Posted inଜାତୀୟ

ଲଦାଖ ସୀମାରେ ଉତ୍ତେଜନା ପ୍ରସଙ୍ଗ,ଆଜି ୧୬ତମ କମାଣ୍ଡର ସ୍ତରୀୟ ବୈଠକ …

ଲଦାଖ,୧୭।୭ : ଲଦାଖ ସୀମାରେ ଉତ୍ତେଜନା ପ୍ରସଙ୍ଗରେ ରବିବାର ଦିନ ଭାରତ ଏବଂ ଚାଇନା ମଧ୍ୟରେ ୧୬ ତମ ରାଉଣ୍ଡ କମାଣ୍ଡର ସ୍ତରୀୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଆଶା କରାଯାଉଛି ଯେ ଡେପସାଙ୍ଗ ଏବଂ ଡେମୋକୋକରେ ସମସ୍ୟାର ସମାଧାନ ବ୍ୟତୀତ ଯଥାଶୀଘ୍ର ସୈନ୍ୟ ପ୍ରତ୍ୟାହାର କରିବାକୁ ଭାରତ ଅବଶିଷ୍ଟ ସମସ୍ତ ଘର୍ଷଣ ପଏଣ୍ଟ ଉପରେ ଚାପ ପକାଇବ। ପୂର୍ବ ଲଦାଖର ସମସ୍ତ ଘର୍ଷଣ ସ୍ଥାନରୁ ଶୀଘ୍ର ସୈନ୍ୟ ପ୍ରତ୍ୟାହାର ପାଇଁ ଭାରତ ଲଗାତାର ଚାପ ପ୍ରୟୋଗ କରି ଦ୍ୱିପାକ୍ଷିକ ସମ୍ପର୍କର ଅଗ୍ରଗତି ପାଇଁ ସୀମାରେ ଶାନ୍ତି ଏକ ଆବଶ୍ୟକୀୟ ସର୍ତ୍ତ ବୋଲି କହିଛି।

ଏହାର ଗୋଟିଏ ଦିନ ପୂର୍ବରୁ ଚାଇନେ ରାଷ୍ଟ୍ରପତି ଶି ଜିନପିଙ୍ଗ ଶିନଜିଆଙ୍ଗ ଗସ୍ତରେ ଯାଇ ତାଙ୍କ ସୈନ୍ୟଙ୍କ ସହ ସାକ୍ଷାତ କରିଥିଲେ। ପିପୁଲ୍ସ ଲିବରେସନ ଆମି (ପିଏଲଏ)ର ଶିନଜିଆଙ୍ଗନ ମିଲିଟାରୀ କମାଣ୍ଡ ଲଦାଖ ଅଞ୍ଚଳରେ ଭାରତ-ଚାଇନା ସୀମାର ତଦାରଖ କରିଆସୁଛି।

ଗତ ସପ୍ତାହରେ ବାଲିରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଚାଇନା ପ୍ରତିପକ୍ଷ ୱାଙ୍ଗ ୟିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରେ ପୂର୍ବ ଲଦାଖ ସହ ଜଡିତ ବିବାଦ ପ୍ରସଙ୍ଗକୁ ନେଇ ଚର୍ଚ୍ଚା ହୋଇଥିଲା। ଜି -୨୦ ବୈଦେଶିକ ମନ୍ତ୍ରୀ ସମ୍ମିଳନୀରେ ବାଲିରେ ଏକ ଘଣ୍ଟା ଧରି ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ଜୟଶଙ୍କର ପୂର୍ବ ଲଦାଖରେ ବିଚାରାଧୀନ ସମସ୍ତ ସମସ୍ୟାର ଶୀଘ୍ର ସମାଧାନର ଆବଶ୍ୟକତା ଓ୍ବାଙ୍ଗ୍‌ଙ୍କୁ ଜଣାଇଥିଲେ।

ସେ କହିଥିଲେ ଯେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ପାରସ୍ପରିକ ସମ୍ମାନ, ପାରସ୍ପରିକ ସମ୍ବେଦନଶୀଳତା ଏବଂ ପାରସ୍ପରିକ ସ୍ବାର୍ଥ ଉପରେ ଆଧାରିତ ହେବା ଉଚିତ। କେତେକ ବିବାଦୀୟ ସ୍ଥାନରୁ ସୈନ୍ୟ ପ୍ରତ୍ୟାହାର ସମ୍ପର୍କରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏକ ବିବୃତ୍ତିରେ କହିଛନ୍ତି ଯେ ସୀମା ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା ଫେରାଇ ଆଣିବା ପାଇଁ ଅବଶିଷ୍ଟ ଅଞ୍ଚଳରୁ ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ଶେଷ କରିବାକୁ ନିଷ୍ପତ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାର ଆବଶ୍ୟକତା ରହିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri