ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

କେସିଙ୍ଗା,୧୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଚିକା ସହାୟିକା ସଂଘ ଏବଂ ଭାରତୀୟ ମଜଦୂର ସଂଘର ନେତୃତ୍ୱରେ ବ୍ଲକର ୨୬ ପଞ୍ଚାୟତରେ କାର୍ଯ୍ୟରତ ପ୍ରାୟ ୮୦ ସ୍କୁଲ ପାଚିକା ସହାୟିକାମାନେ ୬ ଦଫା ଦାବି କରିଛନ୍ତି। ଏହି ଅବସରରେ ପାଚିକା ସହାୟିକାମାନେ କେସିଙ୍ଗା ଜଗନ୍ନାଥ ମନ୍ଦିରରୁ ଏକ ଶୋଭା ଯାତ୍ରାରେ ବାହାରି ବ୍ଲକ କାର୍ଯ୍ୟାଳୟକୁ ଯାଇ କେସିଙ୍ଗା ବିଡ଼ିଓ ପ୍ରଫୁଲ୍ଲ କୁମାର ଅଦୁଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଶୁକ୍ରବାର ପ୍ରଦାନ କରିଛନ୍ତି।

ଦାବି ମଧ୍ୟରେ ପାଚିକା ସହାୟିକାଙ୍କୁ ସର୍ବନିମ୍ନ ମଜୁରୀ ପ୍ରଦାନ, ଇପିଏଫ ଲାଗୁ କରିବା, ସାମାଜିକ ସୁରକ୍ଷା ପ୍ରଦାନ, ବର୍ଷକୁ ୧୦ ମାସ ପରିବର୍ତ୍ତେ ୧୨ମାସର ଦରମା ପ୍ରଦାନ, କାର୍ଯ୍ୟରତ ସମୟରେ ମୃତ୍ୟୁ ଘଟିଲେ ପରିବାର ଲୋକଙ୍କୁ ୫ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ, ସମସ୍ତଙ୍କ ପାଇଁ ବୀମା ଲାଗୁ କରାଯାଉ ଏବଂ ଅବସର ନେବା ପରେ ଭତ୍ତା ପ୍ରଦାନ କରିବାକୁ ଦାବି କରାଯାଇଛି। ଏଥିରେ ଜିଲା ସମ୍ପାଦକ ଭାରତୀୟ ମଜଦୂର ସଂଘ ବିଶ୍ବରଞ୍ଜନ ସା, ଜିଲା ଉପସଭାପତି ନବୀନ ଛତ୍ରିଆ, ସଂଗଠନ ସମ୍ପାଦକ ସୁରେନ୍ଦ୍ର ମୋହନ କର, ସନ୍ୟାସୀ ପ୍ରଧାନ, ଲୋଚନ ସାହୁ, ରାଧାକାନ୍ତ ବେହେରା, ବଳରାମ କର, ପାଚିକା ସହାୟିକା ସଂଘ ଜିଲା ସଭାନେତ୍ରୀ ବିମଳା ଗୌଡ, ସମ୍ପାଦିକା ତପଶ୍ୱନି ମହାରଣା, କେସିଙ୍ଗା ବ୍ଲକ ସଭାନେତ୍ରୀ ରଶ୍ମିତା ହର୍ନା, ସମ୍ପାଦିକା ମମତା ଗହିର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?