୩ ବର୍ଷ ହେଲା ଭୁଶୁଡ଼ିଛି ପୋଲ,ଲୋକେ ହନ୍ତସନ୍ତ

ମାଥିଲି,୨୯ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କୁଟୁନିପାଲି ପଞ୍ଚାୟତ ଖଡକିଆଝଡି ଗ୍ରାମ ନିକଟ ଦେଇ ଯାଇଥିବା ଏକ ନଦୀ ଉପରେ ନିର୍ମିତ ଏକ ପୋଲ ୩ ବର୍ଷ ଭୁଶୁଡ଼ି ପଡ଼ିଛି। ଫଳରେ ଲୋକେ ଯାତାୟାତରେ ବହୁ ଅସୁବିଧା ଭୋଗୁଛନ୍ତି। ଏଥିପ୍ରତି ପ୍ରଶାସନର ନଜର ନାହିଁ। ସମସ୍ୟା ସମାଧାନ ପାଇଁ ଅଞ୍ଚଳବାସୀ ବାରମ୍ବାର ପ୍ରଶାସନକୁ ଜଣେଇ ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ ।
ଖଡକିଆଝଡି ଗ୍ରାମ ନିକଟ ନଦୀ ଉପରେ ହୋଇଥିବା ପୋଲ ଦେଇ ୩ଟି ଗ୍ରାମର ଲୋକେ ଯାତାୟତ କରି ଆସୁଥିଲେ । ପୋଲ ନ ଥିବା ସମୟରେ ଏହି ଅଞ୍ଚଳର ଲୋକେ ଯାତାୟତ ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଗର୍ଭବତୀ କିମ୍ବା ଅନ୍ୟ କୌଣସି ରୋଗୀକୁ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେବାକୁ ହେଲେ ଭାରରେ ବେହି ନଦୀ ପାର କରାଯାଉଥିଲା। ବର୍ଷା ଦିନ ଆସିଲେ ୩ଟି ଗ୍ରାମର ଲୋକେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହେଉଥିଲେ। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ଏକ ପୋଲ ନିର୍ମାଣ କରାଗଲା । କିନ୍ତୁ ଏହା ନିର୍ମାଣର ବର୍ଷେ ନ ଯାଉଣୁ ଭୁଶୁଡ଼ି ପଡ଼ିଲା। ଅଞ୍ଚଳର ବିକାଶ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଜିଲା ପ୍ରଶାସନ ମଧ୍ୟ ଅଞ୍ଚଳର ଉନ୍ନତି ଲାଗି ଧ୍ୟାନ ଦେଉଛି। କିନ୍ତୁ କେତେଜଣ ଅସାଧୁ ଯନ୍ତ୍ରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକାରେ ଅତି ନିମ୍ନମାନର ଯୋଗୁ ଲୋକେ ଅସୁବିଧା ଭେଗୁଛନ୍ତି । ୩ ବର୍ଷ ହେଲା ପୋଲ ଭୁଶୁଡ଼ି ଥିଲେ ମଧ୍ୟ ଆଉ ନିର୍ମାଣ କରାଯାଉନି। ଏହି ଅଞ୍ଚଳର ଦୁଃଖ ପ୍ରଶାସନ କେବେ ବୁଝୁଛି ତାହା ଦେଖିବାର ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri