋଭାଯାତ୍ରାରେ ବାହାରି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ନାରାଦେଇ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଥିଲେ।

ଏହି ଅବସରରେ ଏକ ପ୍ରତିବାଦ ସଭା ହୋଇଥିଲେ। ସଭାରେ ବ୍ଲକସ୍ତରରେ ହେଉଥିବା ପିସି କାରବାର ବନ୍ଦ କରିବାକୁ ଦାବି କରାଯାଇଥିଲା। ଏହାସହ ବିଭିନ୍ନ ବିଭାଗରେ ଖାଲିପଡିଥିବା ପଦବୀ ତୁରନ୍ତ ପୂରଣ କରିବା, ପେଟ୍ରୋଲ ଡିଜେଲ, ଗ୍ୟାସ ଆଦି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦରଦାମ୍‌ ବୃଦ୍ଧି ରୋକିବା, ପ୍ରତି ବ୍ଲକରେ ଶିତଳ ଭଣ୍ଡାର ଖୋଲିବା, ନାରୀ ନିର୍ଯାତନା ବନ୍ଦ କରିବା, କୃଷିଯନ୍ତ୍ରର ଅଭାବି ବିକ୍ରି ବନ୍ଦ କରିବା, ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ଓ ରାଶନ କାର୍ଡ, ଭତା ପ୍ରଦାନରେ ପାତରଅନ୍ତର ନ କରି ଉପଯୁକ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଯୋଗାଇ ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଏବିଡିଓ ନିରାକାର ଜେନାଙ୍କୁ ପ୍ରଦାନ କରାଯାଇଥିଲା। ଏଥିରେ କଂଗ୍ରେସ ନେତା ଭୋକାଲି ସେଠୀ, ମାଧବାନନ୍ଦ ଦାଶ, ଶୁଶାନ୍ତ ଗୌଡ଼, ପ୍ରଦୀପ ମହାରଣାଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

LPGକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୭୦% ପର୍ଯ୍ୟନ୍ତ ବଢିଲା…

ନୂଆଦିଲ୍ଲୀ,୨୭।୩: ଶିଳ୍ପ ଏବଂ ବାଣିଜ୍ୟିକ କ୍ଷେତ୍ରକୁ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାର ଅଣ-ଘରୋଇ ଏଲପିଜିର ଆବଣ୍ଟନକୁ ଯଥେଷ୍ଟ ବୃଦ୍ଧି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

ପରଭେଶ ବର୍ମାଙ୍କ ବଡ଼ ଘୋଷଣା: ପାଣି ଟାଙ୍କି ସଫା କରିବେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୭।୩: ଦିଲ୍ଲୀରେ ଜଳ ସଙ୍କଟ ସମସ୍ୟାରେ ସମାଧାନ ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଦିଲ୍ଲୀ ଜଳ ମନ୍ତ୍ରୀ ପ୍ରବେଶ ବର୍ମା ଶୁକ୍ରବାର ଘୋଷଣା କରି…

ମୁନିସିପେଣ୍ଠ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଆନ୍ଧ୍ରର ୩୦ ବିଡ଼ିଓ

ଛତ୍ରପୁର,୨୭।୩(ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆନ୍ଧ୍ରପ୍ରଦେଶ ରାଜ୍ୟରୁ ୩୦ ଜଣିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପରିଦର୍ଶନ କରିଛନ୍ତି। ଉପସ୍ଥିତ ଥିବା ଅତିଥିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri