Posted inଜାତୀୟ

୯ବର୍ଷ ହେଲା ନେତା ରଖିଲେନି ପ୍ରତିଶ୍ରୁତି-ତିଆରି ହେଲାନି ପୋଲ; ଲୋକସଭା ନିର୍ବାଚନରେ ଭୋଟ ବର୍ଜନ କରିବେ ୩୦୦ ଭୋଟର

ଇଟାନଗର,୮।୮: ଆଉ କେତେଟା ମାସ ପରେ ରାଜ୍ୟରେ ଅରୁଣାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ। ପୁଣି ଆଗକୁ ଅଛି ୨୦୨୪ ଲୋକସଭା ନିର୍ବାଚନ। ନିର୍ବାଚନକୁ ନେଇ ନେତାଠୁ ନେଇ ମନ୍ତ୍ରୀ ସମସ୍ତେ ତତ୍ପର। କିନ୍ତୁ ଅରୁଣାଚଳ ପ୍ରଦେଶର ପଶ୍ଚିମ ସିଆଙ୍ଗ ଜିଲାରେ ଅବସ୍ଥିତ ତିନୋଟି ଗାଁର ଗ୍ରାମବାସୀ ଦେବେନି ଭୋଟ୍‌। ଗ୍ରାମବାସୀଙ୍କର ଏହି କଠୋର ନିପେତ୍ତିର କାରଣ ପ୍ରଶାସନର ଅବହେଳା ଏବଂ ମିଛ ପ୍ରତିଶ୍ରୁତି। ୨୦୧୪ରୁ ନଦୀ ଉପରେ ପୋଲ ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଆସୁଛନ୍ତି। ହେଲେ ଦାବିକୁ କର୍ଣ୍ଣପାତ କରୁନି ପ୍ରଶାସନ। ତେବେ ଏଭଳି ପରିସ୍ଥିତିରେ ଆଗାମୀ ବିଧାନସଭା ଏବଂ ଲୋକସଭା ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ରୋକଠୋକ୍‌ ଶୁଣେଇ ଦେଇଛନ୍ତି ଗ୍ରାମବାସୀ।

ଏହି ୩ଟି ଗ୍ରାମର ଜନସଂଖା ପ୍ରାୟ ୪୦୦ ହୋଇଥିବାବେଳେ ୩୦୦ଭୋଟର ରହିଛନ୍ତି। ଗ୍ରାମରେ ପୋଲ ନ ତିଆରି ହେବାରୁ ବର୍ଷାଦିନେ ନଦୀ ପାଣି ଫୁଲି ରାସ୍ତା ଉପରେ ପାଣି ଚାଲୁଛି। ଯାହାଯୋଗୁ ପିଲାଏ ସ୍କୁଲ ଯିବାକୁ ହଇରାଣ ହେବା ସହ ସାଧାରଣ ଯାତାୟାତ ବାଧାପ୍ରାପ୍ତ ହେଉଛି। ରାସ୍ତା ଏତେ ଖରାପ ଯେ ରୋଗୀଙ୍କୁ ଡାକ୍ତରଖାନା ନେବାକୁ ମଧ୍ୟ ସୁବିଧା ନାହିଁ। ତେବେ ଗ୍ରାମବାସୀ ସ୍ଥାନୀୟ ବିଧାୟକଙ୍କ ସାମ୍ନାରେ ଅନେକ ଥର ଦାବି ରଖିଥିଲେ ମଧ୍ୟ ବିଧାୟକ ଶୁଣୁ ନାହାନ୍ତି। ତେବେ ଗ୍ରାମବାସୀ କହିଛନ୍ତି ଯେ, ବର୍ତ୍ତମାନ ସେମାନଙ୍କର ଶେଷ ଆଶା ହେଉଛନ୍ତି ସ୍ଥାନୀୟ ସାଂସଦ କିରେନ ରିଜିଜୁ। ସେ ଯଦି ତାଙ୍କ ଦାବି ନ ଶୁଣନ୍ତି ଦେବେ ୩ଟି ଗ୍ରାମବାସୀ ଭୋଟ ବର୍ଜନ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?