ଜାତୀୟ ପତାକାକୁ ଅସମ୍ମାନ ପ୍ରସଙ୍ଗ, ବନ୍ଧବାହାଲରେ ୧୪୪ ଧାରା ଜାରି

ଝାରସୁଗୁଡ଼ା ଅଫିସ,୨୭।୮: ଝାରସୁଗୁଡ଼ା ଜିଲା ବନ୍ଧବାହାଲ ଶିଳ୍ପାଞ୍ଚଳରେ ଜାତୀୟ ପତାକାକୁ ଅସମ୍ମାନ ପ୍ରସଙ୍ଗ ସମ୍ପର୍କରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ପ୍ରସଙ୍ଗକୁ ନେଇ ଏବେବି ଚାପା ଉତ୍ତେଜନା ଲାଗି ରହିଥିବାବେଳେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏନେଇ ପୋଲିସ ଫ୍ଲାଗମାର୍ଚ୍ଚ କରି ଶକ୍ତି ପ୍ରଦର୍ଶନ ଜାରି ରଖିଛି । ସାମ୍ପ୍ରଦାୟିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ପୋଲିସ ବନ୍ଧବାହାଲରେ ଗତ ଶୁକ୍ରବାରଠାରୁ ୧୪୪ ଧାରା ଜାରି କରିଛି। ଏହି କଟକଣା ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରହିବ। ଏନେଇ ସବ୍‌ଡିଭିଜନରେ ମାଜିଷ୍ଟ୍ରେଟ ତଥା ଉପଜିଲାପାଳ ଦୟାମୟ ପାଢ଼ୀ ଏକ ପତ୍ର ଜରିଆରେ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ।

ଉଲ୍ଲେଖଯୋଗ୍ୟ, ବନ୍ଧବାହାଲ ସ୍ବାଧୀନ କମ୍ପ୍ଲେକ୍ସ ଚତୁଃପାର୍ଶ୍ୱର ୧ କିଲୋମିଟର ପରିଧି ମଧ୍ୟରେ ୪ଜଣରୁ ଊଦ୍ଧର୍‌ବ ଏକତ୍ର ହୋଇପାରିବେ ନାହିଁ କିମ୍ବା କୌଣସି ସାମୂହିକ କାର୍ଯ୍ୟକ୍ରମ କରାଯାଇପାରିବ ନାହିଁ। ଏହି ନିୟମକୁ ଖିଲାପ କଲେ ଆଇନାନୁଯାୟୀ ଦଣ୍ଡିତ ହେବେ ବୋଲି ପତ୍ରରେ ଦର୍ଶାଯାଇଛି। ବନହରପାଲି ପୋଲିସ ଓ ବନ୍ଧବାହାଲ ଫାଣ୍ଡି ପୋଲିସର ମିଳିତ ଉଦ୍ୟମରେ ୧୪୪ ଧାରା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଯାଉଛି।
ସୂଚନାଯୋଗ୍ୟ, ଗତ ବୁଧବାର ବନ୍ଧବାହାଲ ଶିଳ୍ପାଞ୍ଚଳରେ ଥିବା ଏକ ମାଂସ ଦୋକାନରେ ଜାତୀୟ ପତାକାକୁ କଟାଛେଳିମୁଣ୍ଡ ଉପରେ ଘୋଡାଯାଇ ଅସମ୍ମାନ କରାଯାଇଥିଲା। ଏନେଇ ସ୍ଥାନୀୟ ଲୋକେ ସମ୍ପୃକ୍ତ ମାଂସ ଦୋକାନୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଗତ ଗୁରୁବାର ଟାୟାର ଜାଳି ରାସ୍ତା ଅବରୋଧ କରିବା ସହ ମାଂସ ଦୋକାନ ଭଙ୍ଗାରୁଜା କରିଥିଲେ। ଏନେଇ ପୋଲିସ ସମ୍ପୃକ୍ତ ମାଂସ ଦୋକାନୀ ମହମ୍ମଦ ସାହାଜାଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ଥାନା କେସ୍‌ ନଂ.୧୩୮/୨୨ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri