୩ ବର୍ଷ ହେଲା ଭୁଶୁଡ଼ିଛି ପୋଲ,ଲୋକେ ହନ୍ତସନ୍ତ

ମାଥିଲି,୨୯ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କୁଟୁନିପାଲି ପଞ୍ଚାୟତ ଖଡକିଆଝଡି ଗ୍ରାମ ନିକଟ ଦେଇ ଯାଇଥିବା ଏକ ନଦୀ ଉପରେ ନିର୍ମିତ ଏକ ପୋଲ ୩ ବର୍ଷ ଭୁଶୁଡ଼ି ପଡ଼ିଛି। ଫଳରେ ଲୋକେ ଯାତାୟାତରେ ବହୁ ଅସୁବିଧା ଭୋଗୁଛନ୍ତି। ଏଥିପ୍ରତି ପ୍ରଶାସନର ନଜର ନାହିଁ। ସମସ୍ୟା ସମାଧାନ ପାଇଁ ଅଞ୍ଚଳବାସୀ ବାରମ୍ବାର ପ୍ରଶାସନକୁ ଜଣେଇ ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ ।
ଖଡକିଆଝଡି ଗ୍ରାମ ନିକଟ ନଦୀ ଉପରେ ହୋଇଥିବା ପୋଲ ଦେଇ ୩ଟି ଗ୍ରାମର ଲୋକେ ଯାତାୟତ କରି ଆସୁଥିଲେ । ପୋଲ ନ ଥିବା ସମୟରେ ଏହି ଅଞ୍ଚଳର ଲୋକେ ଯାତାୟତ ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଗର୍ଭବତୀ କିମ୍ବା ଅନ୍ୟ କୌଣସି ରୋଗୀକୁ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେବାକୁ ହେଲେ ଭାରରେ ବେହି ନଦୀ ପାର କରାଯାଉଥିଲା। ବର୍ଷା ଦିନ ଆସିଲେ ୩ଟି ଗ୍ରାମର ଲୋକେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହେଉଥିଲେ। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ଏକ ପୋଲ ନିର୍ମାଣ କରାଗଲା । କିନ୍ତୁ ଏହା ନିର୍ମାଣର ବର୍ଷେ ନ ଯାଉଣୁ ଭୁଶୁଡ଼ି ପଡ଼ିଲା। ଅଞ୍ଚଳର ବିକାଶ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଜିଲା ପ୍ରଶାସନ ମଧ୍ୟ ଅଞ୍ଚଳର ଉନ୍ନତି ଲାଗି ଧ୍ୟାନ ଦେଉଛି। କିନ୍ତୁ କେତେଜଣ ଅସାଧୁ ଯନ୍ତ୍ରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକାରେ ଅତି ନିମ୍ନମାନର ଯୋଗୁ ଲୋକେ ଅସୁବିଧା ଭେଗୁଛନ୍ତି । ୩ ବର୍ଷ ହେଲା ପୋଲ ଭୁଶୁଡ଼ି ଥିଲେ ମଧ୍ୟ ଆଉ ନିର୍ମାଣ କରାଯାଉନି। ଏହି ଅଞ୍ଚଳର ଦୁଃଖ ପ୍ରଶାସନ କେବେ ବୁଝୁଛି ତାହା ଦେଖିବାର ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri