୧୭ବର୍ଷ ହେଲା ଅଧାରେ ପଡ଼ିଛି କଣ୍ଠିଆନାଳ ସେତୁ

ପଟ୍ଟାମୁଣ୍ଡାଇ,୧ା୩ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତ କଣ୍ଠିଆନାଳ ସେତୁ ନିର୍ମାଣ କାର୍ଯ୍ୟ ୧୭ବର୍ଷ ହେବ ବନ୍ଦ ପଡିଥିବା ବେଳେ ୨୦୨୩ରେ ରାଜ୍ୟ ସରକାର ଗ୍ରାମ୍ୟ ଉନ୍ନୟନ ବିଭାଗର ବିଜୁ ସେତୁ ଯୋଜନାରେ ୩୬,୯୧,୩୬,୦୦୦ ଟଙ୍କା ବ୍ୟୟ ଅଟକଳକୁ ମଞ୍ଜୁର ଦେଇ ବିରଜା କନଷ୍ଟ୍ରକଶନ କମ୍ପାନୀ ସହ ଏଗ୍ରିମେଣ୍ଟ ସରିବାକୁ ବର୍ଷେ ବିତିଲାଣି। ହେଲେ ଏଯାଏ ସେତୁ ନିର୍ମାଣ ଆରମ୍ଭ ହୋଇନାହିଁ। ଫଳରେ ଏହି କାଣୀ ନଦୀ ଉପରେ ନିର୍ଭର କରୁଥିବା ଲୋକେ ଅତି ବିପଦ ସଙ୍କୁଳ ଅବସ୍ଥାରେ ମୋଟର ଚାଳିତ ଡଙ୍ଗାରେ ନଦୀ ପାର ହେଉଛନ୍ତି। ଗୋଟିଏ ଡଙ୍ଗାରେ ଥରକେ ୧୦ରୁ୧୫ଟି ବାଇକ୍‌ ସହ ପ୍ରାୟ ୩୦ ଜଣ ଲୋକ ନଦୀ ପାର ହେଉଛନ୍ତି। ବିପଦପୂର୍ଣ୍ଣ ଭାବେ ନଦୀ ପାର ହେଉଥିବା ବେଳେ ଡଙ୍ଗାରେ ସୁରକ୍ଷା ପାଇଁ କୌଣସି ବ୍ୟବସ୍ଥା ନାହିଁ। ଯାହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।
ଏ ସମ୍ପର୍କରେ ସିଂହଗଁାର ପୂର୍ଣ୍ଣଚନ୍ଦ୍ର ନାୟକ କହିଛନ୍ତି, ଏହି କଣ୍ଠିଆନାଳ ଉପରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୦୮ରେ ଏକ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ଭାରତୀୟ ଅନ୍ତର୍ଦେଶୀୟ ଜଳପଥ ପ୍ରାଧିକରଣ ଅଧୀନରେ ଥିବା ୬୨୩ କିମି ଲମ୍ବର ୨୨ ନଂ. ଜାତୀୟ ଜଳପଥ ପ୍ରକଳ୍ପକୁ ମଞ୍ଜୁରି ମିଳିଥିଲା। ଏଥିମଧ୍ୟରୁ ପଶ୍ଚିମବଙ୍ଗରେ ୯୧ କିମି ଥିବା ବେଳେ ଓଡ଼ିଶାରେ ଅବଶିଷ୍ଟ ୫୩୨ କିମି ରହିଛି। ଏହି ଜଳପଥ ପ୍ରକଳ୍ପ କେତେକ କାରଣରୁ ନିର୍ମାଣ ବନ୍ଦ ହୋଇଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମନ୍ବୟ ଅଭାବରୁ ଏହାର ଅଗ୍ରଗତି ହୋଇପାରୁନାହିଁ। ଏହି ଜଳପଥ ମଧ୍ୟରେ ସିଂହଗଁା କଣ୍ଠିଆ ନାଳ କାଣି ନଦୀ ଅନ୍ତର୍ଭୁକ୍ତ ରହିଛି। ତେବେ ଏହି ସେତୁ ନିର୍ମାଣ ସମୟରେ ଜାତୀୟ ଜଳପଥ ଅନ୍ତର୍ଭୁକ୍ତ ହେବାରୁ ତାହା ବନ୍ଦ ରହିଥିଲା। ମାତ୍ର ରଜ୍ୟସରକାର ଜଳପଥ-୨୨ ଅଧୀନରେ ବିଜୁ ସେତୁ ଯୋଜନାରେ ଏହାର କାମ ଆରମ୍ଭ କରିବାକୁ ଅର୍ଥ ବ୍ୟୟ ବରାଦ କରାଯାଇ ଏକ କମ୍ପାନୀକୁ ହସ୍ତାନ୍ତର କରାଯାଇଛି। ୨୮ା୭ା୨୦୨୩ରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨୭ା୭ା୨୦୨୫ ସୁଦ୍ଧା କାମ ସାରିବାକୁ ଅବଧି ମଧ୍ୟ ଦିଆଯାଇଛି। ମାତ୍ର ୨୦୨୪ ମାର୍ଚ୍ଚ ହୋଇଥିବା ବେଳେ କାମ ଆରମ୍ଭ ହୋଇ ନ ଥିବାରୁ ଲୋକଙ୍କ ମନରେ ଆଶଙ୍କା ସୃଷ୍ଟି ହୋଇଛି। ସାମାଜିକ କର୍ମୀ ନରେନ୍ଦ୍ର ଧଳ କହିଛନ୍ତି, ଏହି କଣ୍ଠିଆ ନାଳ ସେତୁ ନିର୍ମାଣ ହେଲେ ସିଂହଗଁା ପଞ୍ଚାୟତର ସିଂହଗଁା, ନୂଆପାଟଣା, ସାନରାଉଳିଆ ଓ ବଡରାଉଳିଆ ଗଁାଗୁଡିକୁ ସବୁଦିନିଆ ଗମନାଗମନ ସୁବିଧା ସମ୍ଭବ ହେବ। ଏହାଦ୍ୱାରା ଆଳି ବ୍ଲକର ଏରଡଙ୍ଗ ଓ ପାଳିମି ପଞ୍ଚାୟତର ଦୂରତା କେନ୍ଦ୍ରାପଡ଼ାଠାରୁ ୨୫କି.ମି. କମିବ। ସହରଠାରୁ ସିଂହଗଁା ମାତ୍ର ୨୬ କି.ମି. ଦୂର। ଏଠାରେ ପ୍ରସୂତିଙ୍କ ପାଇଁ ୧୦୨ ଆମ୍ବୁଲାନ୍ସ ସେବା ଏବେ ବି ଅପହଞ୍ଚ। ଗର୍ଭବତୀ ଭାର ସାହାଯ୍ୟରେ ୧୦ କିମି ଦୂର ଅଣ୍ଢରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଥବା ୨୨ କିମି ଦୂର ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଉଛନ୍ତି। ସିଂହଗଁା, ରାଉଳିଆଡ଼ିଆ ଓ କୃଷ୍ଣଦାସପୁର ରାଜସ୍ବ ଗ୍ରାମରେ ଅଗ୍ନିକାଣ୍ଡ ଘଟିଲେ ଦମକଳ ପହଁଞ୍ଚତ୍ ପାରୁନାହିଁ। କେବଳ ଏତିକି ନୁହେଁ, ଏହି ୩ ରାଜସ୍ବ ଗ୍ରାମର ଛାତ୍ରୀଛାତ୍ର ନିକଟସ୍ଥ ବ୍ରାହ୍ମଣୀ କଲେଜକୁ ଯିବାକୁ କଣ୍ଠିଆ ନାଳ ବାଧା ସୃଷ୍ଟି କରୁଛି। ବର୍ଷକ ମଧ୍ୟରେ ପ୍ରାୟ ୮ ମାସ ଧୋୟାଞ୍ଚଳରେ ଥିବା ଏହି ୩ ରାଜସ୍ବ ଗ୍ରାମର ଅଧିବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। ସିଂହଗଁାର ପୂର୍ବତନ ସରପଞ୍ଚ ନିର୍ମଳ ଚନ୍ଦ୍ର ଜେନା କହିଛନ୍ତି। ଏହି ସେତୁ ନିର୍ମାଣ ପରେ ୩ ରାଜସ୍ବ ଗ୍ରାମର ୫ ହଜାରରୁ ଅଧିକ ଅଧିବାସୀଙ୍କ ସମସ୍ୟା ସମାଧାନ ହେବ। ୨୦୦୮ରେ ସେତୁ ନିର୍ମାଣ ପାଇଁ କେତେକ ଜମି ସମସ୍ୟା ଦେଖାଦେଇଥିଲା। ୨୦୧୨ରେ ସରପଞ୍ଚ ଦାୟିତ୍ୱ ନେବା ପରେ ସ୍ଥାନୀୟ ଲୋକଙ୍କ ସହ ବୁଝାମଣା କରି ଜମି ଅଧିଗ୍ରହଣ ସମସ୍ୟାର ସମାଧାନ କରିଥିଲି। ପରେ ସେତୁ ନିର୍ମାଣ ବିଳମ୍ବକୁ ବରଦାସ୍ତ କରା ନ ଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବାରମ୍ବାର ଆନ୍ଦୋଳନ ମଧ୍ୟ କରିଛୁ। ସେତୁ ନିର୍ମାଣ ପାଇଁ ଏଗ୍ରିମେଣ୍ଟ ହେବା ଶୁଣି ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଥିଲା। ମାତ୍ର ଏ ପର୍ଯ୍ୟନ୍ତ କାମ ଆରମ୍ଭ ନ ହେବାରୁ ଗ୍ରାମ ଉନ୍ନୟନ ବିଭାଗ ଅଧୀନରେ ପୋଲ ନିର୍ମାଣ ଚାଲିଥିବା ବେଳେ ଠିକାଦର ନିର୍ମାଣ କାର୍ଯ୍ୟ ବିଳମ୍ବ କରୁଥିବା ପଟ୍ଟାମୁଣ୍ଡାଇ ଗା୍ରମ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀଯନ୍ତ୍ରୀ ବିନୋଦ ଦାଶ ସ୍ବୀକାର କରିଛନ୍ତି। ତେବେ ଏହି ଅଞ୍ଚଳବାସୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ସେତକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri