୨ ଦିନ ହେଲା ଜଳ ଯୋଗାଣ ବନ୍ଦ

ଆରଡି, ୧୯ା୭, (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡି ଅଞ୍ଚଳରେ ଏବେ ମେଗା ଜଳପ୍ରକଳ୍ପ ନିର୍ମାଣାଧୀନ କାର୍ଯ୍ୟକୁ ନେଇ ସଙ୍କଟ ଉପୁଜିଛି। ଆଖଣ୍ଡଳ ମଣି – ଭଦ୍ରକ, ଆଖଣ୍ଡଳମଣି-ଯାଜପୁର ରାସ୍ତା ପାର୍ଶ୍ୱ ଏବେ ଠିକାଦାର ନିଜ ଇଚ୍ଛା ଅନୁସାରେ ଖୋଳି ଚାଲିଛନ୍ତି। ଜେସିବି ଲଗାଇ ରାସ୍ତା ପାର୍ଶ୍ୱ ଖୋଳିବା ସହ ସେହି ମାଟିକୁ ରାସ୍ତା ଉପରେ ପକାଇ ରଖୁଛନ୍ତି। ପ୍ରାୟ ୧ କି.ମି. ଯାଏ ଖୋଳି ସାରିବା ପରେ ୨ରୁ ୩ ଦିନ ପରେ ସେଠାରେ ପାଇପ ବିଛାଣ କରାଯାଉଥିବା ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି। ଓଳଗ ପଞ୍ଚାୟତର ସାଠିବାଙ୍କୁଡା ନିକଟରେ ପୂର୍ବରୁ ଥିବା ପାନୀୟଜଳ ପ୍ରକଳ୍ପ ପାଇପ ରାସ୍ତା ପାର୍ଶ୍ୱ ଖୋଳାଯୋଗୁ ଫାଟି ଯାଇଛି। ଫଳରେ ଓଳଗ ଜଳ ପ୍ରକଳ୍ପ ଉପରେ ନିର୍ଭର କରୁଥିବା କୁଳେଇପଦା, ମଠଡିହ, ଅମୃତମଣୋହି, ସାଠିବାଙ୍କୁଡା ଆଦି ଗାଁର ଲୋକମାନେ ୨ଦିନ ହେଲା ପାଣି ପାଇପାରୁ ନାହାନ୍ତି।
ସେହିପରି ରାସ୍ତାରେ ମାଟି ପଡିଥିବାରୁ ବର୍ଷା ହେଲେ ବାଇକ ଓ ସାଇକେଲ ଚାଳକଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଛି। ରାସ୍ତା ପାର୍ଶ୍ୱ ଖୋଳା ହୋଇଥିବା ଯୋଗୁ ଗାଈଗୋରୁ ବିଭିନ୍ନ ସମୟରେ ପଶିଯାଇ କ୍ଷତ ବିକ୍ଷତ ହେଉଛନ୍ତି। ଏଠାରେ କୋଭିଡ ନିୟମ ଊଲ୍ଲଂଘନ କରି ଠିକାଦାର ସ୍ଥାନୀୟ ଅଞ୍ଚଳର ଶ୍ରମିକଙ୍କୁ କାମରେ ନଲଗାଇ ବାହାର ସ୍ଥାନର ଶ୍ରମିକ ମାନଙ୍କୁ ନେଇ କାମ କରୁଛନ୍ତି। ଯାହାଦ୍ୱାରା କୋଭିଡ ବ୍ୟାପିବାର ସମ୍ଭାବନା ଦେଖାଦେଇଛି। ଏଥିରେ ଜିଲା ପ୍ରଶାସନ ହସ୍ତକ୍ଷେପ କରି ସେହି ଠିକାଦାରଙ୍କ ବିରୋଧରେ କାର୍ଯାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଅଞ୍ଚଳରେ ଦାବି କରାଯାଇଛି। ଏ ସମ୍ପର୍କରେ ଚାନ୍ଦବାଲି ତହସିଲଦାର ସୁଶାନ୍ତକୁମାର ସୁତାରଙ୍କୁ ପଚରିବାରୁ ମେଗା ଜଳପ୍ରକଳ୍ପ କାର୍ଯ୍ୟ ନିର୍ଦ୍ଦିଷ୍ଟ ନିୟମାନୁସାରେ ଚାଲିବା ଉଚିତ। ତେବେ ଏ ସମ୍ପର୍କରେ ସେ ଅବଗତ ନାହାନ୍ତି। ତଦନ୍ତ କରି କାର୍ଯାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri