ଜାତୀୟ ପତାକାକୁ ଅସମ୍ମାନ ପ୍ରସଙ୍ଗ, ବନ୍ଧବାହାଲରେ ୧୪୪ ଧାରା ଜାରି

ଝାରସୁଗୁଡ଼ା ଅଫିସ,୨୭।୮: ଝାରସୁଗୁଡ଼ା ଜିଲା ବନ୍ଧବାହାଲ ଶିଳ୍ପାଞ୍ଚଳରେ ଜାତୀୟ ପତାକାକୁ ଅସମ୍ମାନ ପ୍ରସଙ୍ଗ ସମ୍ପର୍କରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ପ୍ରସଙ୍ଗକୁ ନେଇ ଏବେବି ଚାପା ଉତ୍ତେଜନା ଲାଗି ରହିଥିବାବେଳେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏନେଇ ପୋଲିସ ଫ୍ଲାଗମାର୍ଚ୍ଚ କରି ଶକ୍ତି ପ୍ରଦର୍ଶନ ଜାରି ରଖିଛି । ସାମ୍ପ୍ରଦାୟିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ପୋଲିସ ବନ୍ଧବାହାଲରେ ଗତ ଶୁକ୍ରବାରଠାରୁ ୧୪୪ ଧାରା ଜାରି କରିଛି। ଏହି କଟକଣା ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରହିବ। ଏନେଇ ସବ୍‌ଡିଭିଜନରେ ମାଜିଷ୍ଟ୍ରେଟ ତଥା ଉପଜିଲାପାଳ ଦୟାମୟ ପାଢ଼ୀ ଏକ ପତ୍ର ଜରିଆରେ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ।

ଉଲ୍ଲେଖଯୋଗ୍ୟ, ବନ୍ଧବାହାଲ ସ୍ବାଧୀନ କମ୍ପ୍ଲେକ୍ସ ଚତୁଃପାର୍ଶ୍ୱର ୧ କିଲୋମିଟର ପରିଧି ମଧ୍ୟରେ ୪ଜଣରୁ ଊଦ୍ଧର୍‌ବ ଏକତ୍ର ହୋଇପାରିବେ ନାହିଁ କିମ୍ବା କୌଣସି ସାମୂହିକ କାର୍ଯ୍ୟକ୍ରମ କରାଯାଇପାରିବ ନାହିଁ। ଏହି ନିୟମକୁ ଖିଲାପ କଲେ ଆଇନାନୁଯାୟୀ ଦଣ୍ଡିତ ହେବେ ବୋଲି ପତ୍ରରେ ଦର୍ଶାଯାଇଛି। ବନହରପାଲି ପୋଲିସ ଓ ବନ୍ଧବାହାଲ ଫାଣ୍ଡି ପୋଲିସର ମିଳିତ ଉଦ୍ୟମରେ ୧୪୪ ଧାରା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଯାଉଛି।
ସୂଚନାଯୋଗ୍ୟ, ଗତ ବୁଧବାର ବନ୍ଧବାହାଲ ଶିଳ୍ପାଞ୍ଚଳରେ ଥିବା ଏକ ମାଂସ ଦୋକାନରେ ଜାତୀୟ ପତାକାକୁ କଟାଛେଳିମୁଣ୍ଡ ଉପରେ ଘୋଡାଯାଇ ଅସମ୍ମାନ କରାଯାଇଥିଲା। ଏନେଇ ସ୍ଥାନୀୟ ଲୋକେ ସମ୍ପୃକ୍ତ ମାଂସ ଦୋକାନୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଗତ ଗୁରୁବାର ଟାୟାର ଜାଳି ରାସ୍ତା ଅବରୋଧ କରିବା ସହ ମାଂସ ଦୋକାନ ଭଙ୍ଗାରୁଜା କରିଥିଲେ। ଏନେଇ ପୋଲିସ ସମ୍ପୃକ୍ତ ମାଂସ ଦୋକାନୀ ମହମ୍ମଦ ସାହାଜାଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ଥାନା କେସ୍‌ ନଂ.୧୩୮/୨୨ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?