ମିଳିତ ଅମଲା ମଞ୍ଚ ପକ୍ଷରୁ ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୨୨।୪: (ଡିଏନଏ ) ଗଞ୍ଜାମ ଜିଲାସ୍ତରୀୟ ମିଳିତ ଅମଲା ମଞ୍ଚ ପକ୍ଷରୁ ବିଭିନ୍ନ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଶ୍ୟେରେ ଏକ ସ୍ମାରକପତ୍ର ଗଞ୍ଜାମ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି । ପ୍ରାରମ୍ଭରେ ଛତ୍ରପୁରସ୍ଥିତ ସର୍କିଟ ହାଉସ ଫାଟକ ନିକଟରୁ ୧ହଜାର ଅମଲା ଏକ ଶାର୍ନ୍ତିପୂର୍ଣ୍ଣ ରାଲିରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ । ସେଠାରେ ସେମାନଙ୍କ ଦାବି ନେଇ ବୟାନବାଜି କରାଯାଇଥିଲା । ଦାବିରେ ୨୦୧୭ ମସିହାରୁ ସ୍ନାତକ ଶିକ୍ଷାଗତ ହାରରେ ଦରମା ଦେବାକୁ ନିଷ୍ପତି ହୋଇଥିଲେ ମଧ୍ୟ ଏବେ ମଧ୍ୟ ମାଟ୍ରିକ ଶିକ୍ଷାଗତ ହାରରେ ଦରମା ପ୍ରଦାନ କରାଯାଉଛ ବୋଲି ପ୍ରସଙ୍ଗ ଉଠାଯାଇଥିଲା । ବହୁବାର ଏସମ୍ପର୍କରେ ସରକାରଙ୍କୁ ଜଣାଇଥିଲେ ହେଁ ସରକାର ଟାଳଟୁଳ ନୀତି ଅବଲମ୍ବନ କରୁଥିବା ଅଭିଯୋଗ ହୋଇଛି । ଏପ୍ରିଲ ୩୦ ସୁଦ୍ଧା ରାଜ୍ୟ ସରକାର ଜିଲାସ୍ତରୀୟ ଅମଲା ମାନଙ୍କର ଦାବି ଏଣ୍ଟ୍ରି ଲେଭଲରେ ୯ହଜାର ୩୦୦ ଗ୍ରେଡ ପେ ଏବଂ ୪ହଜାର ୨୦୦ ଲେଭଲ ୯ ପୂରଣ କରିବାକୁ ଦାବି କରାଯାଇଛି । ଏହିସବୁ ଦାବି ପୂରଣ ନହେଲେ ବ୍ଲକ ଠାରୁ ଆରମ୍ଭ କରି ସମସ୍ତ ଅଫିସକୁ ଆମେ ବନ୍ଦ କରିବାକୁ ବାଧ୍ୟ ହେବୁ ବୋଲି ଚେତାବନୀ ଦିଆଯାଇଛି । ଓଡିଶା ଅମଲା ସଂଘର ରାଜ୍ୟ ସାଧାରଣ ସମ୍ପାଦକ ତଥା ମିଳିତ ମଞ୍ଚର ରାଜ୍ୟ ସଦସ୍ୟ ପ୍ରସନ୍ନ କୁମାର ତ୍ରିପାଠୀ, ମିଳିତ ଅମଲା ମଞ୍ଚର ଗଞ୍ଜାମ ଜିଲା ଅଧ୍ୟକ୍ଷ ଉଦୟ କୁମାର ଦାଶ, ଗଞ୍ଜାମ ଜିଲା ମିଳିତ ଅମଲା ମଞ୍ଚର ଆବାହକ ଡ. ଦିଲେଶ୍ୱର ରେଡ୍ଡୀ, ଓଡିଶା ରାଜସ୍ବ ଅମଲା ସଂଘ ଜିଲା ସମ୍ପାଦକ କୃପାସିନ୍ଧୁ୍‌ ସ୍ବାଇଁ ପ୍ରମୁଖ ଏଥିରେ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri