୪ ଦିନ ହେଲା ପାନୀୟଜଳ ଯୋଗାଣ ବନ୍ଦ

କେନ୍ଦୁଝର, ୨୮ା୧୨(ସ୍ବ.ପ୍ର.) କେନ୍ଦୁଝର ସହରର ବିଭିନ୍ନ ଅଞ୍ଚଳକୁ ୪ ଦିନ ହେଲା ପାନୀୟ ଜଳ ଯୋଗାଣ ବନ୍ଦ ରହିଥିବାରୁ ସାହିବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପଦକ୍ଷେପ ନିଆ ନ ଯିବାରୁ ପଞ୍ଚଦେବ ବିହାର, ମଶାଣୀ ସାହି, ଗୋବିନ୍ଦମୁଣ୍ଡା ଛକ, ନିହାଲସିଂ ଛକ ଆଦି ଅଞ୍ଚଳର ଲୋକେ ସୋମବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଜଳ ଯୋଗାଣ ସ୍ବାଭାବିକ କରିବାକୁ ଦାବି କରିଛନ୍ତି। ସରକାର ପାଇପ ଦ୍ୱାରା ବିଶୁଦ୍ଧ ପାଣି ଯୋଗାଇଦେବାକୁ ବ୍ୟାପକ ଅର୍ଥ ଖର୍ଚ୍ଚ କରିଥିଲେ ହେଁ ଅନେକ ସମୟରେ ବିଦ୍ୟୁତ ସମସ୍ୟା, ପାଣି ପାଇପ ଫାଟିବା, ନିମ୍ନମାନର ପାଇପ ବିଛା କାମ ଆଦି ଯୋଗୁ ସହରର ବିଭିନ୍ନ ଅଞ୍ଚଳକୁ ନିୟମିତ ଜଳ ଯୋଗାଣ ହେଉନାହିଁ। ଏଥିପାଇଁ ଲୋକେ ଜଳ କର ମଧ୍ୟ ଦେଇ ଆସୁଛନ୍ତି। ଏହା ସତ୍ତ୍ୱେ ଏଭଳି ଜଳ ଯୋଗାଣ ସମସ୍ୟା ଲାଗି ରହୁଥିବା ଏବଂ ବିକଳ୍ପ ବ୍ୟବସ୍ଥା କରାଯାଉ ନ ଥିବାରୁ ଲୋକେ ବହୁ ଅସୁବିଧା ଭୋଗୁଥିବା କହିଛନ୍ତି। ଏନେଇ ନିର୍ମଳ ଚନ୍ଦ୍ର ନାୟକ, କୃଷ୍ଣଚନ୍ଦ୍ର ବାରିକ, କୈଳାସ ଚନ୍ଦ୍ର ମହାପାତ୍ରଙ୍କ ସମେତ ବହୁ ଦସ୍ତଖତ କରି ଦାବିପତ୍ର ପ୍ରଦାନ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri