କଣାସ,୭।୪(ସ୍ବ.ପ୍ର.): ରାଜ୍ୟ ସରକାର ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ମାଗଣାରେ କ୍ଷୀର, ପାଉରୁଟି, ବିସ୍କୁଟ୍, ଅଣ୍ଡା ଯୋଗାଣ ବ୍ୟବସ୍ଥା କରିଥିବା ବେଳେ ପୁରୀ ଜିଲା କଣାସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୧୭ଦିନ ହେଲା ରୋଗୀମାନଙ୍କୁ ଖାଦ୍ୟ ଯୋଗାଣ ହେଉ ନ ଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ୨୦୨୦ମସିହା ସ୍ବାସ୍ଥ୍ୟ କେନ୍ଦ୍ର ବିଜ୍ଞପ୍ତି ଅନୁଯାୟୀ କଣାସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଖାଦ୍ୟ ଯୋଇବା ପାଇଁ ୩ଜଣ ଟେଣ୍ଡର ପକାଇଥିଲେ। ସେ ମଧ୍ୟରୁ କଣାସ ଗ୍ରାମର ବିଦ୍ୟାଧର ଭୋଳଙ୍କୁ ଖାଦ୍ୟ ଯୋଗାଇବା ପାଇଁ ଅନୁମତି ମିଳିଥିଲା। ଖାଦ୍ୟ ଯୋଗାଉଥିବା ବିଦ୍ୟାଧରଙ୍କୁ ୨୦୨୦ ଜାନୁୟାରୀରୁ ୨୦୨୧ ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୪ମାସ ୨୦ଦିନ ଧରି ଖାଦ୍ୟ ଯୋଗଇଥିଲେ। ହେଲେ ଖାଦ୍ୟ ଯୋଗାଣର ପ୍ରାପ୍ୟ ନ ମିଳିବାରୁ ସେ ମାର୍ଚ୍ଚ ୨୧ତାରିଖଠାରୁ ଖାଦ୍ୟ ଯୋଗାଣ ବନ୍ଦ କରିଦେଇଛନ୍ତି। ଫଳରେ ଗତ ୧୭ଦିନ ହେବ ସ୍ବାସ୍ଥ୍ୟକେନ୍ଦ୍ରରେ ଖାଦ୍ୟ ନ ଥିବାରୁ ରୋଗୀଙ୍କୁ ଖାଦ୍ୟ ଦିଆଯାଇପାରୁ ନାହିଁ। ଖାଦ୍ୟ ବିଲ୍ ପାସ୍ କରୁଥିବା କ୍ଲର୍କ ବିଲ୍ ପାସ୍ ନ କରିବାରୁ ବିଦ୍ୟାଧର ଖାଦ୍ୟ ଯୋଗାଣ ବନ୍ଦ କରିଦେଇଥିବା କହିଛନ୍ତି। ଏ ସମ୍ପର୍କରେ ସ୍ବାସ୍ଥ୍ୟକେନ୍ଦ୍ର ଭାରପ୍ରାପ୍ତ ଅଧିକାରୀ ଡ. ରମେଶ ଚନ୍ଦ୍ର ବେହେରା କହିଛନ୍ତି, ଅଳ୍ପ ଦିନ ହେଲା ଏଠାକୁ ଆସିଥିବାରୁ ଖାଦ୍ୟ ଯୋଗାଣ ବିଷୟରେ ଜାଣିନାହିଁ। ତଥାପି ଖାଦ୍ୟ ଯୋଗାଣ ବନ୍ଦ ହୋଇଥିବା କଥାକୁ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଛି। ପୁନଶ୍ଚ ଟେଣ୍ଡର ହେଲେ ଖାଦ୍ୟ ଯୋଗାଣ ହେବ ଏବଂ ଖାଦ୍ୟ ଯୋଗଇଥିବା ଲୋକଙ୍କୁ ଖୁବଶୀଘ୍ର ପ୍ରାପ୍ୟ ଦେବାପାଇଁ ଚେଷ୍ଟା କରିବୁ।
Posted inଆମ ଜିଲା ଖବର, ପୁରୀ View All
ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ
ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…
ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…
ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…
ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼
ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…
ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ
ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…
ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…
ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…
ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର
ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…
ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି
ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…
ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ
କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…
Archives

