ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ: ସ୍ଥିତି ଯାଞ୍ଚ ପାଇଁ ଏଏସ୍‌ଆଇର ପ୍ରଶାସନକୁ ଚିଠି

ପୁରୀ ଅଫିସ,୧୨।୯- ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ଦୀର୍ଘଦିନରୁ ରହିଆସିଥିବା ଦ୍ୱନ୍ଦ୍ୱ ଦୂର ହେବା ନେଇ ରାସ୍ତା ଫିଟୁଛି। ରତ୍ନଭଣ୍ଡାର ସ୍ଥିତି ଦୁର୍ବଳ ହୋଇଥିବା ହେତୁ ଏହାର ସ୍ଥିତି ଯାଞ୍ଚ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖାଯାଇଛି। ଗତ ୮ ତାରିଖରେ ଏଏସ୍‌ଆଇ(ଭାରତୀୟ ପ୍ରତ୍ନତାତ୍ତ୍ୱିକ ସଂସ୍ଥା)ର ସୁପରିଟେଣ୍ଡେଣ୍ଟ ପକ୍ଷରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି କରାଯାଇଥିବା ସୂଚନା ମିଳିଛି। ପ୍ଲାଷ୍ଟର ଖରାପ ହୋଇଯାଇଥିବା ହେତୁ ଭିତର ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ସବୁ ପ୍ରକାର କାର୍ଯ୍ୟାନୁଷ୍ଠାନ ନେବେ ବୋଲି ଚିଠିରେ ଉଲ୍ଲେଖ ରହିଛି। ରାଜ୍ୟ ଆଇନ ବିଭାଗ ଓ ଏଏସ୍‌ଆଇ ଡିଜିଙ୍କୁ ମଧ୍ୟ ଏ ନେଇ ଚିଠି ଲେଖାଯାଉଛି।
ନିକଟ ଅତୀତରେ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ କହିଥିଲେ ଯେ, ରତ୍ନ ଭଣ୍ଡାର ମରାମତି ଦାୟିତ୍ୱ ଆମ ସଂସ୍ଥା ପାଖରେ ନାହିଁ। କିନ୍ତୁ ଶ୍ରୀମନ୍ଦିର ପ୍ରଶାସନ ଅନୁମତି ଦେଲେ ସ୍ଥିତି ଅନୁଧ୍ୟାନ କରାଯାଇ ମରାମତି କରାଯିବ। ଅନ୍ୟପକ୍ଷେ ଏଏସ୍‌ଆଇ ପକ୍ଷରୁ ମିଳିଥିବା ଚିଠିକୁ ନେଇ ଶ୍ରୀମନ୍ଦିର ପ୍ରଶାସନର କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। ଏ ନେଇ ସୂଚନା ଅଧିକାର କର୍ମୀ ଦିଲୀପ ବରାଳ କହିଛନ୍ତି, ଏଏସ୍‌ଆଇ ଚିଠି କରିବା ପରେ ଏବେ ସବୁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଉପରେ ନିର୍ଭର କରୁଛି। ଶ୍ରୀମନ୍ଦିର ପ୍ରଶାସନ ପ୍ରସଙ୍ଗକୁ ଗୁରୁତର ସହ ନେଇ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ପାଇଁ ଅନୁମତି ଦେବା ଦରକାର। ଫଳରେ ରତ୍ନଭଣ୍ଡାର ଖୋଲାଯାଇ ମରାମତି ହେବା ସହ ଭିତର ରତ୍ନ ଭଣ୍ଡାରରେ ଥିବା ଅଳଙ୍କାରର ଗଣନା ହୋଇପାରିବ। ସେହିଭଳି ଶ୍ରୀମନ୍ଦିର ଭଣ୍ଡାର ମେକାପ କହିଥିଲେ, ରତ୍ନ ଭଣ୍ଡାର ବାହାର ଘରେ ପାଣି ଗଳୁଛି। ଏଣୁ ଭିତର ରତ୍ନ ଭଣ୍ଡାର ସ୍ଥିତି ଆହୁରି ଖରାପ ଥିବା ଆଶଙ୍କା କରାଯାଉଛି। ଏଣୁ ସରକାର କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ଧର୍ମୀୟ ଭାବନାକୁ ସମ୍ମାନ ଜଣାଇ ରତ୍ନ ଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ନିଅନ୍ତୁ।
ଉଲ୍ଲେଖଯୋଗ୍ୟ, ୨୦୧୮ରେ ହାଇକୋର୍ଟ ନିର୍ଦ୍ଦେଶକ୍ରମେ ଏକ ୧୭ଜଣିଆ ପ୍ରାଧିକୃତ କମିଟି ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ପାଇଁ ଯାଇଥିଲେ। ରତ୍ନଭଣ୍ଡାର ସ୍ଥିତି ଦୁର୍ବଳ ଥିବା, କାନ୍ଥରୁ ପାଣି ଗଳୁଥିବା ଓ ଲୁହା ରଡ଼ ବାହାରକୁ ଦେଖାଯାଉଥିବା ରତ୍ନ ଭଣ୍ଡାର ରେଜିଷ୍ଟ୍ରାରରେ ଉଲ୍ଲେଖ କରିଥିଲେ। ଏହାପରେ ଏକ ଯାଞ୍ଚ ରିପୋର୍ଟ ଦାଖଲ ହୋଇଥିଲା। ଯାଞ୍ଚ ରିପୋର୍ଟରେ ଯାନ୍ତ୍ରିକ ସମସ୍ୟା ସମ୍ପର୍କରେ ସ୍ପଷ୍ଟ ଭାବେ ଉଲ୍ଲେଖ କରାଗଲା। କେମିତି ଉଲ୍ଲେଖ କରିଥିଲେ ଯେ, ଶ୍ରୀମନ୍ଦିର ରତ୍ନ ଭଣ୍ଡାର ସ୍ଥିତି ଦୁର୍ବଳ ଥିବା ହେତୁ, ଏହାର ମରାମତି ଆବଶ୍ୟକ ଓ ବିଭିନ୍ନ ଯାନ୍ତ୍ରିକ ପରୀକ୍ଷା ନିରୀକ୍ଷା କରିବା ପାଇଁ ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ପୁନଶ୍ଚ ସ୍ଥିତି ଅନୁଧ୍ୟାନ ପାଇଁ ପରାମର୍ଶ ଦେଇଥିଲେ। ପରେ ପରିଚଳନା କମିଟି ଏହି ଅନୁଧ୍ୟାନ ରିପୋର୍ଟ ଉପରେ କେବେ ହେଲେ ଆଲୋଚନା କରିନାହିଁ। କିମ୍ବା ରାଜ୍ୟ ଆଇନ ବିଭାଗକୁ ଏ ନେଇ କୌଣସି ସୁପାରିସ କରି ନ ଥିଲେ। ଗତ ଅଗଷ୍ଟ ୬ରେ ହୋଇଥିବା ପରିଚଳନା କମିଟିରେ ରତ୍ନଭଣ୍ଡାର ପ୍ରସଙ୍ଗ ଉଠାଇବାକୁ ସର୍ବସାଧାରଣରେ ଦାବି ଉଠିଥିଲେ ମଧ୍ୟ ପ୍ରସଙ୍ଗକୁ ଅଣଦେଖା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri