୪ ଦିନ ହେଲା ପାନୀୟଜଳ ଯୋଗାଣ ବନ୍ଦ

କେନ୍ଦୁଝର, ୨୮ା୧୨(ସ୍ବ.ପ୍ର.) କେନ୍ଦୁଝର ସହରର ବିଭିନ୍ନ ଅଞ୍ଚଳକୁ ୪ ଦିନ ହେଲା ପାନୀୟ ଜଳ ଯୋଗାଣ ବନ୍ଦ ରହିଥିବାରୁ ସାହିବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପଦକ୍ଷେପ ନିଆ ନ ଯିବାରୁ ପଞ୍ଚଦେବ ବିହାର, ମଶାଣୀ ସାହି, ଗୋବିନ୍ଦମୁଣ୍ଡା ଛକ, ନିହାଲସିଂ ଛକ ଆଦି ଅଞ୍ଚଳର ଲୋକେ ସୋମବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଜଳ ଯୋଗାଣ ସ୍ବାଭାବିକ କରିବାକୁ ଦାବି କରିଛନ୍ତି। ସରକାର ପାଇପ ଦ୍ୱାରା ବିଶୁଦ୍ଧ ପାଣି ଯୋଗାଇଦେବାକୁ ବ୍ୟାପକ ଅର୍ଥ ଖର୍ଚ୍ଚ କରିଥିଲେ ହେଁ ଅନେକ ସମୟରେ ବିଦ୍ୟୁତ ସମସ୍ୟା, ପାଣି ପାଇପ ଫାଟିବା, ନିମ୍ନମାନର ପାଇପ ବିଛା କାମ ଆଦି ଯୋଗୁ ସହରର ବିଭିନ୍ନ ଅଞ୍ଚଳକୁ ନିୟମିତ ଜଳ ଯୋଗାଣ ହେଉନାହିଁ। ଏଥିପାଇଁ ଲୋକେ ଜଳ କର ମଧ୍ୟ ଦେଇ ଆସୁଛନ୍ତି। ଏହା ସତ୍ତ୍ୱେ ଏଭଳି ଜଳ ଯୋଗାଣ ସମସ୍ୟା ଲାଗି ରହୁଥିବା ଏବଂ ବିକଳ୍ପ ବ୍ୟବସ୍ଥା କରାଯାଉ ନ ଥିବାରୁ ଲୋକେ ବହୁ ଅସୁବିଧା ଭୋଗୁଥିବା କହିଛନ୍ତି। ଏନେଇ ନିର୍ମଳ ଚନ୍ଦ୍ର ନାୟକ, କୃଷ୍ଣଚନ୍ଦ୍ର ବାରିକ, କୈଳାସ ଚନ୍ଦ୍ର ମହାପାତ୍ରଙ୍କ ସମେତ ବହୁ ଦସ୍ତଖତ କରି ଦାବିପତ୍ର ପ୍ରଦାନ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri