ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଧାର୍ମିକ ସ୍ଥଳ ବନ୍ଦ ରହିଛି। ଧାର୍ମିକସ୍ଥଳ ଖୋଲିବା ନେଇ ଦାଖଲ କରାଯାଇଥିବା ଏକ ଆବେଦନ ଉପରେ ସୁପ୍ରମ୍‌କୋର୍ଟ କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଛନ୍ତି। କୋର୍ଟ ପକ୍ଷରୁ ଏନେଇ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କରାଯାଇଛି। ପ୍ରଧାନ ବିଚାରପତି ଏସ୍‌.ଏ. ବୋବଡେଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ଖଣ୍ଡପୀଠରେ ବିଚାରପତି ଏ.ଏସ୍‌.ବୋପନ୍ନା ଏବଂ ବି. ରାମସୁବ୍ରମଣ୍ୟମ୍‌ ମଧ୍ୟ ସାମିଲ ରହିଛନ୍ତି। ଅହମଦାବାଦ ସ୍ଥିତ ଗୀତାର୍ଥ ଗଙ୍ଗା ଟ୍ରଷ୍ଟ୍‌ ପକ୍ଷରୁ ଆଇନଜୀବୀ ସୁରଜେନ୍ଦୁ ଶଙ୍କର ଦାସ ଦ୍ୱାରା ଧାର୍ମିକସ୍ଥଳ ଖୋଲାଯିବା ନେଇ କରାଯାଇଥିବା ଏକ ଆବେଦନର ବିଚାର କରି କୋର୍ଟ ଏପରି କରିଛନ୍ତି। ଭିଡ଼ିଓ କନଫରେନ୍ସିଂ ଦ୍ୱାରା ହୋଇଥିବା ଏହି ପ୍ରସଙ୍ଗରେ କୋର୍ଟ କହିଛନ୍ତି ଯେ, ଆମେ କେବଳ ଧାର୍ମିକସ୍ଥଳ ଖୋଲିବା ସମ୍ଭାବନା ନେଇ ନୋଟିସ୍‌ ଜାରି କରିଛୁ। ମତାମତ ମିଳିବା ପରେ ପରବର୍ତ୍ତୀ ବିଚାର କରାଯିବ ବୋଲି ୩ ଜଣିଆ ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘PM ମୋଦିଙ୍କୁ ରାତିରେ ସେ ପର୍ଯ୍ୟନ୍ତ ଶୋଇବାକୁ ଦେବୁନି, ଯେ ପର୍ଯ୍ୟନ୍ତ…’ ରାହୁଲ ଗାନ୍ଧୀଙ୍କ ତୀବ୍ର ଆକ୍ରମଣ

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହି ଲୋକମାନେ ଦେଶକୁ ଭିତରୁ ଦୁର୍ବଳ କରିଦେଇଛନ୍ତି। ଏହା ସହିତ…

କ୍ରିକେଟ୍‌ କୋଚଙ୍କୁ ହତ୍ୟା: ଖେଳାଳିଙ୍କ ସହ ଯୋଇଥିଲା ଯୁକ୍ତିତର୍କ, ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୪।୮: ଶ୍ରୀଲଙ୍କାରେ ଜଣେ କ୍ରିକେଟ କୋଚଙ୍କୁ ହତ୍ୟା କରାଯାଇଛି। କଲମ୍ବୋ କ୍ରିକେଟ କ୍ଲବର ପ୍ରଶିକ୍ଷକ ସୁମିଥ ଫର୍ଣ୍ଣାଣ୍ଡୋ ତାଙ୍କ ନିଜ ଖେଳାଳିଙ୍କ ସହ ଝଗଡ଼ା କରିଥିଲେ ଏବଂ…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

ଲାବ୍‌ରେ ତିଆରି ହେଉଛି ‘ମିନି-ବ୍ରେନ୍‌’: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର…

ଜେମ୍ସ ୱେବ୍‌ ଟେଲିସ୍କୋପ୍‌ରେ ଧରାପଡ଼ିଲା ‘ବ୍ଲାକ୍‌ ହୋଲ୍‌ ଷ୍ଟାର୍‌’

ଓ୍ବାଶିଂଟନ,୧୪।୮: ମହାକାଶ ବିଜ୍ଞାନ କ୍ଷେତ୍ରରେ ବିରଳ ସଫଳତା ହାସଲ କରିଛନ୍ତି ଜ୍ୟୋତିର୍ବିଜ୍ଞାନୀ। ନାସାର ପ୍ରସିଦ୍ଧ ଜେମ୍ସ ୱେବ୍‌ ସ୍ପେସ୍‌ ଟେଲିସ୍କୋପର ଚିତ୍ରକୁ ଅନୁଧ୍ୟାନ କରି ଗବେଷକମାନେ ସମ୍ପୂର୍ଣ୍ଣ…

ଇଥାନଲରୁ ଖରାପ ହେବା ସୁନିଶ୍ଚିତ: ଗାଡ଼ି ନିର୍ମାତା

ନୂଆଦିଲ୍ଲୀ,୧୪।୮(ରଏଟର୍ସ):ବିଗତ ଏକ ବର୍ଷ ମଧ୍ୟରେ କମ୍ପାନୀଗୁଡ଼ିକ ଦେଶର ୨୧ ରାଜ୍ୟର ପେଟ୍ରୋଲ ପମ୍ପରୁ ୨୫୦ରୁ ଅଧିକ ଇ୨୦ ପେଟ୍ରୋଲ ନମୁନା ସଂଗ୍ରହ କରି ପରୀକ୍ଷା କରିଥିଲେ। ଏଥିରୁ…

କାହାର ଟେନ୍‌ସନ ବଢ଼ାଇବେ ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ଦେଶରେ ଚହଳ

ନୂଆଦିଲ୍ଲୀ,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବୈଜ୍ଞାନିକ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆରେ ଏକ ଭିଡିଓ ଲେୟାର କରିଛନ୍ତି। ଏହି ଭିଡିଓରେ ସେ ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri