୫ ଦିନ ହେଲା ମାଣ୍ଡିବିଶି ୟୁପି ସ୍କୁଲରେ ଝୁଲୁଛି ତାଲା

ଟିକିରି,୨୬।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ମାଣ୍ଡିବିଶି ୟୁପି ସ୍କୁଲ ଫାଟକରେ ୫ ଦିନ ହେଲା ତାଲା ଝୁଲୁଛି। ଶିକ୍ଷକ ଅଭାବ ପ୍ରତିବାଦରେ ଅଭିଭାବକ ଏବଂ ଗ୍ରାମବାସୀ ମଙ୍ଗଳବାରଠାରୁ ସ୍କୁଲ ବନ୍ଦ କରିଛନ୍ତି। ସମସ୍ୟାର ସମାଧାନ ନେଇ ଶିକ୍ଷା ବିଭାଗ କିମ୍ବା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବାଧ ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, ମାଣ୍ଡିବିଶି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧ମ ରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୧୭୧ ଛାତ୍ରୀଛାତ୍ର ପଢ଼ୁଛନ୍ତି। କିଛି ମାସ ତଳେ ପ୍ରଧାନ ଶିକ୍ଷକ ଅବସର ନେଇଛନ୍ତି। ଏହା ପରଠାରୁ ସ୍କୁଲ ମାତ୍ର ୨ ଜଣ ଶିକ୍ଷକକୁ ନେଇ ଚାଲିଛି। ଫଳରେ ପିଲାଙ୍କୁ ଠିକ୍‌ଭାବେ ଶିକ୍ଷାଦାନ ହୋଇପାରୁନାହିଁ। ଏ ନେଇ ଅନେକ ଥର ଶିକ୍ଷା ବିଭାଗ ଏବଂ ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ଅଧିକ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଉନାହିଁ। ଫଳରେ ବାଧ୍ୟହୋଇ ଅଭିଭାବକ ଏବଂ ଗ୍ରାମବାସୀ ମଙ୍ଗଳବାର ଏହାର ସ୍କୁଲ ଫାଟକରେ ତାଲା ପକାଇଥିବା କହିଛନ୍ତି। ତେବେ ଏହି ଘଟଣାର ୫ ଦିନ ବିତିଯାଇଥିଲେ ମଧ୍ୟ ଶିକ୍ଷା ବିଭାଗ ଏବଂ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇନାହିଁ। ଅଭିଭାବକ ଏବଂ ଗ୍ରାମବାସୀଙ୍କ ସହ ଆଲୋଚନା କରି ସ୍କୁଲ ଖୋଲିବା ବ୍ୟବସ୍ଥା ମଧ୍ୟ କରାଯାଇ ନ ଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ସ୍କୁଲରେ ନିଯୁକ୍ତ ଥିବା ୨ ଶିକ୍ଷୟିତ୍ରୀ ଶିକ୍ଷକ ସ୍କୁଲ ଖୋଲିବା ସମୟରେ ଆସି ଫାଟକରେ ତାଲା ପଡ଼ିଥିବାରୁ ଅପେକ୍ଷା କରି ଫେରିଯାଉଛନ୍ତି।
କାଶୀପୁର ବିଇଓଙ୍କ ଦାୟିତ୍ୱ ଏବେ ରାୟଗଡ଼ା ଡିଇଓଙ୍କ ହାତରେ ରହିଛି। ତଥାପି ଏହି ସ୍କୁଲ ୫ ଦିନ ହେଲା ବନ୍ଦ ରହିଛି। ତେବେ ଜିଲାର ଅନ୍ୟ ବିଦ୍ୟାଳୟ ଗୁଡ଼ିକରେ ପାଠପଢ଼ାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଘଟଣାକୁ ଜିଲା ପ୍ରଶାସନ ଗୁରୁତର ସହ ନେଇ ତୁରନ୍ତ ସ୍କୁଲରେ ଆବଶ୍ୟକ ସଂଖ୍ୟାରେ ଶିକ୍ଷକ ନିଯୁକ୍ତି ଦେଇ ସ୍କୁଲ ଖୋଲିବା ଦିଗରେ ପଦକ୍ଷେପ ନିଅନ୍ତୁ ବୋଲି ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାନର ମାରି ଉପସ୍ଥିତି ଦର୍ଶାଇଲେ ମାଓବାଦୀ: ଆତଙ୍କିତ ନ ହେବାକୁ….

ରାୟଗଡ଼ା/କଲ୍ୟାଣସିଂହପୁର,୧୪।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ମାଓବାଦୀ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ଜଣ ମାଓବାଦୀ ଆତ୍ମସମର୍ପଣ ପରେ ରାୟଗଡ଼ା ଜିଲା ଏକ ପ୍ରକାର ମାଓମୁକ୍ତ ଅଞ୍ଚଳ…

ଦୁଇ ଦିନ ତଳେ ଇସ୍ତଫା ଦେଇଥିଲେ, ପୁଣି ଦଳକୁ ବାହୁଡିଲେ  ପୂର୍ବରୁ ବିଷମକଟକ ବ୍ଲକରେ…

ରାୟଗଡ଼ା,୧୩।୨(ରଞ୍ଜନ ପଣ୍ଡା): ନୂତନ ଗଠିତ ଜିଲା ବିଜେଡି କମିଟିରେ ଉପସଭାପତି ପଦ ପାଇଥିବା କାଶୀପୁର ବ୍ଲକ ବରିଷ୍ଠ ବିଜେଡି ନେତା ଗଣେଶ ସାଉଁତା ବୁଧବାର ନିଜ ପଦବୀରୁ…

ରାୟଗଡ଼ାରେ ମାଓବାଦୀ ପୋଷ୍ଟର, ଆଦିବାସୀଙ୍କୁ ନକ୍ସଲରେ ରଖି ଅତ୍ୟାଚାର…

ରାୟଗଡ଼ା,୧୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ବ୍ଲକ ବାଇସିଙ୍ଗ ପଞ୍ଚାୟତ ଅନ୍ତର୍ଗତ ଧୁମାଗୁଡ଼ା ବସଷ୍ଟପ ନିକଟରେ ମାଓବାଦୀ ପୋଷ୍ଟର ଦେଖାଯାଇଛି । ଏହି ପୋଷ୍ଟରଟି ସସିପିଆଇ ମାଓବାଦୀ ପକ୍ଷରୁ…

ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…

ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ…

ପୋଲିସ ବସ୍‌ର ବ୍ରେକ ଫେଲ୍‌: ଶତାଧିକ ଆନ୍ଦୋଳନକାରୀ…

ରାୟଗଡ଼ା,୧୨।୨(ଆଶିଷ ରଞ୍ଜନ ପଣ୍ଡା):ବ୍ରେକ ଫେଲ ହେଲା ପୋଲିସ ବସ୍‌। ଅଳ୍ପକେ ବର୍ତ୍ତିଲେ ଶତାଧିକ ଆନ୍ଦୋଳନକାରୀ, ପୋଲିସ ଓ ସାମ୍ବାଦିକ। ବିଭିନ୍ନ ଦାବି ନେଇ ଆଜି କେନ୍ଦ୍ରୀୟ ଶ୍ରମିକ…

ଭଲପାଇବାର ଉଦାହରଣ ସୃଷ୍ଟି କଲେ ଅବସରପ୍ରାପ୍ତ ଶିକ୍ଷକ: ସ୍ତ୍ରୀଙ୍କ ସ୍ମୃତିରେ ନିର୍ମାଣ କଲେ…

ଗୁଣୁପୁର,୧୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଣୁପୁର ପୌରପରିଷଦ ୧୯ନଂ ୱାର୍ଡ ଓମ ନଗରରୁ ଆସିଛି ଏକ ହୃଦୟସ୍ପର୍ଶୀ କାହାଣୀ, ଯାହା ପ୍ରେମ ଓ ସ୍ବାମୀ-ସ୍ତ୍ରୀ ସମ୍ପର୍କର ଅନନ୍ୟ…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri