୫ବର୍ଷ ହେଲା ଚୁଆ ପାଣି ଉପରେ ଭରସା

ଖୋର୍ଦ୍ଧା ଅଫିସ,୧୭ା୪: ଗ୍ରାମାଞ୍ଚଳରେ ଟ୍ୟାପ୍‌ ଖୋଲିଲେ ଲୋକଙ୍କୁ ମିଳିବ ବିଶୁଦ୍ଧ ପାନୀୟଜଳ। ଏଥିଲାଗି ସରକାର କୋଟି କୋଟି ଟଙ୍କା ବ୍ୟୟରେ ମେଗା ପାନୀୟଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ତେବେ ସରକାରଙ୍କ ଏହି ନାରା ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକରେ ପ୍ରହସନ ପାଲଟିଛି। ଏହି ବ୍ଲକ ଅସରଳା ପଞ୍ଚାୟତ ଅନ୍ତର୍ଗତ ଓ୍ବାର୍ଡ ନମ୍ବର ୫ ଅନ୍ତର୍ଗତ ବ୍ରାହ୍ମଣ ସାହିରେ ଦୀର୍ଘବର୍ଷ ଧରି ପାନୀୟଜଳ ସମସ୍ୟା ଲାଗି ରହିଛି। ପାଇପ ଯୋଗେ ପାନୀୟଜଳ ଯୋଗାଣ ନେଇ ସ୍ଥାନୀୟ ଗ୍ରାମବାସୀ ବ୍ଲକ ପ୍ରଶାସନଠାରୁ ବିଭାଗୀୟ କର୍ତ୍ତୃପକ୍ଷ ଏବଂ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଗୁହାରି ସତ୍ତ୍ୱେ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଲୋକେ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେ ଗ୍ରୀଷ୍ମ ପ୍ରଭାବ ଲାଗି ରହିଛି। ଗୋଟିଏ ପଟେ ପ୍ରଚଣ୍ଡ ରୌଦ୍ରତାପ ଅନ୍ୟପଟେ ପାଣି ମୁନ୍ଦାଏ ପାଇଁ ଲୋକେ ଡହଳବିକଳ ହେଉଛନ୍ତି। ପାଣି ପାଇଁ ଗ୍ରାମବାସୀ ବିମଳାକ୍ଷୀ ପୋଖରୀ, ଚୁଆ ଉପରେ ନିର୍ଭର କରୁଛନ୍ତି।
ଯେ, ଏହି ଓ୍ବାର୍ଡକୁ ପାଇପଯୋଗେ ପାନୀୟଜଳ ଯୋଗାଣ ବ୍ୟବସ୍ଥା ରହିଥିଲେ ମଧ୍ୟ ଲୋକଙ୍କ ଆବଶ୍ୟକତା ମେଣ୍ଟୁନାହିଁ। ଭୌଗଳିକ ଦୃଷ୍ଟିରୁ ଏହି ଗ୍ରାମ ଉଚ୍ଚା ସ୍ଥାନରେ ରହିଛି। ପାଇପ୍‌ ଯୋଗେ ପାଣି ଆସି ପାରୁନାହିଁ। ଯାହା ଆସୁଛି, ତାହା ସମୁଦ୍ରକୁ ଶଙ୍ଖେ ସଦୃଶ। ଏହି ସମସ୍ୟା ଦୂର ଲାଗି ୨୦୧୭ ମସିହାରେ ବ୍ଲକ ପକ୍ଷରୁ ୪ଲକ୍ଷ ୫୦ହଜାର ଟଙ୍କା ବ୍ୟୟରେ ଏକ ପ୍ରକଳ୍ପ ନିର୍ମାଣ ପାଇଁ ପ୍ରସ୍ତାବ ହୋଇଥିଲା। ତେବେ ଏହି ପ୍ରସ୍ତାବକୁ ୫ବର୍ଷ ବିତିବାକୁ ଆସିଲାଣି। କିନ୍ତୁ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଇନାହିଁ। କିଛି ମାସ ପୂର୍ବେ ସାହି ଅମୃତେଶ୍ୱର ଦେବଙ୍କ ମନ୍ଦିର ପରିସରରେ ଏକ ବୋରୱେଲ ଖୋଳାଯାଇଛି। ହେଲେ ଏହାକୁ କାର୍ଯ୍ୟକ୍ଷମ କରାଯାଇନାହିଁ। ଖରା ଦିନ ଆସିଲେ, ଏହି ଗ୍ରାମର ୪୦ରୁ ଊର୍ଦ୍ଧ୍ୱ ପରିବାର ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ସ୍ଥାନୀୟ ଜଳଯୋଗାଣ ଅଧିକାରୀ ସୁନିଲ ପାଢୀ କୁହନ୍ତି, ବିଦ୍ୟୁତ୍‌ ସଂଯୋଗ ନ ଥିବାରୁ ନିର୍ମାଣ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି। ଖୁବଶୀଘ୍ର ଲୋକଙ୍କ ପାନୀୟଜଳ ସମସ୍ୟା ଦୂର ହେବ ବୋଲି ସେ କହିଛନ୍ତି। ଅନ୍ୟପଟେ ଦୀର୍ଘବର୍ଷ ଧରି ଏହି ସମସ୍ୟା ଲାଗି ରହିଥିବା ବେଳେ ରାଜନୈତିକ ଇଚ୍ଛାଶକ୍ତି ଏବଂ ପ୍ରଶାସନର ଆନ୍ତରିତକତା ଅଭାବକୁ ସ୍ଥାନୀୟ ଗ୍ରାମବାସୀ ଦାୟୀ କରିଛନ୍ତି। ମେ’ ମାସରେ ପ୍ରଚଣ୍ଡ ଖରା ହେବା ସମ୍ଭାବନା ରହିଛି। ତୁରନ୍ତ ପ୍ରଶାସନ ପାନୀୟଜଳ ସମସ୍ୟା ସମାଧାନ ଲାଗି ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?