Posted inଖେଳ

ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପ୍‌: ୨୫ ମି. ଟିମ୍‌ ପିସ୍ତଲରେ ଭାରତୀୟ ମହିଳାଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୬।୩(ପି.ଟି.): ଏଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପ୍‌ରେ ଭାରତୀୟ ମହିଳାମାନେ ଆଉ ଏକ ସ୍ବର୍ଣ୍ଣିମ ସଫଳତା ହାସଲ କରିଛନ୍ତି। ଚିଙ୍କି ଯାଦବ, ମନୁ ଭାକର ଓ ରାହି ସର୍ନୋବତଙ୍କୁ ନେଇ ଗଠିତ ଭାରତୀୟ ମହିଳା ଦଳ ଗୁରୁବାର ମହିଳା ୨୫ ମି. ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।
ଡ. କାନ୍ତି ସିଂ ଶୁଟିଂ ରେଞ୍ଜରେ ଭାରତୀୟ ମହିଳା ଶୁଟରମାନେ ୧୭ ପଏଣ୍ଟ ହାସଲ କରି ପୋଲାଣ୍ଡର ଜୋଆନା ଆଇଓନା ଓ୍ବାରଜୋନୋଓ୍ବସ୍କା, ଜୁଲିଆ ବୋରେକ ଓ ଆଗ୍ନେସ୍କା କୋରିଜୋଙ୍କୁ ପରାସ୍ତ କରି ଶୀର୍ଷ ସ୍ଥାନରେ ରହିଛନ୍ତି। ପୋଲାଣ୍ଡର ଏହି ଦଳ ମାତ୍ର ୭ ପଏଣ୍ଟ ସ୍କୋର କରିଥିଲେ। ବୁଧବାର ଚିଙ୍କି, ଭାକର ଓ ସର୍ନୋବତ ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ସବୁ ପଦକ ହାସଲ କରି କ୍ଲିନ୍‌ ସୁଇପ୍‌ କରିଥିଲେ। ଏଥିସହ ଭାରତ ୧୦ ସ୍ବର୍ଣ୍ଣ, ୬ ରୌପ୍ୟ ଓ ୫ ବ୍ରୋଞ୍ଜ ପଦକ ହାସଲ କରି ମୋଟ ୨୧ ପଦକ ହାସଲ କରିବା ସହ ତାଲିକାର ଶୀର୍ଷ ସ୍ଥାନରେ ରହିଛି। ଗୁରୁବାର ସକାଳେ ଅଞ୍ଜୁମ ମୋଡଗିଲ, ଶ୍ରେୟା ସାକସେନା ଓ ଗାୟତ୍ରୀ ନିତ୍ୟାନନ୍ଦମଙ୍କୁ ନେଇ ଗଠିତ ଭାରତୀୟ ଦଳ ୫୦ମି. ରାଇଫଲ ୩ ପୋଜିଶନ ଟିମ୍‌ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଥିଲା। ଫାଇନାଲ ରାଉଣ୍ଡରେ ଏହି ଭାରତୀୟ ଦଳ ୪୩ ପଏଣ୍ଟ ସ୍କୋର କରିଥିଲା। ତେବେ ପୋଲାଣ୍ଡ ମହିଳା ଦଳ ୪୭ ପଏଣ୍ଟ ସ୍କୋର କରି ସ୍ବର୍ଣ୍ଣ ପଦକ ହାତେଇଥିଲା। ସେହିପରି ଇଣ୍ଡୋନେସିଆର ମହିଳା ଦଳ ଏହି ଇଭେଣ୍ଟରେ ବ୍ରୋଞ୍ଜ୍‌ ପଦକ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri